ବିଦାୟ ନେଲେ ଟୋକା ଗଣେଶ

ଭଦ୍ରକ ଅଫିସ,୧୮ା୧୦(ସନାତନ ରାଉତ): ଭଦ୍ରକ ପୁରୁଣାବଜାରଠାରେ ଏକମାସ ଧରି ପୂଜା ପାଉଥିବା ଚାନ୍ଦିମେଢ଼ରେ ତିଆରି ହୋଇଥିବା ବାବା ଟୋକାଗଣେଶଙ୍କୁ ବୁଧବାର ଧୂମ୍‌ଧାମରେ ବିଦାୟ ଦିଆଯାଇଛି। ଦୁଲ୍‌ଦୁଲି ବାଜା, ସିଂହବାଜା, ଆଦିବାସୀ ନୃତ୍ୟ, ବ୍ୟାଣ୍ଡପାର୍ଟି, ରାଜ୍ୟ ତଥା ରାଜ୍ୟ ବାହାରୁ ବିଭିନ୍ନ ପାରମ୍ପରିକ ବାଦ୍ୟନୃତ୍ୟ ସହ ପୂଜାମଣ୍ଡପଠାରୁ ବିରାଟ ଶୋଭାଯାତ୍ରାରେ ବାହାରି ପୁରୁଣାବଜାରର ସମସ୍ତ ସାହିବସ୍ତି ପରିକ୍ରମା କରିବା ପରେ ସାଳନ୍ଦୀ ନଦୀର ଆଶ୍ରମ ଘାଟରେ ବିସର୍ଜନ କରାଯାଇଛି। ଶୋଭାଯାତ୍ରା ଦେଖିବା ପାଇଁ ରାସ୍ତାର ଉଭୟ ପାର୍ଶ୍ୱରେ ହଜାର ହଜାର ସଂଖ୍ୟାରେ ଲୋକଙ୍କ ଭିଡ଼ ଜମିଥିଲା। ପୁରୁଣାବଜାର ଅଞ୍ଚଳର ହିନ୍ଦୁ ଓ ମୁସ୍‌ଲିମ ଉଭୟ ସମ୍ପ୍ରଦାୟର ଲୋକମାନେ ଶୋଭାଯାତ୍ରାରେ ସାମିଲ ହୋଇଥିଲେ। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ଏସ୍‌ପି ବରୁଣ ଗୁଣ୍ଟୁପାଲିଙ୍କ ନିର୍ଦ୍ଦେଶରେ ୩ ଅତିରିକ୍ତ ଏସ୍‌ପି, ୬ ଡିଏସ୍‌ପି, ୧୫ ଇନ୍ସପେକ୍ଟର, ୮୮ ଜଣ ଏସ୍‌ଆଇ ଓ ଏଏସ୍‌ଆଇଙ୍କ ସମେତ ୨୦ ପ୍ଲାଟୁନ ଫୋର୍ସ ମୁତୟନ ରହିଥିଲେ। ପୂଜା କମିଟିର ସଭାପତି ହରିପ୍ରସାଦ ନନ୍ଦୀ, ସମ୍ପାଦକ କୈଳାସ ଚନ୍ଦ୍ର ସାହୁଙ୍କ ସମେତ କର୍ମକର୍ତ୍ତାଙ୍କ ନେତୃତ୍ୱରେ ଭସାଣି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁ ଗ୍ୟାସ ଟ୍ରାଜେଡି, ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି

ଭୁବନେଶ୍ୱର,୨୬।୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ ଲିକ୍‌ ଘଟଣାରେ ଶୁକ୍ରବାର ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

ନୂଆପଡ଼ା ମୁଖ୍ୟ ଚିକିତ୍ସାଳୟରେ ବିରଳ ଅସ୍ତ୍ରୋପଚାର: ଯୁବକଙ୍କୁ ନୂଆ ଜୀବନ ଦେଲେ ଡାକ୍ତର

ନୂଆପଡ଼ା,୨୬/୬(ମକାରୁ ବେମାଲ): ସୀମିତ ସମ୍ବଳ କିନ୍ତୁ ଅସୀମ ସାହସ ଓ ଅସାଧାରଣ ଦକ୍ଷତା । ପୁଣିଥରେ ନିଜର ଚମତ୍କାରିତା ଦେଖାଇଛନ୍ତି ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟର ଅଭିଜ୍ଞ…

ବବି ଦାସଙ୍କୁ ଭେଟିଲେ ସୁଜାତା ପାଣ୍ଡିଆନ: ରାଜ୍ୟ ରାଜନୀତି ସରଗରମ

ଭୁବନେଶ୍ୱର,୨୬।୬: ପୂର୍ବତନ ଆଇଏଏସ୍‌ ଅଫିସର ତଥା କାର୍ତ୍ତିକ ପାଣ୍ଡିଆନଙ୍କ ସ୍ତ୍ରୀ ସୁଜାତା ପାଣ୍ଡିଆନ ବିଜେଡିରେ ସାମିଲ ହେବାପରେ ରାଜ୍ୟ ରାଜନୀତି ସରଗରମ ହୋଇପଡ଼ିଛି। ଆଗକୁ ସେ କୁଆଡେ…

ଭେନେଜୁଏଲା ଭୂକମ୍ପର ଭଗ୍ନାବଶେଷ ଭିତରୁ ଖୋଜା ଚାଲିଛି ଜୀବନ, ଛାତି ଥରାଇ ଦେଉଛି ଶିଶୁଙ୍କ ସହ ନିର୍ବାକ ଜୀବଙ୍କ ଫଟୋ

କାରାକାସ୍‌,୨୬।୬: ଭେନେଜୁଏଲାରେ ଭୂମିକମ୍ପ ପରେ ଅତି କମରେ ୨୩୫ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୪,୩୦୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି, ଯେତେବେଳେ ହଜାର ହଜାର…

ମାଛଧରା ଟ୍ରଲରରେ ଲାଗିଲା ନିଆଁ: ହୁ ହୁ ହୋଇ ଜଳିଗଲା…

ଭଦ୍ରକ, ୨୬। ୬(ସନାତନ ରାଉତ) : ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତରଗତ ଧାମରା ମଧ୍ୟ ପୋତାଶ୍ରୟ ମଧ୍ୟରେ ଏକ ମାଛଧରା ଟ୍ରଲର ନିଆଁ ଲାଗି ଜଳିଯାଇଛି।…

Ketan Murder Case: କେତନଙ୍କ ମୁଣ୍ଡରେ କେଶ ନ ଥିଲା ସେଥିପାଇଁ ସିୟା ତାଙ୍କୁ ହତ୍ୟା କଲେ!

ପୁଣେ,୨୬।୬: ପୁନେର ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ଲୋହାଗଡ ଫୋର୍ଟରେ ହତ୍ୟା ମାମଲାରେ ନୂତନ ତଥ୍ୟ ଆସିବାରେ ଲାଗିଛି। ହତ୍ୟାର ଅଭିଯୁକ୍ତ ଭାବି ପତ୍ନୀ ସିୟା ଗୋଏଲ ଏବେ…

ବହି ତ୍ରୁଟି ପଛରେ ରହିଛି ବଡ଼ ଷଡ଼ଯନ୍ତ୍ର, ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୬: ଓଡ଼ିଆ ପାଠ୍ୟ ପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରସଙ୍ଗକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେ କହିଛନ୍ତି, ତ୍ରୁଟି ପଛରେ ବଡ଼ ଷଡ଼ଯନ୍ତ୍ର…

ଆମେରିକା- ଇରାନ ମଧ୍ୟରେ ପୁଣି ହେବ ଯୁଦ୍ଧ? ହର୍ମୁଜରେ ୧୦ ଲକ୍ଷ ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ଇରାନ

ତେହରାନ,୨୬।୬: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇଛି। ଶାନ୍ତି ଚୁକ୍ତିନାମା ବିଷୟରେ ଆଲୋଚନା ହେଉଥିଲେ ମଧ୍ୟ, ଉଭୟ ଦେଶ ପରସ୍ପର ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri