ପରୀ ହତ୍ୟାକାଣ୍ଡ ଘଟଣା: ନ୍ୟାୟ ନ ମିଳିବାରୁ ବିଧାନସଭା ସମ୍ମୁଖରେ ମା’ ବାପାଙ୍କ ଆତ୍ମାହୁତି ଉଦ୍ୟମ

ଭୁବନେଶ୍ୱର/ନୟାଗଡ଼ ଅଫିସ,୨୪।୧୧(ବ୍ୟୁରୋ): ନୟାଗଡ଼ ସଦର ଥାନା ଯଦୁପୁର ଗ୍ରାମରେ ପ୍ରାୟ ୪ମାସ ତଳେ ଘଟିଥିବା ପରୀ (୫) ନାମକ ଶିଶୁକନ୍ୟା ହତ୍ୟା ଘଟଣାରେ ଏଯାଏ ତାଙ୍କ ପରିବାରକୁ ନ୍ୟାୟ ମିଳି ନାହିଁ । ପୋଲିସ ଓ ଜିଲା ପ୍ରଶାସନ ଉପରେ ଅସନ୍ତୋଷ ବ୍ୟକ୍ତ କରି ମୃତ ପରୀଙ୍କ ମା’ ବାପା ମଙ୍ଗଳବାର ବିଧାନସଭା ସମ୍ମୁଖରେ ଡିଜେଳ ଢାଳି ଆତ୍ମାହୁତି ଉଦ୍ୟମ କରିଛନ୍ତି । ଘଟଣାସ୍ଥଳରେ ଭୁବନେଶ୍ୱର କମିଶନରେଟ ପୋଲିସ ପହଞ୍ଚି ଉଭୟ ଦମ୍ପତିଙ୍କୁ ଉଦ୍ଧାର କରିଛି। ତେବେ ହତ୍ୟାକାଣ୍ଡ ନେଇ ପରୀଙ୍କ ମା’ ବାପା କହିଛନ୍ତି, ଆମ କଥା କେହି ଶୁଣି ନାହାନ୍ତି। ଆମ ଅଭିଯୋଗକୁ ଅଣଦେଖା କରାଯାଉଛି । ଝିଅର ହତ୍ୟାକାଣ୍ଡରେ ନ୍ୟାୟ ନ ମିଳିବା ସହ ଆମକୁ ନିର୍ଯାତନା ଦିଆଯାଉଛି।
ପ୍ରକାଶଯୋଗ୍ୟ, ଗତ ଜୁନ ୧୪ରେ ଜିଲା ସଦର ଥାନା ଯଦୁପୁରରେ ଅମ୍ରିତା ସ୍ନେହା ସାହୁ ଓରଫ ପରୀ (୫) ନାମକ ଶିଶୁକନ୍ୟା ନିଖୋଜ ହୋଇଥିଲା। ଜୁନ ୨୩ରେ ନିଖୋଜ ସ୍ଥାନଠାରୁ ମାତ୍ର ୫୦ ମିଟର ଦୂରରେ ମୃତଦେହ ଉଦ୍ଧାର ହୋଇଥିଲା। ମୃତଦେହ ଉଦ୍ଧାର ପରେ ପୋଲିସ ହତ୍ୟା ମାମଲା ରୁଜୁ କରିଛି । ଅନ୍ୟପକ୍ଷେ ମୃତ ପରୀର ମା’ବାପା, ବଡବାପା ଓ ବଡମାଙ୍କର ଲାଏ ଡିଟେକ୍ସନ ପରୀକ୍ଷା କରି ରିପୋର୍ଟକୁ ଅପେକ୍ଷା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri