ପରୀ ହତ୍ୟାକାଣ୍ଡ ଘଟଣା: ନ୍ୟାୟ ନ ମିଳିବାରୁ ବିଧାନସଭା ସମ୍ମୁଖରେ ମା’ ବାପାଙ୍କ ଆତ୍ମାହୁତି ଉଦ୍ୟମ

ଭୁବନେଶ୍ୱର/ନୟାଗଡ଼ ଅଫିସ,୨୪।୧୧(ବ୍ୟୁରୋ): ନୟାଗଡ଼ ସଦର ଥାନା ଯଦୁପୁର ଗ୍ରାମରେ ପ୍ରାୟ ୪ମାସ ତଳେ ଘଟିଥିବା ପରୀ (୫) ନାମକ ଶିଶୁକନ୍ୟା ହତ୍ୟା ଘଟଣାରେ ଏଯାଏ ତାଙ୍କ ପରିବାରକୁ ନ୍ୟାୟ ମିଳି ନାହିଁ । ପୋଲିସ ଓ ଜିଲା ପ୍ରଶାସନ ଉପରେ ଅସନ୍ତୋଷ ବ୍ୟକ୍ତ କରି ମୃତ ପରୀଙ୍କ ମା’ ବାପା ମଙ୍ଗଳବାର ବିଧାନସଭା ସମ୍ମୁଖରେ ଡିଜେଳ ଢାଳି ଆତ୍ମାହୁତି ଉଦ୍ୟମ କରିଛନ୍ତି । ଘଟଣାସ୍ଥଳରେ ଭୁବନେଶ୍ୱର କମିଶନରେଟ ପୋଲିସ ପହଞ୍ଚି ଉଭୟ ଦମ୍ପତିଙ୍କୁ ଉଦ୍ଧାର କରିଛି। ତେବେ ହତ୍ୟାକାଣ୍ଡ ନେଇ ପରୀଙ୍କ ମା’ ବାପା କହିଛନ୍ତି, ଆମ କଥା କେହି ଶୁଣି ନାହାନ୍ତି। ଆମ ଅଭିଯୋଗକୁ ଅଣଦେଖା କରାଯାଉଛି । ଝିଅର ହତ୍ୟାକାଣ୍ଡରେ ନ୍ୟାୟ ନ ମିଳିବା ସହ ଆମକୁ ନିର୍ଯାତନା ଦିଆଯାଉଛି।
ପ୍ରକାଶଯୋଗ୍ୟ, ଗତ ଜୁନ ୧୪ରେ ଜିଲା ସଦର ଥାନା ଯଦୁପୁରରେ ଅମ୍ରିତା ସ୍ନେହା ସାହୁ ଓରଫ ପରୀ (୫) ନାମକ ଶିଶୁକନ୍ୟା ନିଖୋଜ ହୋଇଥିଲା। ଜୁନ ୨୩ରେ ନିଖୋଜ ସ୍ଥାନଠାରୁ ମାତ୍ର ୫୦ ମିଟର ଦୂରରେ ମୃତଦେହ ଉଦ୍ଧାର ହୋଇଥିଲା। ମୃତଦେହ ଉଦ୍ଧାର ପରେ ପୋଲିସ ହତ୍ୟା ମାମଲା ରୁଜୁ କରିଛି । ଅନ୍ୟପକ୍ଷେ ମୃତ ପରୀର ମା’ବାପା, ବଡବାପା ଓ ବଡମାଙ୍କର ଲାଏ ଡିଟେକ୍ସନ ପରୀକ୍ଷା କରି ରିପୋର୍ଟକୁ ଅପେକ୍ଷା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍‌ରେ ତଥ୍ୟ ପ୍ରଦାନ କଲେ ନଗରପାଳ

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri