Posted inଜାତୀୟ

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଜାମିନ

ଚଣ୍ଡିଗଡ,୧୬।୩: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂ ବାଦଲଙ୍କୁ କୋଟକାପୁର ଗୁଳିକାଣ୍ଡ ମାମଲାରେ ଗୁରୁବାର ଜିଲା କୋର୍ଟ ପକ୍ଷରୁ ଆଗୁଆ ଜାମିନ ମିଳିଛି। ଏହି ଘଟଣାରେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଖବୀର ସିଂ ବାଦଲଙ୍କ ଜାମିନ ଆବେଦନକୁ ପ୍ରତ୍ୟାଖ୍ୟାନ କରାଯାଇଛି। ଏହା ବ୍ୟତୀତ ତତ୍କାଳୀନ ଏସଏସପି ସୁଖମନ୍ଦର ସିଂ ମାନଙ୍କ ଜାମିନ ଆବେଦନକୁ ଜିଲା କୋର୍ଟ ମଧ୍ୟ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହି ନିଷ୍ପତ୍ତି ଅତିରିକ୍ତ ଜିଲା ତଥା ସେସନ ଜଜ ରାଜୀବ କଲଦା ଏହି ନିଷ୍ପତ୍ତି ଶୁଣାଇଛନ୍ତି।
ଅକ୍ଟୋବର ୧୨, ୨୦୧୫ରେ, ଫରିଦକୋଟର ବାରଗରୀ ଠାରେ ଶ୍ରୀ ଗୁରୁ ଗ୍ରନ୍ଥ ସାହେବ ଜୀଙ୍କୁ ଅପମାନିତ କରିବା ଅଭିଯୋଗରେ ଶିଖ ସଂଗଠନଗୁଡ଼ିକ କୋଟକାପୁରା ଏବଂ ବାହୁବଲକାଲନରେ ବିରୋଧ ଆରମ୍ଭ କରିଥିଲେ। ଅକ୍ଟୋବର ୧୪ରେ ପୋଲିସର ଗୁଳିରେ ଦୁଇ ଶିଖ ଯୁବକଙ୍କର ମୃତ୍ୟୁ ଘଟିଥିଲା। ଏଥିସହିତ କୋଟକାପୁରା ଗୁଳିରେ ପ୍ରାୟ ୧୦୦ ବିକ୍ଷୋଭକାରୀ ଆହତ ହୋଇଥିଲେ। ଅଗଷ୍ଟ ୭, ୨୦୧୮ରେ ପୋଲିସ ଅଜ୍ଞାତ ବ୍ୟକ୍ତିଙ୍କ ବିରୋଧରେ ହତ୍ୟା ଉଦ୍ୟମ ମାମଲା ରୁଜୁ କରିଥିଲା।
କୋଟକାପୁରା ଗୁଳିକାଣ୍ଡ ମାମଲାରେ, ଏସ୍‌ଆଇଟି ୨୪ ଫେବୃଆରୀ ୨୦୨୨ରେ ଫରିଦକୋଟ କୋର୍ଟରେ ୭,୦୦୦ ପୃଷ୍ଠାର ଚାର୍ଜସିଟ ଦାଖଲ କରିଥିଲା। ଫେବୃଆରୀ ୨୪ରେ ଏଡିଜିପି ଏଲ.କେ ଯାଦବ ଏବଂ ଏସଏସପି ବଠିଣ୍ଡା ଗୁଲନେଟ ସିଂ ଖୁରାନାଙ୍କ ନେତୃତ୍ୱରେ ଏକ ଟିମ ଫରିଦକୋଟ କୋର୍ଟରେ ଚାର୍ଜସିଟ ଦାଖଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?