ବିଭିନ୍ନ ଦାବି ନେଇ କ୍ଷେତ ମଜଦୁର ସଙ୍ଘର ବିକ୍ଷୋଭ

ଗଞ୍ଜାମ,୨୩।୪(ବିଦ୍ୟାଧର ସାହୁ ): ଓଡ଼ିଶା କ୍ଷେତ ମଜଦୁର ସଙ୍ଘ ପକ୍ଷରୁ ବିଭିନ୍ନ ଦାବିନେଇ ବ୍ଲକ ମୁଖ୍ୟ ଫାଟକ ସମୁଖରେ ବୁଧବାର ବିକ୍ଷୋଭ ପ୍ରଦର୍ଶନ ହୋଇଛି। ଏ ନେଇ ସଙ୍ଘର କର୍ମକର୍ତ୍ତା ବିଡିଓ ଅଚ୍ୟୁତାନନ୍ଦ ଯାନୀଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିଥିଲେ । ବର୍ତ୍ତମାନ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମନମୁଖୀ ଶାସନ ତଥା ନିତ୍ୟ ଅପରିହାର୍ଯ୍ୟ ଜିନିଷର ଅହେତୁକ ମୂଲ୍ୟ ବୃଦ୍ଧି ହୋଇଛି। ଭାଜପା ସରକାର ଆସିଲେ ବାର୍ଦ୍ଧକ୍ୟ, ବିଧବା ଓ ଭିନ୍ନକ୍ଷମ ଭତ୍ତା ମାସିକ ତିନିହଜାର ବୃଦ୍ଧି, ତିନିଶହ ୟୁନିଟ ମାଗଣା ବିଜୁଳି ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଥିଲେ। କିନ୍ତୁ ଏଯାବତ୍‌ ପ୍ରତିଶୃତି ପାଳନ କାହିଁକି କରୁନି ବୋଲି ସିପିଆଇଏମ ନେତା ତଥା ପୂର୍ବତନ ସରପଞ୍ଚ ଦିଲ୍ଲୀପ କୁମାର ଛୋଟରାୟ ପ୍ରଶ୍ନ କରିଥିଲେ। ରାଜ୍ୟରେ ପ୍ରାୟ ୭୦ ଭାଗ ଜମି ଭାଗ ଚାଷୀଙ୍କ ଦ୍ୱାରା ଚାଷ କରୁଛନ୍ତି କିନ୍ତୁ ଭାଗ ଚାଷୀ ପାଇଁ ସରକାରଙ୍କ ଆଇନଗତ ବ୍ୟବସ୍ଥା ନାହିଁ ବୋଲି ବରିଷ୍ଠ କ୍ଷେତ ମଜଦୁର ସଙ୍ଗ ପକ୍ଷରୁ ଅଭିଯୋଗ ହୋଇଛି । ବିକ୍ଷୋଭ ପ୍ରଦର୍ଶନ ବେଳେ କ୍ଷେତ ମଜଦୁର ସଙ୍ଘ ବ୍ଲକ ସଭାପତି ପଦ୍ମ ଚରଣ ପ୍ରଧାନ, ଦିଲ୍ଲୀପ କୁମାର ଛୋଟରାୟ, ପୂର୍ବତନ ସରପଞ୍ଚ ରାମଚନ୍ଦ୍ର ନାୟକ, ବିନାୟକ ସିଠ, ଗଙ୍ଗାଧର ରେଡି, ଖଲି ତରାଇ, ପ୍ରଫୁଲ୍ଲ ସ୍ବାଇଁ, କୃଷ୍ଣ ଗୌଡ଼, ଖଲି ସ୍ବାଇଁ, ତ୍ରିନାଥ ତରାଇଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଣ୍ଡାଦେଉଳି ଅଞ୍ଚଳରେ ଶୋକର ଛାୟା, ୪ ଥର ସରପଞ୍ଚ ହୋଇଥିଲେ କମ୍ରେଡ ଲିଙ୍ଗରାଜ

ଗଞ୍ଜାମ,୫।୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଖଣ୍ଡାଦେଉଳି ପଂଚାୟତର ପୂର୍ବତନ ସରପଞ୍ଚ ତଥା ବରିଷ୍ଠ ସିପିଏମ ନେତା କମ୍ରେଡ ଲିଙ୍ଗରାଜ ପଲେଇଙ୍କ ଦେହାନ୍ତ ହୋଇଛି ।…

ଏମିତି କହି କାନ୍ଦି ପକାଇଲେ ଶେଖ ହାସିନା, ସ୍ୱପ୍ନର ବାଂଲାଦେଶ….

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନିର୍ବାସନର ଦ୍ୱିତୀୟ ବର୍ଷପୂର୍ତ୍ତି ଅବସରରେ ଦେଇଥିବା ଉଦ୍‌ବୋଧନରେ ଦେଶର ବର୍ତ୍ତମାନ ସ୍ଥିତିକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି…

ଚିଲିକାରୁ ୧୦୦ ଏକର ବେଆଇନ ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୫।୮ (କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକା ହ୍ରଦରୁ ବେଆଇନ ଘେରି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ତହସିଲ ପ୍ରଶାସନ…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri