Posted inଜାତୀୟ

ସମୂହ ଆତ୍ମହତ୍ୟା ଅନୁମତି ମାଗିଲେ ଚାଷୀ

ଗୁରୁଗ୍ରାମ,୧। ୯: ହରିୟାଣା ମାନେସରରେ ସରକାରଙ୍କ ପକ୍ଷରୁ ୧,୮୧୦ ଏକର ଜମି ଅଧିଗ୍ରହଣ ବିରୋଧରେ ସ୍ଥାନୀୟ କୃଷକମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏ ନେଇ ଚାଷୀମାନେ ବୁଧବାର ଡେପୁଟି କମିଶନର ନିଶାନ୍ତ କୁମାର ଯାଦବଙ୍କୁ ସ୍ମାରକପତ୍ର ପ୍ରଦାନ କରିବା ସହ ସମୂହ ଆତ୍ମହତ୍ୟା ପାଇଁ ଅନୁମତି ମାଗିଛନ୍ତି। ଦାବି ବାବଦରେ ସରକାରଙ୍କୁ ଜଣାଯିବ ବୋଲି ନିଶାନ୍ତ କୁମାର ପ୍ରତିଶ୍ରୁତି ଦେବା ପରେ କୃଷକ ପ୍ରଦର୍ଶନରୁ ଓହରିଛନ୍ତି। କୃଷକମାନଙ୍କ ବିକ୍ଷୋଭ ୭୦ ଦିନରେ ପହଞ୍ଚିଥିବାବେଳେ କିଷାନ ସମିତିର ସଦସ୍ୟମାନେ ଭାଜପା ଓ ଜନନାୟକ ଜନତା ପାର୍ଟି (ଜେଜେପି) ଦଳର ନେତାଙ୍କୁ ବଏକଟ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ୪ରୁ ଊର୍ଦ୍ଧ୍ୱ ଗ୍ରାମରେ ହରିୟାଣା ଷ୍ଟେଟ୍‌ ଇଣ୍ଡଷ୍ଟ୍ରିଆଲ୍‌ ଆଣ୍ଡ ଇନ୍‌ଫ୍ରାଷ୍ଟ୍ରକ୍ଚର ଡେଭଲପ୍‌ମେଣ୍ଟ କର୍ପୋରେଶନ୍‌ ତରଫରୁ ଭୂମି ଅଧିଗ୍ରହଣ ପାଇଁ ୨୦୧୦ରେ ନୋଟିସ୍‌ ଜାରି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୪ ହେବାକୁ ଯାଉଛି ବିଶ୍ୱର ସବୁଠାରୁ ମହଙ୍ଗା ଇଲେକ୍ସନ, ୨୦୧୯ ତୁଳନାରେ ଖର୍ଚ୍ଚ ହେଉଛି ୨ ଗୁଣା ଅଧିକ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ୨୦୨୪ ପୂର୍ବ ରେକର୍ଡ ଭାଙ୍ଗିବା ଏବଂ ବିଶ୍ୱର ସବୁଠାରୁ ମହଙ୍ଗା ର୍ନିବାଚନ ଇଭେଣ୍ଟ ହେବାକୁ ଯାଉଛି। ଏନଜିଓ ସେଣ୍ଟର ଫର...

ଏହି ଲୋକ ସଭା ଆସନରେ ସ୍ବାମୀଙ୍କୁ ଟକ୍କର ଦେବେ ସ୍ତ୍ରୀ

ଲକ୍ଷ୍ନୌ,୨୫।୩୪: ଉତ୍ତରପ୍ରଦେଶର ଇଟାୱା ଲୋକ ସଭା ଆସନରେ ପ୍ରତିଯୋଗିତା ରୋଚକ ହୋଇଛି। ବର୍ତ୍ତମାନର ଏମ୍‌ପି ରାମ ଶଙ୍କର କ୍ୟାଥେରିଆଙ୍କ ଉପରେ ଆତ୍ମବିଶ୍ୱାସ ପ୍ରକାଶ କରି ଭାଜପା...

ମୋଦିଙ୍କୁ ଚିଠି ଲେଖିଲେ ଖାର୍ଗେ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଭାବେ କଂଗ୍ରେସ ମନିଫେଷ୍ଟୋ ଉପରେ ପ୍ରଶ୍ନ ଉଠାଉଛନ୍ତି। କିଛି ଦିନ ପୂର୍ବେ...

‘୨୦୨୫ ସୁଦ୍ଧା ଭାଜପା ସଂରକ୍ଷଣ ଉଚ୍ଛେଦ କରିବ’: ରେବନ୍ଥ ରେଡ୍ଡୀଙ୍କ ବଡ଼ ଦାବି

ହାଇଦ୍ରାବାଦ,୨୫।୪: ମୁସଲମାନମାନଙ୍କ ପାଇଁ କୋଟାକୁ ନେଇ ଭାଜପା ଏବଂ କଂଗ୍ରେସ ମଧ୍ୟରେ ଚାଲିଥିବା ରାଜନୈତିକ ଵାକଯୁଦ୍ଧ ମଧ୍ୟରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ଥ ରେଡ୍ଡୀ ଅଭିଯୋଗ କରିଛନ୍ତି...

ପ୍ରଥମେ ଖବରଦାତା ସମ୍ମିଳନୀ-ପରେ ରାଲି, ଏବେ ରୋଡ ଶୋ’…ଏଏପିର ପ୍ରଚାର ସମ୍ଭାଳିବେ ସୁନୀତା କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଗିରଫ ହୋଇ ଜେଲ୍‌ ଯିବା ପରେ ତାଙ୍କ ପତ୍ନୀ ସୁନୀତା କେନ୍ଦ୍ର ସରକାରଙ୍କୁ ସମାଲୋଚନା କରି ଆସୁଛନ୍ତି। ସେ...

ହୋଟେଲରେ ନିଆଁ ଲାଗି ୬ ମୃତ, ୧୨ ଆଇସିୟୁରେ ଭର୍ତ୍ତିି

ପାଟନା,୨୫ା୪: ଗୁରୁବାର ପାଟନାରେ ଥିବା ଏକ ହୋଟେଲରେ ନିଆଁ ଲାଗିବାରୁ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨ ଜଣ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ଏହି...

ଭାଜପାରେ ଯୋଗଦେଲେ ପ୍ରସିଦ୍ଧ ୟୁଟ୍ୟୁବର: ମା’ଙ୍କ କଥାରେ ଧରିଲେ ପଦ୍ମ

ନୂଆଦିଲ୍ଲୀ,୨୫।୪: ବିହାରର ପ୍ରସିଦ୍ଧ ୟୁଟ୍ୟୁବର ମନୀଷ କାଶ୍ୟପ ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି। ସେ ଦିଲ୍ଲୀରେ ଦଳର ଜାତୀୟ ସଭାପତି ଜେପି ନଡାଙ୍କୁ ଭେଟି ପଦ୍ମ...

ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂରେ ନଜର ଆସିବେ ହେଭିଓ୍ବେଟ ନେତା, ଭାଗ୍ୟ ପରୀକ୍ଷା କରିବେ ରାହୁଲ-ଶଶୀ ଥରୁର୍‌

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନକୁ ନେଇ ଦେଶରେ ସୃଷ୍ଟି ହୋଇଛି ଏକ ଭିନ୍ନ ପରିବେଶ । ପ୍ରଥମ ପର୍ଯ୍ୟାୟ ପରେ ସବୁ ରାଜନୈତିକ ଦଳ ଏବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri