ଏଫଏକ୍ୟୁ ମାନ କୋହଳ ପାଇଁ ଉଠିଲା ଦାବି

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଲଗାଣ ବର୍ଷା ହେତୁ ଖରିଫ ଧାନ ଫସଲ କ୍ଷୟକ୍ଷତିର ଭରଣା, ଧାନର ଏଫଏକ୍ୟୁ ମାନ କୋହଳ, ଟୋକେନ ଅବଧି ବର୍ଦ୍ଧିତ ଦାବି ନେଇ ସୋମବାର ଛତ୍ରପୁର ବ୍ଲକ ଅନ୍ତର୍ଗତ ପୋଟଲାମପୁର ଗ୍ରାମ ପଂଚାୟତର ବହୁ ଚାଷୀ ଏବଂ ଜନ ପ୍ରତିନିଧିମାନେ ଗଞ୍ଜାମ ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଛନ୍ତି।
ଏନେଇ ଏକ ସମ୍ବଳିତ ଦାବୀ ପତ୍ର ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲାପାଳ (ରାଜସ୍ବ)ସୁଧାଂଶୁ କୁମାର ଭୋଇଙ୍କୁ ଭେଟି ପ୍ରଦାନ କରିଛନ୍ତି, ଏହା ସହିତ ଚାଷୀ ମାନଙ୍କର ବିଭିନ୍ନ ସମସ୍ୟା ସମ୍ପର୍କ ରେ ଅତିରିକ୍ତ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ, ଧାନ କ୍ଷୟକ୍ଷତିର ଆକଳନ କରି ତୁରନ୍ତ ଚାଷୀଙ୍କୁ ସହାୟତା ପ୍ରଦାନ କରାଯାଉ, ରବି ଫସଲ ଯଥା-ମୁଗ, ବିରି ଇତ୍ୟାଦି ନଷ୍ଟ ହେତୁ ପର୍ଯ୍ୟାପ୍ତ ବିହନ ଯୋଗାଇବା, ଧାନ କ୍ଷେତରେ ପାଣି ଜମିଥିବା ହେତୁ ଅମଳ ବିଳମ୍ବ ସକାଶେ ଟୋକେନ ଅବଧି ବୃଦ୍ଧି କରିବା, ଫସଲ ନଷ୍ଟ ହେତୁ ଧାନର ଏଫଏକ୍ୟୁ ମାନ କୋହଳ କରିବା ଏବଂ ଚଳିତବର୍ଷ ଧାନ ମଣ୍ଡିର ସୁବ୍ୟବସ୍ଥା ନ ଥିବା ଯୋଗୁ ପୂର୍ବ ବର୍ଷ ଭଳି ଧାନ କ୍ରୟ କରିବା ନେଇ ଉକ୍ତ ଦାବି ପତ୍ରରେ ଦର୍ଶାଇଛନ୍ତି। ଏହି ଦାବି ପତ୍ର ପ୍ରଦାନବେଳେ ପୋଟଲାମପୁର ସରପଞ୍ଚ ନିରଞ୍ଜନ ପ୍ରଧାନ, ସମିତି ସଭ୍ୟ ଶମ୍ଭୁନାଥ ସ୍ବାଇଁ, ଚାଷୀ ନେତା ସୀମାଞ୍ଚଳ ନାହାକ, ରାଜେନ୍ଦ୍ର ନାହାକ, କେ. ରାମାୟା, ଶତ୍ରୁଘ୍ନ ବିଶ୍ୱାଳ, ଗୋପାଳ ନାହାକ ଓ ଭାସ୍କର ସ୍ବାଇଁଙ୍କ ସମେତ ବହୁ ଚାଷୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…

ବିଜୁଳି ଖୁଣ୍ଟରେ ପିଟିହେଲା ଟ୍ରାକ୍ଟର, ଆଉ ତା’ପରେ…

ବାଲିଶଙ୍କରା,୩ା୪(ହୃଦାନନ୍ଦ ବାରିକ): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଧୀନ ସାକୁଶପାନୀ ଗ୍ରାମରେ ଶୁକ୍ରବାର ବିଜୁଳି ଖୁଣ୍ଟରେ ଏକ ଟ୍ରାକ୍ଟର ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଟ୍ରାକ୍ଟର…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri