ବାର୍‌ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ ତାର ବିଛାଇଥିଲେ । ଉକ୍ତ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଯୁବଚାଷୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି ।

ସୂଚନା ଅନୁସାରେ, ମୃତ ଚାଷୀ ହେଉଛନ୍ତି ପ୍ରତାପଗିରି ଗ୍ରାମର ମେହେଙ୍କାଳ ନାୟକ(୪୨) । ଖବର ପାଇ ପାଟପୁର ବନ ବିଭାଗ ସେକ୍ସନ ଫରେଷ୍ଟର ସନ୍ତୋଷ କୁମାର ସାହୁ, ପାଟପୁର ପୋଲିସ ଟିମ୍ ଏବଂ ବିଦ୍ୟୁତ ବିଭାଗ କର୍ମଚାରୀ ବୃନ୍ଦ ଘଟଣାସ୍ଥଳରେ ପହଞ୍ଚି ସରଜମିନ ତଦନ୍ତ କରି ଫେରିଥିଲେ। ମେହେଙ୍କାଳ ଘରେ ରାତ୍ରି ଭୋଜନ ସାରିବା ପରେ ଅନ୍ୟ କିଛି ଚାଷୀଙ୍କ ସହ ଧାନ ଜମିରେ ପାଣି ମଡ଼ାଇବାକୁ ଚାଷଜମିକୁ ଯାଇଥିଲେ । ଚାଷଜମି ହିଡରେ ବିଛାଯାଇଥିବା ବିଦ୍ୟୁତ ତାରରେ ପାଦ ପଡିଯିବାରୁ ସେ ତଳେ ପଡିଯାଇଥିଲେ । ମେହେଙ୍କାଳଙ୍କ ଗୋଡ଼, ଜଙ୍ଘ ଓ ଅଣ୍ଟା ତଳକୁ ଭୀଷଣ ବିଦ୍ୟୁତ ଆଘାତ ହୋଇ ଜଳି ଯାଇଥିଲା। ଖବର ପାଇ ପରିବାର ଲୋକେ ସ୍ଥାନୀୟ କିଛି ବ୍ୟକ୍ତିଙ୍କ ସହାୟତାରେ ତାଙ୍କୁ ଆଡ଼ପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଉପସ୍ଥିତ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଉପସ୍ଥିତ ପରିବାର ଲୋକଙ୍କ କାନ୍ଦ ବୋବାଳିରେ ସ୍ୱାସ୍ଥ୍ୟକେନ୍ଦ୍ର ପରିସର ଫାଟି ପଡିଥିଲା। ପୋଲିସ ଆଡ଼ପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରିଥିଲେ । ମଙ୍ଗଳବାର ସକାଳେ ସେଠାରେ ମୃତଦେହ ବ୍ୟବଚ୍ଛେଦ କରାଯିବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ମୃତଦେହ ଗାଁରେ ପହଞ୍ଚିବା ପରେ ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଛି । ମେହେଙ୍କାଳଙ୍କ ବାପା ନକୁଳ ନାୟକ ଏନେଇ ପାଟପୁର ଥାନାରେ ଏତଲା ଦେବାପରେ ଆଇଆଇସି ଦୀପ୍ତି ରଞ୍ଜନ ବେହେରା ମାମଲା ନଂ.୩୩୧/୨୬ ଅନୁଯାୟୀ ମକଦ୍ଦମା ରୁଜୁକରି ତଦନ୍ତ ଚଳାଇଛନ୍ତି । ଦିଗପହଣ୍ଡି ବନାଞ୍ଚଳ ଇଲାକାରେ ଦିନକୁ ଦିନ ଅବାଧ ବନ୍ୟଜନ୍ତୁ ଶିକାର ବଢ଼ି ବଢ଼ି ଚାଲିଛି । ଗତ ୨୦୨୪ ଅଗଷ୍ଟ ୮ ତାରିଖରେ ବନବିଭାଗ କର୍ମଚାରୀମାନେ  ସାନଖେମୁଣ୍ଡି ବ୍ଲକ ମଥୁରା ଗ୍ରାମ ନିକଟ ନୁଆଗୁମ୍ମା ଗ୍ରାମରେ ଚଢ଼ାଉ କରି ଜଣେ ବନ୍ୟଜନ୍ତୁ ଶିକାରୀ ଅମିର ଦାସଙ୍କୁ ଗିରଫ କରି ତାଙ୍କ ନିକଟରୁ ପ୍ରାୟ ୫ କିଲୋ ବାରହା ମାଂସ ଏବଂ ଶିକାର ରେ ବ୍ୟବହୃତ ଫାସ ଜବତ କରିଥିଲେ ।

ବନ ବିଭାଗ ମାମଲା ନଂ.୮୦/୨୪-୨୫ ଅନୁଯାୟୀ ଅଭିଯୁକ୍ତଙ୍କୁ  ଦିଗପହଣ୍ଡି କୋର୍ଟକୁ ଚାଲାଣ କରାଯାଇଥିଲା। ସେହିପରି ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ ତାର ବିଛାଇବା ଦ୍ଵାରା ଗତ ଜାନୁୟାରୀ ୨ ଓ ୩୦ ତାରିଖରେ ଢେପାଗୁଡ଼ା ଗ୍ରାମ ଓ ଭୀମନଗର ଗ୍ରାମ ନିକଟ ଜଙ୍ଗଲରେ ୨ ହାତୀଙ୍କ ମୃତ୍ୟୁ ହୋଇଥିଲା । ସମ୍ପୃକ୍ତ ଅଭିଯୁକ୍ତମାନଙ୍କୁ ବନବିଭାଗ ଗିରଫ କରି କୋର୍ଟ ଚାଲାଣ କରିଥିଲେ। ଏନେଇ ଦିଗପହଣ୍ଡି ରେଞ୍ଜର ଦିବ୍ୟ ରଞ୍ଜନ ସାହୁଙ୍କୁ ପଚାରିବାରୁ ଏହା ଏକ ଅତ୍ୟନ୍ତ ସମ୍ବେଦନଶୀଳ ଘଟଣା ବୋଲି ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି । ସମ୍ପୃକ୍ତ ଅଞ୍ଚଳରେ ବନ କର୍ମଚାରୀମାନଙ୍କ ପକ୍ଷରୁ ନିୟମିତ ଭାବେ ପାଟ୍ରୋଲିଂ କରାଯାଉଛି । ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ବନ୍ୟପ୍ରାଣୀଙ୍କ ସୁରକ୍ଷା ସାଙ୍ଗକୁ ବନ୍ୟପ୍ରାଣୀ ଶିକାର ଏକ ଧର୍ତ୍ତବ୍ୟ ଅପରାଧ ବୋଲି ସଚେତନତା ସଭା ମଧ୍ୟ କରାଯାଉଛି। ତେଣୁ ଏନେଇ ସ୍ଥାନୀୟ ଜନସାଧାରଣ ଅଧିକ ସଚେତନ ହେବା ସହ ବନ୍ୟପ୍ରାଣୀ ଶିକାର କରୁଥିବା ଦୁର୍ବୃତ୍ତମାନଙ୍କ ସମ୍ପର୍କରେ ବନବିଭାଗ କର୍ମଚାରୀମାନଙ୍କୁ ଗୁପ୍ତ ସୂଚନା ଦେବାକୁ ସେ ନିବେଦନ କରିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସନ୍ଦେହଜନକ ଅବସ୍ଥାରେ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର; ଝୁଲନ୍ତା ଅବସ୍ଥାରେ ସ୍ତ୍ରୀ, ଖଟରେ ସ୍ବାମୀ…

ଖଡ଼ିଆଳ,୧୩।୧୦(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ଖନତରାଇ ଗ୍ରାମନିବାସୀ ସ୍ୱାମୀ ସ୍ତ୍ରୀ ଦୀର୍ଘଦିନ ହେବ ଭିମାଖୋଲ ଛକରେ ରହୁଥିଲେ । ଦୁହେଁ ହସଖୁସିରେ…

ମୋ ଭାଇ ଡାକୁଛି, ମୁଁ ପଳେଇବି…୬ ମାସ ଭିତରେ ଡକାଡକି ହୋଇ ଚାଲିଗଲେ ୩ ଭାଇ, ଜାଣନ୍ତୁ ଚାଞ୍ଚଲ୍ୟକର ଘଟଣା

କାନପୁର,୧୩।୧୦: ଉତ୍ତରପ୍ରଦେଶର କାନପୁର ଜିଲାର ୱାଜିଦପୁର ଅଞ୍ଚଳରେ ଗୋଟିଏ ପରିବାରର ତିନି ଜଣ ଭାଇଙ୍କ ମୃତ୍ୟୁ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ମାତ୍ର ୬ ମାସ ମଧ୍ୟରେ…

ଇଂଲଣ୍ଡକୁ ବଡ଼ ଝଟକା: ଦୀର୍ଘ ସମୟ ପାଇଁ ଦଳରୁ ବାଦ ପଡ଼ିବେ ଜୋସ ବଟଲର୍‌? ହସ୍ପିଟାଲରୁ ଫଟୋ ଶେୟାର କରି କହିଲେ

ନୂଆଦିଲ୍ଲୀ,୧୩।୧୦: ବାମ ଗୋଡ଼ର ହ୍ୟାମଷ୍ଟ୍ରିଂ (hamstring) ଅସ୍ତ୍ରୋପଚାର ପରେ ଜୋସ ବଟଲର ଦୀର୍ଘ ସମୟ ପାଇଁ କ୍ରିକେଟରୁ ଦୂରେଇ ରହିବାର ସମ୍ଭାବନା ରହିଛି। ଇଂଲଣ୍ଡର ଏହି ୱିକେଟକିପର-ବ୍ୟାଟର…

ବଲାଙ୍ଗୀରରେ ଉତ୍ତେଜନା, ଏବିଭିପି ସମର୍ଥକଙ୍କୁ ବାଥରୁମରେ ବନ୍ଦ କଲେ ବିଜେଡି ସମର୍ଥକ

ବଲାଙ୍ଗୀର,୧୩।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଛାତ୍ର ସଂସଦ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଛି । ବଲାଙ୍ଗୀର ସର୍କିଟ ହାଉସରେ କିଛି ଏବିଭିପି ନେତା ଓ ସମର୍ଥକ…

ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌: ଭାଙ୍ଗିଲେ କୋହଲିଙ୍କ ରେକର୍ଡ

ନୂଆଦିଲ୍ଲୀ,୧୩।୧୦: କୌଣସି ଖେଳାଳିଙ୍କ ପାଇଁ ପ୍ରଥମ ଥର ଟେଷ୍ଟ ଦଳର ଅଧିନାୟକ ହେବା ଏକ ବଡ଼ ଆହ୍ବାନ। କିନ୍ତୁ ଆଫଗାନିସ୍ତାନର ରହମତ ଶାହ ଏହି ଦାୟିତ୍ୱକୁ ସ୍ମରଣୀୟ…

ଅକ୍ଟୋବର ୨୯ ପର୍ଯ୍ୟନ୍ତ ସାବଧାନ: ମେଷ ସମେତ ୩ ରାଶିଙ୍କ ଉପରେ ମାଡିଆସୁଛି ବଡ଼ ବିପଦ! ପାଖରୁ ପଳାଇବ ଧନ

ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶୁକ୍ର ଗ୍ରହଙ୍କୁ ପ୍ରେମ, ସୁଖ-ସମୃଦ୍ଧି, ଐଶ୍ୱର୍ଯ୍ୟ ଓ ଆର୍ଥିକ ସ୍ଥିତିର କାରକ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ଶୁକ୍ର ନିଜ ରାଶି ତୁଳାରେ…

୭୭ ବର୍ଷରେ ହେମାଙ୍କ ଜବରଦସ୍ତ ଡ୍ୟାନ୍ସ! ମନ ଜିଣିଲେ ଡ୍ରିମ୍‌ ଗର୍ଲ

ମୁମ୍ବାଇ,୧୩।୧୦: ବୟସ ମାତ୍ର ଏକ ସଂଖ୍ୟା! ୭୭ ବର୍ଷ ବୟସରେ ବି ନିଜ ନୃତ୍ୟର ଯାଦୁରେ ଦର୍ଶକଙ୍କ ହୃଦୟ ଜିଣୁଛନ୍ତି ବଲିଉଡ୍‌ର ଡ୍ରିମ୍‌ ଗର୍ଲ ହେମା ମାଳିନୀ…

ବୈଭବଙ୍କ ରହସ୍ୟମୟ ପୋଷ୍ଟକୁ ନେଇ ହଇଚଇ: ଦେଲେ ଏଭଳି ସଙ୍କେତ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ, ୧୩।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ T20I ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ଖେଳିବାର ସୁଯୋଗ ମିଳିନାହିଁ। ଟିମ ଇଣ୍ଡିଆର ମ୍ୟାନେଜମେଣ୍ଟ ସଞ୍ଜୁ ସାମସନଙ୍କ ଉପରେ ଭରସା ଦେଖାଇଛି। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?