ମଣ୍ଡିରେ ଚାଲିଗଲା ଚାଷୀଙ୍କ ଜୀବନ

ବାଉଁଶୁଣୀ,୨୩ା୨(ଡି.ଏନ୍‌.ଏ.): ବୌଦ୍ଧ ଜିଲା ବାଉଁଶୁଣୀ ମଣ୍ଡି ପରିସରରେ ଗୁରୁବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ମଣ୍ଡିକୁ ଧାନ ବିକ୍ରି କରିବାକୁ ଆସିଥିବା ବେଳେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତ ଚାଷୀ ହେଲେ ଧରଣୀ ମେହେର(୫୦)। ଧାନ ବିକି ନ ପାରି ସେ ଦୀର୍ଘଦିନ ହେଲା ମାନସିକ ଚାପରେ ଥିଲେ। ହୃଦ୍‌ଘାତରେ ତାଙ୍କର ମୃତ୍ୟୁ ଘଟିଥିବା କୁହାଯାଉଛି।

ମିଳିଥିବା ସୂଚନା ମୁତାବାକ, ବୌଦ୍ଧ ବ୍ଲକ୍‌ ଜମାଘାଟି ଗ୍ରାମର ଧରଣୀ ଗତ ଜାନୁୟାରୀ ୨୫ରେ ୫୬ କୁଇଣ୍ଟାଲ ୬୨ କେଜି ଧାନ ବିକିବାକୁ ଟୋକନ ପାଇଥିଲେ। କିନ୍ତୁ ମାସେ ପୂରିବାକୁ ବସିଥିବା ବେଳେ ମଣ୍ଡିରେ ଧାନ ବିକ୍ରୟ କରିପାରି ନ ଥିଲେ। ସେ ଧାର କରଜ କରି ଚାଷ କରିଥିଲେ। ବିକ୍ରି ପାଇଁ ଦିନ ଗଡୁଥିବା ବେଳେ ଟୋକନ ଲାପ୍ସ ହୋଇଯିବା ଆଶଙ୍କା ଥିବାରୁ ଚିନ୍ତାରେ ଥିଲେ। ଗୁରୁବାର ସକାଳେ ସେ ମଣ୍ଡିକୁ ଧାନ ବିକ୍ରି କରିବା ପାଇଁ ଆସିଥିଲେ। ଧାନ ବିକ୍ରିରେ ବିଳମ୍ବ ହେବାରୁ କାଳେ ନିରାଶ ହୋଇ ଘରକୁ ଫେରିବାକୁ ପଡିବ ଭାବି ମଣ୍ଡି ପରିସରରେ ଥିବା ଏକ ଗଛମୂଳକୁ ଯାଇ ବସିଥିଲେ। ସେତିକିବେଳେ ସେ ଟଳି ପଡିଥିଲେ। ପାଖରେ ଥିବା ଲୋକେ ତାଙ୍କୁ ତୁରନ୍ତ ବାଉଁଶୁଣୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଧରଣୀଙ୍କୁ ମୃତ ଘୋଷଣା କରିଥିଲେ। ମୃତ ଚାଷୀଙ୍କୁ ଜିଲା ପ୍ରଶାସନ ପକ୍ଷରୁ ସରକାରୀ ସହାୟତା ଯୋଗାଇ ଦେବାକୁ ପରିବାର ପକ୍ଷରୁ ନିବେଦନ କରାଯାଇଛି ା

ସୂଚନାଯୋଗ୍ୟ, ବୌଦ୍ଧ ଜିଲାର ବିଭିନ୍ନ ମଣ୍ଡିରେ ଅବ୍ୟବସ୍ଥା ଲାଗି ରହିଛି। କେତେବେଳେ ଟୋକନ ସମସ୍ୟା ତ ଆଉ କେତେବେଳେ ଟୋକନ ଲାପ୍ସ ହେବା ଯୋଗୁ ଚାଷୀ ହନ୍ତସନ୍ତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ...

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...

ଭିକ୍ଟୋରିଆ ଯୁଗର ଜୋତା ମିଳିଲା

ଲଣ୍ଡନ: ସମ୍ପ୍ରତି ୱେଲ୍ସ କାଉଣ୍ଟିର ଏକ ଅଜବ ଏବଂ ରହସ୍ୟମୟ ଘଟଣା ସ୍ଥାନୀୟ ଲୋକଙ୍କୁ ବିସ୍ମିତ କରିଦେଇଛି। ଦକ୍ଷିଣ ୱେଲ୍ସର ଗ୍ଲାମୋର୍ଗାନ ଉପତ୍ୟକାର ଓଗମୋର୍‌-ବାଇ-ସି ବିଚ୍‌ରେ...

ଜାଲ୍‌ ଲାଇସେନ୍ସରେ ବନ୍ଧୁକ ବେପାର, ୩ ଗିରଫ

ରାଉରକେଲା,୩୧।୧୨(ସଙ୍ଗୀତା ଜେନା): ରାଉରକେଲା ଜିଲା ପୋଲିସ ସୋମବାର ରାଉରକେଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଆନ୍ତଃ ରାଜ୍ୟ ଅସ୍ତ୍ରଶସ୍ତ୍ର ଚୋରାଚାଲାଣ ଗ୍ୟାଙ୍ଗ୍‌ର ପର୍ଦ୍ଦାଫାଶ କରିଛି। ଜାଲ୍‌...

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୧ା୧୨: ବାଂଲାଦେଶର ମିମେନସିଂ ଜିଲା ଅନ୍ତର୍ଗତ ଏକ ପୋଷାକ କାରଖାନା ଭିତରେ ସହକର୍ମୀଙ୍କ ଗୁଳିମାଡ଼ରେ ଜଣେ ହିନ୍ଦୁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri