ଲୋହରାଖଣ୍ଡି ନଦୀ ପାର ହେବା ବେଳେ ବୁଡ଼ିଯାଇ ଚାଲିଗଲା ଚାଷୀଙ୍କ ଜୀବନ, ଶୋକରେ…

ଭଞ୍ଜନଗର, ୧୦।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଗୋହିରୀବାଡ଼ି ଗ୍ରାମର ଜଣେ ଚାଷୀ ଲୋହରାଖଣ୍ଡି ନଦୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ମୃତକ ଜଣଙ୍କ ହେଲେ ଗ୍ରାମର ସନ୍ତୋଷ କୁମାର ନାୟକ (୪୯)।

ସୂଚନା ଅନୁଯାୟୀ, ସନ୍ତୋଷ ଗୁରୁବାର ସନ୍ଧ୍ୟାରେ ଜମିରୁ କାମ ସାରି ଘରକୁ ଫେରୁଥିଲେ। ଘରକୁ ଫେରିବା ବାଟରେ ଥିବା ଲୋହରାଖଣ୍ଡି ନଦୀ ପାର ହୋଇ ଆସୁଥିବା ସମୟରେ, ନଦୀରେ ପ୍ରବଳ ସ୍ରୋତ ଓ ଅଧିକ ପାଣି ଥିବା ହେତୁ ସେ ବୁଡ଼ିଯାଇଥିଲେ। ନିକଟରେ ଥିବା ସ୍ଥାନୀୟ ଲୋକେ ତାଙ୍କୁ ସଙ୍ଗେ ସଙ୍ଗେ ଉଦ୍ଧାର କରିଥିଲେ। ତେବେ ସେ ଜୀବିତ ଥିବା ଆଶା ନେଇ ପରିବାର ଓ ଗ୍ରାମବାସୀ ତୁରନ୍ତ ଚିକିତ୍ସା ପାଇଁ ତାଙ୍କୁ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟକୁ ନେଇଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଖବର ପାଇ ଭଞ୍ଜନଗର ପୋଲିସ ହସ୍ପିଟାଲରେ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ  ପାଇଁ ପଠାଇ ତଦନ୍ତ ଆରମ୍ଭ କରିଛି। ଏହି ଅଭାବନୀୟ ଘଟଣା ପରେ ଗୋହିରୀବାଡ଼ି ଗ୍ରାମ ସମେତ ସମ୍ପୂର୍ଣ୍ଣ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘର ସାମ୍ନାରେ ଯୁବକଙ୍କୁ ଦଳି ଦେଲା ହାତୀ

ଜି.ଉଦୟଗିରି,୧୦ା୯(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଓ ଟିକାବାଲି ବ୍ଲକ୍‌ ସୀମାନ୍ତରେ ଜଣେ ଯୁବକଙ୍କୁ ଦନ୍ତାହାଦୀ ଦଳି ଦେଇଛି। ସେ ହେଲେ ପିକରଡ଼ି ପଞ୍ଚାୟତ କାମ୍ବାନାଯୁ…

୨୦୦ ବୁଥ୍‌ରେ BLA-2 ସଭ୍ୟଙ୍କୁ ତାଲିମ; ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ସାଙ୍ଗଠନିକ ମନ୍ଥନ

ଦିଗପହଣ୍ଡି, ୧୦।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ କଂଗ୍ରେସ ଦଳ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ସାଙ୍ଗଠନିକ ସଭା ଅନୁଷ୍ଠିତ…

ଲାଞ୍ଜିଗଡ଼-ଜଗନ୍ନାଥପୁର ରାସ୍ତା ମରଣଜନ୍ତା: ବଂଶଧାରା ପୋଲ ନିକଟରେ ବିରାଟ ଘାଇ, କେତେବେଳେ ବି ଘଟିପାରେ…

ଲାଞ୍ଜିଗଡ଼, ୧୦।୯ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ଲାଞ୍ଜିଗଡ଼-ଜଗନ୍ନାଥପୁର ମୁଖ୍ୟ ରାସ୍ତାର ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ହୋଇପଡ଼ିଛି। ବଂଶଧାରା ନଦୀ ପୋଲ ନିକଟରେ…

ଗଜପତି ଉପଜିଲାପାଳ ଭାବେ ଦାୟିତ୍ୱ ଗ୍ରହଣ କଲେ IAS ଭାଗବତ ସାମଲ କଲ୍ୟାଣ ରାଓ

ପାରଳାଖେମୁଣ୍ଡି, ୧୦।୯ (ଗିରିଧାରୀ ପରିଛା): ଗଜପତି ଜିଲାର ନୂତନ ଉପଜିଲାପାଳ (ସବ୍‌-କଲେକ୍ଟର) ଭାବେ ୨୦୨୪ ବ୍ୟାଚ୍‌ର ଆଇଏଏସ୍ (IAS) ଅଧିକାରୀ ଭାଗବତ ସାମଲ କଲ୍ୟାଣ ରାଓ ଦାୟିତ୍ୱ…

ସାମାନ୍ୟ କଥାରୁ କୁରାଢ଼ି ଚୋଟ: ଗୁରୁତର ବୃଦ୍ଧଙ୍କୁ ଚିକିତ୍ସା କରିବା ସମୟରେ ଛୁଞ୍ଚି-ସୂତା ଅଭାବ, ବାହାରୁ କିଣି ଚିକିତ୍ସା କଲେ ଡାକ୍ତର

ପାଟଣା, ୧୦।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ତୋଣ୍ଡ ଗ୍ରାମର ଜାମୁନାଳିଆ ସାହିରେ ସାମାନ୍ୟ ବଚସାକୁ କେନ୍ଦ୍ର କରି ଜଣେ…

ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ ସ୍କୁଲରେ ସିନେ ତାରକା ବାବୁଶାନ୍; ଉଦ୍‌ଘାଟିତ ହେଲା ‘ମନୋଜ ଦାସ ପାଠାଗାର’

ହାଟଡିହୀ/ଛେନାପଦୀ, ୧୦।୯ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବେରୁଣପଦୀସ୍ଥିତ ଉତ୍କଳ ଗୌରବ ଇଣ୍ଟରନେସନାଲ ସ୍କୁଲ (UGIS)ରେ ଗୁରୁବାର ନୂତନ ଭାବେ ନିର୍ମିତ ‘ମନୋଜ…

କଳାହାଣ୍ଡିରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ, ଜାଣନ୍ତୁ…

ଭବାନୀପାଟଣା,୧୦ା୯(ଉତ୍ତମ କୁମାର ଦାଶ): ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ରାଜ୍ୟରେ ବିଭିନ୍ନ ଜିଲାରେ…

ନିୟମଗିରି ସୁରକ୍ଷା ସମିତି ସଭାପତି ଲୋଦ ସିକାକାଙ୍କୁ ପୋଲିସ ଉଠାଇ ନେଇଥିବା ଅଭିଯୋଗ, ଲାଞ୍ଜିଗଡ଼ରୁ ଫେରୁଥିବା ବେଳେ…

କଲ୍ୟାଣସିଂହପୁର, ୧୦।୯ (ଦୀପକ କୁମାର ପରିଡ଼ା): ନିୟମଗିରି ସୁରକ୍ଷା ସମିତିର ସଭାପତି ଲୋଦ ସିକାକାଙ୍କୁ ପୋଲିସ ଉଠାଇ ନେଇଥିବା ଅଭିଯୋଗ ହୋଇଛି। ପ୍ରାପ୍ତ ସୂଚନା ଅନୁଯାୟୀ, କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri