ଆନନ୍ଦପୁର,୨୫ା୪(ସୁଶାନ୍ତ କୁମାର ସାହୁ): ଆନନ୍ଦପୁର ପୌରପରିଷଦ ୧ ନଂ ଆଉ ୨ ନଂ ଓ୍ବାର୍ଡର ଚାଷୀମାନେ ଶୁକ୍ରବାର ସକାଳ ୧୦.୩୦ରେ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ନିଜର ହକ୍ ପାଇଁ ଧାରଣାରେ ବସିଥିବା ବେଳେ ଅସହ୍ୟ ତାତି ସାଙ୍ଗକୁ ଖରା ସହି ନ ପାରି ଜଣେ ଚାଷୀ ଶିବ ପ୍ରସାଦ ସାହୁ ଘଟଣାସ୍ଥଳରେ ବେହୋସ ହୋଇଯାଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ସେଠାରେ ଥିବା ଆନନ୍ଦପୁର ପୋଲିସ ଗାଡ଼ିରେ ବେହୋସ ଚାଷୀଙ୍କୁ ଫକୀରପୁର ମେଡିକାଲରେ ଭର୍ତ୍ତି କରିଥିବା ବେଳେ ସେଠାରେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ଭଲ ଥିବା ଜଣାପଡ଼ିଛି।


