Posted inଜାତୀୟ

ମୋଦି ସରକାରଙ୍କ ପାଇଁ ଅନ୍ନଦାତା ଭଗବାନ, ବିରୋଧୀଙ୍କ ନଜରରେ ଏହା ଭୋଟ ବ୍ୟାଙ୍କ: କୃଷ୍ଣପାଳ ଗୁର୍ଜର

ନୂଆଦିଲ୍ଲୀ,୨୨ ।୧୨: କେନ୍ଦ୍ର ଦ୍ୱାରା ଜାରି କରାଯାଇଥିବା କୃଷି ଆଇନ ବିରୋଧରେ କୃଷକମାନେ ଦୀର୍ଘ ପ୍ରାୟ ୨୫ ଦିନ ହେବ ଦିଲ୍ଲୀ ସୀମାରେ ଧାରଣାରେ ବସିଛନ୍ତି । ବିରୋଧୀ ବିଶେଷ କରି କଂଗ୍ରେସ ଖୋଲାଖୋଲି ଭାବେ ଏହି କୃଷକଙ୍କୁ ସମର୍ଥନ କରୁଛି । ଏବେ ଏହି କୃଷକ ଆନ୍ଦୋଳକୁ ନେଇ ତର୍କ ହେଉଥିବା ବେଳେ ଏହା ଏକପ୍ରକାର ରାଜନୈତିକ ରୂପ ନେଇ ସାରିଲାଣି । ଇତିମଧ୍ୟରେ ହରିୟାଣା ଭାରତୀୟ ଜନତା ପାର୍ଟି(ଭଜପା)ର ବରିଷ୍ଠ ନେତା ତଥା କେନ୍ଦ୍ର ରାଜ୍ୟମନ୍ତ୍ରୀ କୃଷ୍ଣପାଲ ଗୁର୍ଜର କୃଷକ ଆନ୍ଦୋଳନକୁ ଭୋଟ ବ୍ୟାଙ୍କ ରାଜନୀତି ସହ ଯୋଡି ଦେଇଛନ୍ତି । ସେ କହିଛନ୍ତି ମୋଦି ସରକାର କୃଷକଙ୍କୁ ଭଗବାନ ବୋଲି ମାନନ୍ତି କିନ୍ତୁ ବିରୋଧୀ କୃଷକଙ୍କୁ ଭୋଟ ବ୍ୟାଙ୍କ ବୋଲି ଧରି ନେଇଛି । ସେ କହିଛନ୍ତି କଂଗ୍ରେସ ଶାସନ ସମୟରେ କୃଷକଙ୍କ ଆମଦାନୀ ବୃଦ୍ଧି ଉପରେ ଆଦୌ ଧ୍ୟାନ ଦେଇ ନ ଥିଲା । ହେଲେ ମୋଦି ସରକାର କୃଷକଙ୍କ ସମସ୍ୟାକୁ ଠିକ୍ ଭାବେ ବୁଝିଛନ୍ତି । ସୂଚନାଯୋଗ୍ୟ, କେନ୍ଦ୍ର ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା କୃଷି ଆଇନକୁ ଫେରାଇ ନେବାକୁ ଦାବି କରି ବିଭିନ୍ନ ରାଜ୍ୟର କୃଷକମାନେ ଦିଲ୍ଲୀ ସୀମାରେ ଆନ୍ଦୋଳନ ଜାରି ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri