ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ୨୦ ମିଟର ଯାଏ ଘୋଷାଡ଼ି ନେଲା ବାଇକ୍‌; ଚାଲିଗଲା…

ବଲାଙ୍ଗୀର,୫।୧୦(ସୁନୀଲ ମହାନ୍ତି): ବଲାଙ୍ଗୀର ଚୁଡାପାଲି ରାସ୍ତାରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି l ଜଣେ ଚାଷୀ ନିଜ ଚାଷ ଜମିକୁ ଚାଲି ଚାଲି ଯାଉଥିବା ସମୟରେ ଦ୍ରୁତ ଗତିରେ ଆସୁଥିବା ଏକ ବାଇକ ତାଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଚାଷୀଜଣଙ୍କ ହେଲେ କଷ୍ଟ କୁମୁରା (୫୮)l ଦ୍ରୁତ ଗତିରେ ଆସୁଥିବା ବାଇକ ଚାଷୀଙ୍କୁ ଧକ୍କା ଦେଇ ପ୍ରାୟ ୨୦ ମିଟର ଦୂର ଯାଏ ଘୋଷାଡ଼ି ନେଇଥିବା ଉପସ୍ଥିତ ଥିବା ସ୍ଥାନୀୟ ଲୋକେ କହିଛନ୍ତି।

ସୂଚନାନୁଯାୟୀ, ବାଇକରେ ଦୁଇ ଜଣ ଥିଲେ। ସେମାନେ ବଲାଙ୍ଗୀର ରେଲୱେ ଷ୍ଟେଶନକୁ ଆସୁଥିଲେ। ଷ୍ଟେଶନରେ ବାଇକ ରଖିଦେଇ ଟ୍ରେନ୍‌ରେ ଝାରସୁଗୁଡ଼ା ଯିବାର ଥିଲା। ସେମାନେ ଷ୍ଟେସନରେ ଶୀଘ୍ର ପହଞ୍ଚିବା ପାଇଁ ସ୍ପିଡରେ ଗାଡ଼ି ଚଳାଇ ଆସୁଥିବା ସ୍ଥlନୀୟ ଲୋକେ କହିଛନ୍ତି। ଦୁର୍ଘଟଣାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେବା ସହ ଉତ୍ତେଜନା ପ୍ରକାଶ ପାଇଥିଲା। ଘଟଣାସ୍ଥଳରେ ପୋଲିସ ପହଞ୍ଚି ସ୍ଥାନୀୟ ଲୋକଙ୍କୁ ବୁଝାସୁଝା କରିବା ପରେ ମୃତଦେହକୁ ପରିବାରଲୋକଙ୍କୁ ହସ୍ତାନ୍ତର କରିଥିଲେ। ଦୁର୍ଘଟଣାକୁ ନେଇ ପୋଲିସ ପକ୍ଷରୁ ତଦନ୍ତ ଜାରି ରଖିଥିବା ଜଣାପଡ଼ିଛି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

OISF ଯବାନଙ୍କ ବସ୍‌କୁ ଧକ୍କା ଦେଲା ଟ୍ରକ, ୨୬ ଜଣ ଯବାନ ଆହତ

କେନ୍ଦୁଝର,୩୦।୧ (ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନାର ୫୨୦ ନମ୍ବର ଜାତୀୟ ରାଜପଥର ତଡୁଆବାହାଳ ନିକଟରେ ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ (ଓଆଇଏସଏଫ୍) ଯବାନଙ୍କୁ…

ଚଳନ୍ତା ଟ୍ରକର ଚକା ଫାଟି ଲାଗିଗଲା ନିଆଁ, ତାପରେ…

ପଟ୍ଟାଙ୍ଗି,୩୦।୧(ଶରତ କୁମାର ଧଳ): କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ବ୍ଲକ୍ ଦେଇ ପଡୋଶୀ ଆନ୍ଧ୍ରକୁ ସଂଯୋଗ କରିଥିବା ୨୬ନଂ ଜାତୀୟ ରାଜପଥ ଘାଟି ରାସ୍ତାରେ ଚଳନ୍ତା ଟ୍ରକର ଚକା…

ମଣ୍ଡିରେ ପଡ଼ିଥିବା ଧାନ ଶୀଘ୍ର ଉଠାଅ,ସିପିଆଇ ପକ୍ଷରୁ ଜିଲାପାଳଙ୍କ ଅଫିସ ଘେରାଉ

ଭବାନୀପାଟଣା,୩୦।୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ମଣ୍ଡିରେ ପଡିଥିବା ଧାନକୁ ଶୀଘ୍ର ଉଠାଣ ଦାବିରେ ଗୁରୁବାର ଭବାନୀପାଟଣାରେ ଜିଲାପାଳଙ୍କ ଅଫିସ ଘେରାଉ କରିଛି ସିପିଆଇ। ଏହା…

୧୨ ଟିକିଆ ହାତୀପଲଙ୍କ ତାଣ୍ଡବ, ଘର ଭାଙ୍ଗି ଧାନ…

ବଣାଇଁ, ୩୦।୧(ପ୍ରଦୀପ ତ୍ରିପାଠୀ): ବଣାଇଁ ବନଖଣ୍ଡର ତାମଡା ବନାଞ୍ଚଳରେ ୧୨ ଟିକିଆ ହାତୀ ପଲଙ୍କ ଉତ୍ପାତ ଯୋଗୁଁ ଅତିଷ୍ଠ ହୋଇ ପଡ଼ିଛନ୍ତି ୬ଟି ଗ୍ରାମର ଗ୍ରାମବାସୀ ।…

ଖଣ୍ଡଗିରି ମେଳାରେ ୫ଗୁଣା ପାର୍କିଂ ଫି’, ଲିଜ୍‌ଧାରୀଙ୍କୁ ସୋ’କଜ…

ଭୁବନେଶ୍ୱର, ୩୦।୧(ବନ୍ଦନା ସେଠୀ): ଖଣ୍ଡଗିରି କୁମ୍ଭମେଳାରେ ପାର୍କିଂ ଫି’ ନାମରେ ଲୋକଙ୍କୁ ଶୋଷଣ କରାଯାଉଛି। ଲିଜ୍‌ଧାରୀମାନେ ଧାର୍ଯ୍ୟ ଦରଠାରୁ ୫ଗୁଣା ଅଧିକ ନେଇ ଯାତ୍ରୀଙ୍କୁ ଲୁଟୁଛନ୍ତି। ଖଣ୍ଡଗିରି…

ସପ୍ତାହକରେ ୪ ଡିଗ୍ରୀ ବଢ଼ିଲା ତାପମାତ୍ରା, ଝାରସୁଗୁଡାରେ ସର୍ବୋଚ୍ଚ…

ଭୁବନେଶ୍ୱର, ୩୦।୧(ବନ୍ଦନା ସେଠୀ): ରାଜ୍ୟରେ ଶୀତ ପ୍ରକୋପ କମିଛି। ସର୍ବନିମ୍ନ ରାତି ତାପମାତ୍ରା ଓ ସର୍ବୋଚ୍ଚ ଦିନ ତାପମାତ୍ରାରେ କ୍ରମଶଃ ବୃଦ୍ଧି ହେବାରେ ଲାଗିଛି। ଗୁରୁବାର ଝାରସୁଗୁଡାରେ…

ଅସଲି ଟ୍ରେଡିଂ କମ୍ପାନୀର ଫେକ୍‌ ଆପ୍‌, ହ୍ବାଟ୍ସଆପ୍‌ ଗ୍ରୁପ କରି ଲୁଟିଥିଲେ ୯୪.୬୨ ଲକ୍ଷ ଟଙ୍କା; ୩ ଯୁବକଙ୍କୁ ବାନ୍ଧିଲା…

ଦେବଗଡ, ୨୯ା୧ (ଶଶାଙ୍କ ଶେଖର ଝାଙ୍କର): ଅବସର ପ୍ରାପ୍ତ ଜଣେ ସରକାରୀ କର୍ମଚାରୀଙ୍କ ଠାରୁ ୯୪ ଲକ୍ଷ ୬୨ ହଜାର ୪୬୧ ଟଙ୍କା ସାଇବର ଠକେଇ ଅଭିଯୋଗରେ…

ମୋରମ ପାଇଁ ପାହାଡ଼ କାଟିଦେଲା ପୂର୍ତ୍ତ ବିଭାଗ, ବାରିଝୋଲା ଗ୍ରାମବାସୀ…

ରାୟଗଡ଼ା,୨୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ପଞ୍ଚାୟତ ଅନ୍ତର୍ଗତ ବାରିଝୋଲା ଗ୍ରାମସ୍ଥିତ ପଦ୍ମାବତୀ ହରିକୁପା ପାହାଡ଼ରୁ ଚାଲିଛି ମୋରମ ଖନନ। ତେବେ ମୋରମ ଖନନ ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri