ବିହନ ଧରି ବର୍ଷା ଅପେକ୍ଷାରେ ଚାଷୀ

ଗଞ୍ଜାମ,୧୯ା୬(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି। ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଅସହ୍ୟ ଗୁଳୁଗୁଳି ଜନଜୀବନ ଅସ୍ତବ୍ୟସ୍ତ କରି ପକାଇଲାଣି। ଅତ୍ୟଧିକ ଉତ୍ତାପ ଯୋଗୁ ଜଳୁଛି ଗାଁ ଆଉ ସହର। ଏଥିଯୋଗୁ ଲୋକେ ଘରୁ ପଦାକୁ ବାହାରି ପାରୁନାହାନ୍ତି। ଅନ୍ୟପଟେ ବର୍ଷାକୁ ଚାହିଁ ରହିଛନ୍ତି ଗଞ୍ଜାମ ବ୍ଲକ ଅଞ୍ଚଳର ଚାଷୀ। ଚାଷୀ ଜମି ଚାଷ କରିବା ସହ ବିହନ ମଧ୍ୟ କିଣା ସରିଛି। ବର୍ଷା ହେଲେ ତଳି ବୁଣିବେ। କିନ୍ତୁ ବର୍ଷାର ଦେଖା ନାହିଁ। ପନ୍ଦର ପଞ୍ଚାୟତକୁ ନେଇ ଗଠିତ ଏହି ବ୍ଲକରେ ମୋଟ ୧୨ ହଜାର ୮୬୪ ହେକ୍ଟର ଚାଷଜମି ଥିବା ବେଳେ ସେଥିରୁ ୪ ହଜାର ୮୧୬ ହେକ୍ଟର ଜମିରେ ଧାନ ଫସଲ ହେଉଛି। କିଛି ଚାଷୀ ବିହନ ପାଇବା ନିମନ୍ତେ ଏପର୍ଯ୍ୟନ୍ତ ନିଜ ନାମ ପଞ୍ଜୀକୃତ କରିନାହାନ୍ତି ବୋଲି ଶୁଣିବାକୁ ମିଳୁଛି। ଫଳରେ ବିହନ ପାଇବା ନେଇ ସନ୍ଦେହରେ ଅଛନ୍ତି ଅଣପଞ୍ଜୀକୃତ ଚାଷୀ। ଯଦି ବାହାରରୁ ଚାଷୀ ବିହନ କିଣି ଜମିରେ ବୁଣନ୍ତି ତାହାହେଲେ କ୍ଷତି ହେଲେ କ୍ଷତିପୂରଣ ପାଇବେ କି ନାହିଁ ତାହା ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଉନ୍ନତମାନର ଚାଷ ପ୍ରଣାଳୀ ନିମନ୍ତେ ସରକାର ଚାଷୀଙ୍କ ପାଇଁ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ କରୁଥିବା ବେଳେ ଏହି ବ୍ଲକରେ ତାହା ବ୍ୟତିକ୍ରମ ହେଉଥିବା କିଛି ଚାଷୀ ସୂଚନା ଦେଇଛନ୍ତି। ଚାଷୀଙ୍କ ପାଇଁ ସରକାରଙ୍କ ପକ୍ଷରୁ ଆସୁଥିବା ବିଭିନ୍ନ ଯୋଜନା ସମ୍ପର୍କରେ ଏଠାକାର ଚାଷୀ ଜାଣିପାରୁନାହାନ୍ତି କିମ୍ବା ସେମାନଙ୍କୁ ଅବଗତ କରାଯାଉନି ବୋଲି ଅଭିଯୋଗ ହୋଇଛି। ଏ ସମ୍ପର୍କରେ ବ୍ଲକ କୃଷି ଅଧିକାରୀଙ୍କୁ ଯୋଗାଯୋଗ ହୋଇପାରିନଥିଲା ବେଳେ ଚାଷୀମାନଙ୍କ ସମସ୍ୟାକୁ ନେଇ ସବୁବେଳେ ବ୍ଲକ ପ୍ରଶାସନ ଗୁରୁତ୍ୱ ଦେଇ ଆସିଛି। ସମସ୍ୟା କ’ଣ ରହିଛି ଏଇଓଙ୍କ ସହ ଆଲୋଚନା କରି ପଦକ୍ଷେପ ଗ୍ରହଣ କରାଯିବ ବୋଲି ବିଡିଓ ଜସ୍ମିନ ପ୍ରଧାନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଆହୁରି ୧୮ଟଙ୍କା ବଢିଯିବ LPG ସିଲିଣ୍ଡର! ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୬।୮: ଭାରତରେ ଆଗାମୀ ଦିନରେ ଘରୋଇ ଏଲପିଜି (LPG) ସିଲିଣ୍ଡର ପିଛା ଦାମ୍ ପ୍ରାୟ ୧୮ ଟଙ୍କା ବୃଦ୍ଧି ହୋଇପାରେ। ଏହାସହିତ ପେଟ୍ରୋଲ-ଡିଜେଲ ଏବଂ ସିଏନ୍‌ଜି (CNG)ର…

ପୁଣି ହଜାର ହଜାର ଟଙ୍କା ବଢିଲା ସୁନା ଦର: ରୂପା ମୂଲ୍ୟରେ ମଧ୍ୟ…

ନୂଆଦିଲ୍ଲୀ,୬।୮: ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨,୮୯୦ ବୃଦ୍ଧି ପାଇଛି। ରୂପା ମୂଲ୍ୟରେ ମଧ୍ୟ ଏକ…

ଭାରତର ଏମିତି ଏକ ଗାଁ: ୫ ଦିନ ବିନା ପୋଷାକରେ ରୁହନ୍ତି ମହିଳା, ରହସ୍ୟ ଜାଣି ହେବେ ତାଜୁବ

ପୃଥିବୀ ବହୁତ ବିଶାଳ ଏବଂ ଏହାର ପ୍ରତ୍ୟେକ କୋଣରେ ଲୋକମାନଙ୍କର ନିଜସ୍ବ ପରମ୍ପରା ଓ ରୀତିନୀତି ରହିଛି। କେତେକ ପରମ୍ପରା ଆମ ପାଖପାଖି ସାଧାରଣ ଲାଗେ, ଆଉ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

ହଠାତ୍‌ ଟାୟାର ହେଲା ବ୍ଲାଷ୍ଟ, ଘାଟିରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ…

ମୋହନା,୬।୮ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୀମଦଳି ଘାଟିରେ ଏକ ଲୁହା ବୋଝେଇ ଟ୍ରକ୍‌ ଭାରସାମ୍ୟ…

ଆନ୍ଦୋଳନ ପରେ ନୂଆ ରଣନୀତି, ଅଭିଜିତ ଦୀପକେଙ୍କ ଘରେ CJPର ମାରାଥନ ବୈଠକ: ହେବ ବଡ଼ ଘୋଷଣା

ନୂଆଦିଲ୍ଲୀ, ୬।୮: ଦେଶବ୍ୟାପୀ କଥିତ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌କୁ ବିରୋଧ କରି ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରମୁଖ ସ୍ବର ଭାବେ ଉଭା ହୋଇଥିବା କକରୋଚ…

ତେଲ, ଡାଲିରୁ କ୍ଷୀର ଓ ଚିନି ପର୍ଯ୍ୟନ୍ତ, ରାଶନର ୯୯% ସାମଗ୍ରୀ ମହଙ୍ଗା; ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୬।୮: ୨୦୨୬ ବର୍ଷର ଆରମ୍ଭ ଜୋରଦାର ଭାବେ ହୋଇଥିଲା। କିନ୍ତୁ ଦ୍ୱିତୀୟ ମାସରେ ବିଶ୍ୱରେ ଏଭଳି ଅସ୍ଥିର ପରିସ୍ଥିତି ସୃଷ୍ଟି ହେଲା, ଯାହାର ପ୍ରଭାବ ଏବେ…

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri