ମିଲରଙ୍କ ମାଡ଼ରେ ଚାଷୀ ଗୁରୁତର

ମହାକାଳପଡ଼ା,୧୮ା୩ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ମଙ୍ଗଳପୁର ସେବା ସମବାୟ ସମିତିରେ ଜଣେ ଚାଷୀ ଗୁରୁବାର ଧାନ ବିକ୍ରି କରିବାକୁ ଯାଇ ମିଲରଙ୍କ ମାଡ଼ର ଶିକାର ହୋଇ ଗୁରୁତର ହୋଇ ପଡିଛନ୍ତି। ସେ ଏବେ କଟକ ବଡ଼ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି।
ମଙ୍ଗଳପୁର ଗଁାର ତପନ କୁମାର ମଲ୍ଲିକ ନିଜ ଧାନ ବିକ୍ରି ପାଇଁ ମଣ୍ଡିକୁ ନେଇଥିଲେ। ହେଲେ ସମିତି ସମ୍ପାଦକ ଶିବ ପ୍ରସାଦ ମହାପାତ୍ର ବ୍ଲକ ଅଧୀନ ଅଳାଇଲୋସ୍ଥିତ ନାରାୟଣ ମିଲକୁ ଧାନ ନେବାକୁ ତପନଙ୍କୁ କହିଥିଲେ। ପରେ ତପନ ଭଡ଼ା ଗାଡ଼ିରେ ଗୁରୁବାର ନିକଟସ୍ଥ ନାରାୟଣୀ ମିଲ୍‌କୁ ଧାନ ନେଇଥିଲେ। ତେବେ ଏହି ମିଲ୍‌ ସମ୍ମୁଖରେ ତପନ ୨୫ କୁଇଣ୍ଟାଲ ଧାନ ରଖି ମିଲରଙ୍କୁ ଧାନ ନେବାକୁ କହିଥିଲେ। ମାଲିକ ଧାନ ନେବାକୁ ମନା କରି ଦେଇଥିଲେ। କାହିଁକି ତୁମେ ଧାନ ନେବ ନାହିଁ ସମିତି ସମ୍ପାଦକ ମହାପାତ୍ର ତୁମ ପାଖକୁ ଧାନ ବିକ୍ରି ପାଇଁ ପଠାଇଛନ୍ତି। ତେଣୁ ଭଡ଼ା ଗାଡି କରି ଖର୍ଚ୍ଚାନ୍ତ ହୋଇ ଧାନ ବିକ୍ରି ପାଇଁ ଆଣିଛି। ଏବେ ମନା କଲେ ହଇରାଣ ହେବି ବୋଲି ତପନ ଅସହାୟତା ପ୍ରକାଶ କରିଥିଲେ। ହେଲେ ମିଲର ତାଙ୍କ କଥା ନ ଶୁଣିବାରୁ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏହା ପରେ ମିଲର ମୁନା ପଣ୍ଡା ଓ ତାଙ୍କର କର୍ମଚାରୀମାନେ ତପନଙ୍କୁ ଜାତିଆଣ ଆକ୍ଷେପ କରିଥିଲେ। ପରେ ସେମାନେ ତପନଙ୍କୁ ଭୁଜାଲି ଓ ବାଡ଼ିରେ ମାଡ଼ ମାରିଥିଲେ। ସେମାନଙ୍କ ମାଡ଼ରେ ତପନଙ୍କ ମୁଣ୍ଡ ଓ ଛାତିରେ ରକ୍ତସ୍ରାବ ହେବା ସହ ଗୁରୁତର ହୋଇପଡ଼ିଥିଲେ। ଏ ନେଇ ମହାକାଳପଡ଼ା ଥାନାରେ ସେ ଲିଖିତ ଅଭିଯୋଗ କରିଛନ୍ତି। ପରେ ତପନଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ପରିବାର ଲୋକେ ତାଙ୍କୁ ପ୍ରଥମେ ମହାକାଳପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ପରେ କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଏହି ଅଭାବନୀୟ ଘଟଣାକୁ ନେଇ ମଙ୍ଗଳପୁର ସେବା ସମବାୟ ସମିତି ସମ୍ମୁଖରେ ସ୍ଥାନୀୟ ଅଞ୍ଚଳର ଚାଷୀମାନେ ଧାରଣାରେ ବସିଥିଲେ। ଏହି ଗରିବ ଚାଷୀଙ୍କୁ ନ୍ୟାୟ ନ ଦେଲେ ଚାଷୀମାନେ ଆଗାମୀ ଦିନରେ ଆନ୍ଦୋଳନ ତୀବ୍ରତର କରିବେ ବୋଲି ଚେତାବନୀ ଦେଇଛନ୍ତି।
ଅପରପକ୍ଷେ ବ୍ଲକର ୨୪ଟି ସେବା ସମବାୟ ସମିତିରେ ଚାଷୀଙ୍କ ଧାନକୁ ସମ୍ପାଦକ ଓ ସିଧାସଳଖ ମିଲରଙ୍କ ସହ ଭିତିରି ବୁଝାମଣା କରି ବିକ୍ରି କରୁଛନ୍ତି ବୋଲି ଚାଷୀ ଅଭିଯୋଗ କରିଛନ୍ତି। ଫଳରେ ଶତାଧିକ ଚାଷୀ ଧାନ ବିକ୍ରି କରିବାକୁ ଯାଇ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ କରିଛନ୍ତି। ଏ ନେଇ ଜିଲା ଯୋଗାଣ ଅଧିକାରୀ ପ୍ରଶାନ୍ତ କୁମାର ଗନ୍ତାୟତଙ୍କୁ ପଚାରିବାରେ ଏହି ଘଟଣାରେ ତଦନ୍ତ ହେବ ବୋଲି ସେ କହିଛନ୍ତି। ଏ ନେଇ ଥାନାରେ ନଂ.୫୦/୨୨ରେ ମାମଲା ରୁଜୁ ହୋଇଛି ବୋଲି ଆଇଆଇସି ମନୋରଞ୍ଜନ ଚୌଧୁରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri