ମିଲରଙ୍କ ମାଡ଼ରେ ଚାଷୀ ଗୁରୁତର

ମହାକାଳପଡ଼ା,୧୮ା୩ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ମଙ୍ଗଳପୁର ସେବା ସମବାୟ ସମିତିରେ ଜଣେ ଚାଷୀ ଗୁରୁବାର ଧାନ ବିକ୍ରି କରିବାକୁ ଯାଇ ମିଲରଙ୍କ ମାଡ଼ର ଶିକାର ହୋଇ ଗୁରୁତର ହୋଇ ପଡିଛନ୍ତି। ସେ ଏବେ କଟକ ବଡ଼ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି।
ମଙ୍ଗଳପୁର ଗଁାର ତପନ କୁମାର ମଲ୍ଲିକ ନିଜ ଧାନ ବିକ୍ରି ପାଇଁ ମଣ୍ଡିକୁ ନେଇଥିଲେ। ହେଲେ ସମିତି ସମ୍ପାଦକ ଶିବ ପ୍ରସାଦ ମହାପାତ୍ର ବ୍ଲକ ଅଧୀନ ଅଳାଇଲୋସ୍ଥିତ ନାରାୟଣ ମିଲକୁ ଧାନ ନେବାକୁ ତପନଙ୍କୁ କହିଥିଲେ। ପରେ ତପନ ଭଡ଼ା ଗାଡ଼ିରେ ଗୁରୁବାର ନିକଟସ୍ଥ ନାରାୟଣୀ ମିଲ୍‌କୁ ଧାନ ନେଇଥିଲେ। ତେବେ ଏହି ମିଲ୍‌ ସମ୍ମୁଖରେ ତପନ ୨୫ କୁଇଣ୍ଟାଲ ଧାନ ରଖି ମିଲରଙ୍କୁ ଧାନ ନେବାକୁ କହିଥିଲେ। ମାଲିକ ଧାନ ନେବାକୁ ମନା କରି ଦେଇଥିଲେ। କାହିଁକି ତୁମେ ଧାନ ନେବ ନାହିଁ ସମିତି ସମ୍ପାଦକ ମହାପାତ୍ର ତୁମ ପାଖକୁ ଧାନ ବିକ୍ରି ପାଇଁ ପଠାଇଛନ୍ତି। ତେଣୁ ଭଡ଼ା ଗାଡି କରି ଖର୍ଚ୍ଚାନ୍ତ ହୋଇ ଧାନ ବିକ୍ରି ପାଇଁ ଆଣିଛି। ଏବେ ମନା କଲେ ହଇରାଣ ହେବି ବୋଲି ତପନ ଅସହାୟତା ପ୍ରକାଶ କରିଥିଲେ। ହେଲେ ମିଲର ତାଙ୍କ କଥା ନ ଶୁଣିବାରୁ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏହା ପରେ ମିଲର ମୁନା ପଣ୍ଡା ଓ ତାଙ୍କର କର୍ମଚାରୀମାନେ ତପନଙ୍କୁ ଜାତିଆଣ ଆକ୍ଷେପ କରିଥିଲେ। ପରେ ସେମାନେ ତପନଙ୍କୁ ଭୁଜାଲି ଓ ବାଡ଼ିରେ ମାଡ଼ ମାରିଥିଲେ। ସେମାନଙ୍କ ମାଡ଼ରେ ତପନଙ୍କ ମୁଣ୍ଡ ଓ ଛାତିରେ ରକ୍ତସ୍ରାବ ହେବା ସହ ଗୁରୁତର ହୋଇପଡ଼ିଥିଲେ। ଏ ନେଇ ମହାକାଳପଡ଼ା ଥାନାରେ ସେ ଲିଖିତ ଅଭିଯୋଗ କରିଛନ୍ତି। ପରେ ତପନଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ପରିବାର ଲୋକେ ତାଙ୍କୁ ପ୍ରଥମେ ମହାକାଳପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ପରେ କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଏହି ଅଭାବନୀୟ ଘଟଣାକୁ ନେଇ ମଙ୍ଗଳପୁର ସେବା ସମବାୟ ସମିତି ସମ୍ମୁଖରେ ସ୍ଥାନୀୟ ଅଞ୍ଚଳର ଚାଷୀମାନେ ଧାରଣାରେ ବସିଥିଲେ। ଏହି ଗରିବ ଚାଷୀଙ୍କୁ ନ୍ୟାୟ ନ ଦେଲେ ଚାଷୀମାନେ ଆଗାମୀ ଦିନରେ ଆନ୍ଦୋଳନ ତୀବ୍ରତର କରିବେ ବୋଲି ଚେତାବନୀ ଦେଇଛନ୍ତି।
ଅପରପକ୍ଷେ ବ୍ଲକର ୨୪ଟି ସେବା ସମବାୟ ସମିତିରେ ଚାଷୀଙ୍କ ଧାନକୁ ସମ୍ପାଦକ ଓ ସିଧାସଳଖ ମିଲରଙ୍କ ସହ ଭିତିରି ବୁଝାମଣା କରି ବିକ୍ରି କରୁଛନ୍ତି ବୋଲି ଚାଷୀ ଅଭିଯୋଗ କରିଛନ୍ତି। ଫଳରେ ଶତାଧିକ ଚାଷୀ ଧାନ ବିକ୍ରି କରିବାକୁ ଯାଇ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ କରିଛନ୍ତି। ଏ ନେଇ ଜିଲା ଯୋଗାଣ ଅଧିକାରୀ ପ୍ରଶାନ୍ତ କୁମାର ଗନ୍ତାୟତଙ୍କୁ ପଚାରିବାରେ ଏହି ଘଟଣାରେ ତଦନ୍ତ ହେବ ବୋଲି ସେ କହିଛନ୍ତି। ଏ ନେଇ ଥାନାରେ ନଂ.୫୦/୨୨ରେ ମାମଲା ରୁଜୁ ହୋଇଛି ବୋଲି ଆଇଆଇସି ମନୋରଞ୍ଜନ ଚୌଧୁରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri