ହାତୀ ଘଉଡ଼ାଇବା ବେଳେ ଚାଷୀଙ୍କୁ ଦଳିଦେଲା ଦନ୍ତା

କେନ୍ଦୁଝର,୩ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବନଖଣ୍ଡରେ ହାତୀ ଆକ୍ରମଣ ଜନିତ ମୃତ୍ୟୁ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ବିଶେଷ କରି ଚାଷୀ ନିଜ ଫସଲକୁ ଜଗିବାକୁ ଯାଇ ଜୀବନ ହାରୁଥିବା ଦେଖିବାକୁ ମିଳୁଛି। ଏଭଳି ଏକ ଘଟଣା ଘଟିଛି ଭୂୟାଁ ଜୁଆଙ୍ଗପୀଢ଼ ରେଞ୍ଜ ସୁଆକାଟି ସେକ୍ସନରେ। ତରମାକାନ୍ତ ବିଟ୍‌ ନିକଟସ୍ଥ ଗୋବିନ୍ଦପୁର ଗାଁରେ ଜଣେ ଚାଷୀଙ୍କୁ ହାତୀ ଦଳିଦେଇଛି। ମୃତକ ହେଲେ ଦେବାଧି ବାରିକ(୪୮)। ଦେବାଧିଙ୍କ ମୃତ୍ୟୁ ଖବର ଶୁଣି ତାଙ୍କ ସ୍ତ୍ରୀ ରୁକ୍ମିଣୀ ବିଷ ପିଇ ଦେଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ପ୍ରକାଶ ଯେ, ଏକ ୬ ଟିକିଆ ହାତୀପଲ ଅଞ୍ଚଳରେ ଉପଦ୍ରବ କରୁଛନ୍ତି। ଧାନ କ୍ଷେତ ଓ ବାଡ଼ିରେ ପଶି ଫସଲ ନଷ୍ଟ କରୁଛନ୍ତି। ହାତୀପଲ ଶନିବାର ରାତିରେ ଗୋବିନ୍ଦପୁରରେ ପଶି ଫସଲ ନଷ୍ଟ କରୁଥିବା ବେଳେ ଗ୍ରାମବାସୀ ହାତୀଙ୍କୁ ଘଉଡ଼ାଉଥିଲେ। ହାତୀ ଘଉଡ଼ାଇବା ସମୟରେ ଏକ ହାତୀ ପଛକୁ ଫେରି ଲୋକଙ୍କୁ ଗୋଡ଼ାଇଥିଲା। ଏହି ସମୟରେ ଦେବାଧି ହାତୀ ହାବୁଡ଼ରେ ପଡ଼ିଯାଇଥିଲେ। ହାତୀ ତାଙ୍କୁ ଶୁଣ୍ଢରେ ଧରି କଚାଡ଼ି ଦେଇଥିଲା। ପରେ ଦଳି ଦେବା ସହ ଦାନ୍ତରେ ଭୁସି ଦେଇଥିଲା।

ଖବରପାଇ ବନ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଗୁରୁତର ଅବସ୍ଥାରେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ସ୍ବାମୀଙ୍କ ମୃତ୍ୟୁ ଖବର ପାଇବା ପରେ ଦେବାଧିଙ୍କ ସ୍ତ୍ରୀ ରୁକ୍ମିଣୀ ରବିବାର ସକାଳେ ବିଷ ପିଇ ଦେଇଥିଲେ। ପରିବାର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ କେନ୍ଦୁଝର ମେଡିକାଲ କଲେଜରେ ଭର୍ତ୍ତି କରିଥିଲେ। ତାଙ୍କର ଅବସ୍ଥା ସଙ୍କଟାପନ୍ନ ଥିବାରୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ଏନେଇ ଡିଏଫ୍‌ଓ ଧନରାଜ ଏଚ୍‌ଡି କହିଛନ୍ତି, ଫ୍ଲାସ ଟର୍ଚ୍ଚ ମାରିବାରୁ ଏକ ହାତୀ ବୁଲି ଆସିିଥିଲା। ଦେବାଧି ଦୌଡ଼ି ନ ପାରିବାରୁ ହାତୀ ଆକ୍ରମଣ କରିଥିଲା। ପରିବାର ସଦସ୍ୟଙ୍କୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରାଯିବ। ଏବେ ଏକ ଲକ୍ଷ ଟଙ୍କା ଶୁଦ୍ଧିକ୍ରିୟା ପାଇଁ ପ୍ରଦାନ କରାଯିବ। ଘଟଣା ପରେ ଗୋବିନ୍ଦପୁରରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri