ହାତୀ ଘଉଡ଼ାଇବା ବେଳେ ଚାଷୀଙ୍କୁ ଦଳିଦେଲା ଦନ୍ତା

କେନ୍ଦୁଝର,୩ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବନଖଣ୍ଡରେ ହାତୀ ଆକ୍ରମଣ ଜନିତ ମୃତ୍ୟୁ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ବିଶେଷ କରି ଚାଷୀ ନିଜ ଫସଲକୁ ଜଗିବାକୁ ଯାଇ ଜୀବନ ହାରୁଥିବା ଦେଖିବାକୁ ମିଳୁଛି। ଏଭଳି ଏକ ଘଟଣା ଘଟିଛି ଭୂୟାଁ ଜୁଆଙ୍ଗପୀଢ଼ ରେଞ୍ଜ ସୁଆକାଟି ସେକ୍ସନରେ। ତରମାକାନ୍ତ ବିଟ୍‌ ନିକଟସ୍ଥ ଗୋବିନ୍ଦପୁର ଗାଁରେ ଜଣେ ଚାଷୀଙ୍କୁ ହାତୀ ଦଳିଦେଇଛି। ମୃତକ ହେଲେ ଦେବାଧି ବାରିକ(୪୮)। ଦେବାଧିଙ୍କ ମୃତ୍ୟୁ ଖବର ଶୁଣି ତାଙ୍କ ସ୍ତ୍ରୀ ରୁକ୍ମିଣୀ ବିଷ ପିଇ ଦେଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ପ୍ରକାଶ ଯେ, ଏକ ୬ ଟିକିଆ ହାତୀପଲ ଅଞ୍ଚଳରେ ଉପଦ୍ରବ କରୁଛନ୍ତି। ଧାନ କ୍ଷେତ ଓ ବାଡ଼ିରେ ପଶି ଫସଲ ନଷ୍ଟ କରୁଛନ୍ତି। ହାତୀପଲ ଶନିବାର ରାତିରେ ଗୋବିନ୍ଦପୁରରେ ପଶି ଫସଲ ନଷ୍ଟ କରୁଥିବା ବେଳେ ଗ୍ରାମବାସୀ ହାତୀଙ୍କୁ ଘଉଡ଼ାଉଥିଲେ। ହାତୀ ଘଉଡ଼ାଇବା ସମୟରେ ଏକ ହାତୀ ପଛକୁ ଫେରି ଲୋକଙ୍କୁ ଗୋଡ଼ାଇଥିଲା। ଏହି ସମୟରେ ଦେବାଧି ହାତୀ ହାବୁଡ଼ରେ ପଡ଼ିଯାଇଥିଲେ। ହାତୀ ତାଙ୍କୁ ଶୁଣ୍ଢରେ ଧରି କଚାଡ଼ି ଦେଇଥିଲା। ପରେ ଦଳି ଦେବା ସହ ଦାନ୍ତରେ ଭୁସି ଦେଇଥିଲା।

ଖବରପାଇ ବନ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଗୁରୁତର ଅବସ୍ଥାରେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ସ୍ବାମୀଙ୍କ ମୃତ୍ୟୁ ଖବର ପାଇବା ପରେ ଦେବାଧିଙ୍କ ସ୍ତ୍ରୀ ରୁକ୍ମିଣୀ ରବିବାର ସକାଳେ ବିଷ ପିଇ ଦେଇଥିଲେ। ପରିବାର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ କେନ୍ଦୁଝର ମେଡିକାଲ କଲେଜରେ ଭର୍ତ୍ତି କରିଥିଲେ। ତାଙ୍କର ଅବସ୍ଥା ସଙ୍କଟାପନ୍ନ ଥିବାରୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ଏନେଇ ଡିଏଫ୍‌ଓ ଧନରାଜ ଏଚ୍‌ଡି କହିଛନ୍ତି, ଫ୍ଲାସ ଟର୍ଚ୍ଚ ମାରିବାରୁ ଏକ ହାତୀ ବୁଲି ଆସିିଥିଲା। ଦେବାଧି ଦୌଡ଼ି ନ ପାରିବାରୁ ହାତୀ ଆକ୍ରମଣ କରିଥିଲା। ପରିବାର ସଦସ୍ୟଙ୍କୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରାଯିବ। ଏବେ ଏକ ଲକ୍ଷ ଟଙ୍କା ଶୁଦ୍ଧିକ୍ରିୟା ପାଇଁ ପ୍ରଦାନ କରାଯିବ। ଘଟଣା ପରେ ଗୋବିନ୍ଦପୁରରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

ମସ୍କୋରେ ବୋମା ବିସ୍ଫୋରଣ; ୩ ମୃତ ୨୧ ଆହତ

ମସ୍କୋ,୨।୮: ଶନିବାର ସାରେ (ଅଗଷ୍ଟ ୧) ରୁଷିଆର ରାଜଧାନୀ ମସ୍କୋର ଏକ ରେଷ୍ଟୁରାଣ୍ଟ ନିକଟରେ ବିସ୍ଫୋରଣରେ ତିନି ଜଣ ପ୍ରାଣ ହରାଇଛନ୍ତି ଏବଂ ଅନ୍ୟ ୨୧ ଜଣ…

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

ଏଇ ଭାରତରେ

ବେଙ୍ଗାଲୁରୁର ସୂର୍ଯ୍ୟ ଉତ୍କର୍ଷ ସଡ଼କ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି। ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ଅନେକ ଦିନର ଚିକିତ୍ସା ପରେ ସୁସ୍ଥ ହୋଇ…

ଡାହାଣୀ ହୋଇ ଲାଗିବେ

ମୋର ଜଣେ ଆରକ୍ଷୀ ବନ୍ଧୁ ତାଙ୍କ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ରେ ନିଶା ନିବାରଣ ପାଇଁ ପୋଲିସ ବିଭାଗ ସହ ହାତ ମିଳାଇ କାମ କରିବା ପାଇଁ ତାଙ୍କର ସାଙ୍ଗସାଥୀ…

୨୦ ବର୍ଷ ପରେ କୋଲକାତା ଫେରିଲେ ତସଲିମା ନାସରିନ; ହେଲେ ପରିସ୍ଥିତି ହେଲା ଅଶାନ୍ତ, କାହିଁକି ଜାଣନ୍ତୁ

କୋଲକାତା,୨।୮: ପ୍ରାୟ ଦୁଇ ଦଶନ୍ଧି ପରେ ତସଲିମା ନାସରିନ ପୁଣି ଥରେ କୋଲକାତାରେ ପହଞ୍ଚିଛନ୍ତି। ସେ ମନ୍ତବ୍ୟ ଦେଇଥିଲେ ଯେ ତାଙ୍କର ପ୍ରତ୍ୟାବର୍ତ୍ତନ ପ୍ରମାଣ କରେ ଯେ…

ୟୁରୋପରେ ଗ୍ରୀଷ୍ମ ତାଣ୍ଡବ

ଶୀତପ୍ରଧାନ ମହାଦେଶ ୟୁରୋପରେ ଅତ୍ୟଧିକ ଉତ୍ତାପଜନିତ ବିପର୍ଯ୍ୟୟ ଯେ କେତେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି କରିପାରେ, ଏହା ଅବିଶ୍ୱସନୀୟ ହେଲେ ମଧ୍ୟ ୨୦୨୬ ମସିହା ଗ୍ରୀଷ୍ମଋତୁ ତାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri