ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଚାଷୀନେତା-ରାଜନେତା ଅଟକ: ଆଗୁଆ ଗିରଫ ପ୍ରତିବାଦରେ ଥାନାରେ ଆଗରେ ଅନଶନରେ ବସି…

ବଲାଙ୍ଗୀର,୨୪ା୪(ସୁନିଲ କୁମାର ମହାନ୍ତି): ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଲାଙ୍ଗୀର ଗସ୍ତ ପୂର୍ବରୁ ଜିଲାର ଏକାଧିକ ଚାଷୀନେତା ଓ ରାଜନେତାଙ୍କୁ ଆଗୁଆ ଗିରଫ କରାଯାଇଛି। ବଲାଙ୍ଗୀର ଜିଲା ମିଳିବ କୃଷକ ମଞ୍ଚ ଆବାହକ ଆକାଶ ମିଶ୍ରଙ୍କୁ ଗୁରୁବାର ବିଳମ୍ବିତ ରାତିରେ ତାଙ୍କ ଘରୁ ପୋଲିସ ଉଠାଇ ଆଣିଛି। ତାଙ୍କୁ ପୁଇଁନ୍ତଳା ଥାନାରେ ରଖାଯାଇଛି। ତେବେ ଏଭଳି ଗିରଫଦାରୀ ପ୍ରତିବାଦରେ ପୁଇଁନ୍ତଳା ଥାନା ଭିତରେ ଆକାଶ ମିଶ୍ର ଅନଶନରେ ବସିଥିଲେ। ଅନ୍ୟପଟେ ମିଳିତ କୃଷକ ମଞ୍ଚ ପକ୍ଷରୁ ସ୍ଥାନୀୟ ସାମ୍ବାଦିକ ଭବନଠାରେ ଜରୁରୀକାଳିନ ଖବରଦାତା ସମ୍ମିଳନୀ ଡକାଯାଇ ଆକାଶ ମିଶ୍ରଙ୍କ ଗିରଫଦାରୀକୁ ନିନ୍ଦା କରିବା ସହ ତାଙ୍କୁ ତୁରନ୍ତ ଖଲାସ କରିବାକୁ ଦାବି କରିଥିଲେ। ଚାଷୀନେତା ଚଗଲା ପରିଚ୍ଛା, ବିଭୂଦତ୍ତ ମିଶ୍ର, ମଧୁସୂଦନ କ୍ଷେତୀ ଖବରଦାତା ସମ୍ମିଳନୀରେ ପୋଲିସ ଓ ସରକାରକୁ କଡ଼ା ସମାଲୋଚନା କରିଥିଲେ। ମୁଖ୍ୟମନ୍ତ୍ରୀ ବଲାଙ୍ଗୀର ଆସିଲା ବେଳେ ଚାଷୀନେତାଙ୍କୁ ଗିରଫ କରିବା ହାସ୍ୟାସ୍ପଦ କଥା ବୋଲି କହିଛନ୍ତି।

ଏହି ଅବସରରେ ଜିଲାର ସମସ୍ତ ଚାଷୀଙ୍କ ରହିଥିବା ସମସ୍ତ ଧାନ କିଣିବା, ଚିନିକଳ କାର୍ଯ୍ୟକ୍ଷମ କରିବା, ଲୋୟର ସୁକତେଲ ପ୍ରକଳ୍ପ ଶୀଘ୍ର କାର୍ଯ୍ୟକ୍ଷମ କରିବାକୁ ଦାବି କରିଥିଲେ। ଆକାଶ ମିଶ୍ରଙ୍କୁ ତୁରନ୍ତ ଖଲାସ ନକଲେ ଆଗାମୀ ଦିନରେ ବଡ଼ଧରଣର ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଲାଙ୍ଗୀର ଗସ୍ତ ପୂର୍ବରୁ ୧୦ରୁ ଊର୍ଦ୍ଧ୍ୱ ଚାଷୀନେତା, ବିଜେଡି ଓ କଂଗ୍ରେସ ନେତାଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି। ଅନ୍ୟପଟେ ଆକାଶ ମିଶ୍ରଙ୍କ ଗିରଫ ପ୍ରତିବାଦରେ ଶତାଧିକ ଚାଷୀ ଥାନାରେ ପହଞ୍ଚିଥିଲେ। ପରେ ଆକାଶଙ୍କୁ ଲୋଇସିଂହା ଥାନାକୁ ଆଣି ପୋଲିସ ଛାଡ଼ିଥିଲା। ଶତାଧିକ ଚାଷୀ ଓ ଗ୍ରାମବାସୀ ଲୋଇସିଂହା ଥାନାରୁ ଏକ ଶୋଭାଯାତ୍ରା କରି ଆକାଶଙ୍କୁ ଘରକୁ ନେଇଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଡେଙ୍ଗୁ ରୋଗୀଙ୍କ ପାଇଁ ହସ୍ପିଟାଲରେ ମିଳୁନି ସ୍ଥାନ, ଚଟାଣରେ ଚାଲିଛି ଚିକିତ୍ସା; ୧୮ ଦିନରେ ୭୯ ମୃତ୍ୟୁ

ଢାକା,୧୯।୯: ବର୍ତ୍ତମାନ ବାଂଲାଦେଶ ଏକ ଭୟଙ୍କର ଡେଙ୍ଗୁ ପ୍ରକୋପର ସାମ୍ନା କରୁଛି। ରାଜଧାନୀ ଢାକା ଏବଂ ଏହାର ଆଖପାଖ ଅଞ୍ଚଳରେ ଏହି ରୋଗ ଦ୍ରୁତ ଗତିରେ ବ୍ୟାପୁଥିବାରୁ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?