ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ ଚଳିତ ବର୍ଷ ଧାନ ବିକ୍ରୟ କାର୍ଡ ପାଇଁ ପଞ୍ଜୀକରଣ ହେଉଛି। ଚଳିତବର୍ଷ ସ୍ବାଭାବିକଠାରୁ କମ୍‌ ମାତ୍ରାରେ ପଞ୍ଜୀକରଣ ହେଉଥିବା ବେଳେ ସାଧାରଣ ଆଟ କିସମକୁ ପଞ୍ଜୀକରଣରେ ସାମିଲ କରାଯାଉନାହିଁ। ଗତବର୍ଷ ଏହି କିସମକୁ ନିଆଯାଉଥିଲା। ବହୁ ବର୍ଷ ପୂର୍ବେ ଚାଷୀ ଜମିର କିସମ କରାଯାଇଛି। ଅତୀତର ଆଟ କିସମ ବର୍ତ୍ତମାନ ଧାନ ଚାଷ ଉପଯୋଗୀ ହୋଇସାରିଛି, ଏହି କିସମରେ ଧାନଚାଷ କରାଯାଉଛି, ହେଲେ ବିକ୍ରୟ ପାଇଁ ଏହି କିସମକୁ ନିଆଯାଉ ନ ଥିବାରୁ ଚାଷୀ ଅନେକ କ୍ଷତି ସହିବେ। ଏଥିପାଇଁ ଆନ୍ଦୋଳନ ଆରମ୍ଭ ହୋଇଯାଇଛି।

ଶୁକ୍ରବାର ଝାରବନ୍ଧ ବ୍ଲକର ଭୈସାଦର୍ହl ଅଞ୍ଚଳର ଚାଷୀ ତହସିଲଦାରଙ୍କୁ ଦାବିପତ୍ର ଦେଇଥିବା ବେଲେ ଡଭା ସେବା ସମବାୟ ସମିତି ଅଧିନସ୍ଥ ବିଳାସପୁର ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଚାଷୀମାନେ ଧାରଣାରେ ବସିଛନ୍ତି। ସେମାନଙ୍କ ଦାବି ଅନୁସାରେ ଧାନ ବିକ୍ରି ପାଇଁ ସମସ୍ତ ବଞ୍ଚିତ ଚାଷୀଙ୍କ ତୁରନ୍ତ ପଞ୍ଜୀକରଣ, ଗତବର୍ଷ ଚାଷ ହୋଇଥିବା ଆଟ ସାଧାରଣ ଜମିକୁ ଯଥା ଶୀଘ୍ର ଅନୁମୋଦନ, ଚାଷୀଙ୍କ ସମସ୍ୟାର ଶୀଘ୍ର ସମାଧାନ ଏବଂ ପଞ୍ଜୀକରଣ ଅବଧି ବଢ଼ାଇବା ପାଇଁ ଦାବି ହୋଇଛି। ଚାଷୀ ନେତା ହେମସାଗର ଚନ୍ଦ୍ରକାର, ନାରାୟଣ ବେହେରା, ମନୋରଞ୍ଜନ ବିଶ୍ୱାଳଙ୍କ ନେତୃତ୍ୱରେ ଶତାଧିକ ଚାଷୀ ତାଲା ପକାଇ ଧାରଣାରେ ବସିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri