ରାଜନୈତିକ ଦଳ ପାଇଁ ଚାଷୀ ମୋହରା

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ): ଆସନ୍ତା ଡିସେମ୍ବର ୫ରେ ପଦ୍ମପୁର ଉପନିର୍ବାଚନ ଅନୁଷ୍ଠିତ ହେବ। ଏହା ପୂର୍ବରୁ ସେଠାକାର ରାଜନୀତି ସରଗରମ ହୋଇଛି। ଭୋଟ ହାତେଇବା ପାଇଁ ରାଜନୈତିକ ଦଳଗୁଡିକ ଚାଷୀଙ୍କୁ ମୋହରା ବନାଇଛନ୍ତି। ଫସଲ ବୀମା ବିଳମ୍ବକୁ ନେଇ ରାଜ୍ୟର ପ୍ରମୁଖ ରାଜନୈତିକ ଦଳ ବିଜେଡି ଓ ଭାଜପା ପରସ୍ପର ଦୋଷ ଲଦାଲଦିରେ ମାତିଛନ୍ତି। ରବି ଫସଲ ଅମଳ ହେବାର ୪ ମାସ ପରେ ମଧ୍ୟ ଚାଷୀଙ୍କୁ ଫସଲ ବୀମା ମିଳିନାହିଁ ବୋଲି ବିଜେଡି ଅଭିଯୋଗ କରିଛି। ବରଗଡ଼ର ବିଜେଡି ବିଧାୟକ ଦେବେଶ ଆଚାର୍ଯ୍ୟ କହିଛନ୍ତି, ଫସଲ ବୀମା ମିଳିବାରେ ବିଳମ୍ବ ରାଜ୍ୟର କୃଷକମାନଙ୍କ ଜୀବିକା ଉପରେ ପ୍ରଭାବ ପକାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୀମା ପ୍ରସଙ୍ଗରେ ବହୁବାର କେନ୍ଦ୍ର ସରକାରଙ୍କୁ ଅବଗତ କରାଇଛନ୍ତି। ଏହାସତ୍ତ୍ୱେ ଚାଷୀଙ୍କୁ କୌଣସି ସୁଫଳ ମିଳିପାରୁନାହିଁ। ପଶ୍ଚିମ ଓଡ଼ିଶାର ଲକ୍ଷ ଲକ୍ଷ ଚାଷୀ ଫସଲ ବୀମା ପାଇବାରୁ ବଞ୍ଚତ୍ତ ହୋଇଛନ୍ତି। ଯେବେଠାରୁ ଫସଲ ବୀମାର ନାମ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା(ପିଏମ୍‌ଏଫ୍‌ବିଓ୍ବାଇ) ହେଲାଣି ସେବେଠାରୁ ଚାଷୀଙ୍କୁ ଠିକ୍‌ ସମୟରେ ବୀମା ରାଶି ଦେବା ପାଇଁ କେନ୍ଦ୍ର ସରକାର ବ୍ୟବସ୍ଥା କରିବା ଉଚିତ୍‌ କି ନୁହେଁ ବୋଲି ସେ ପ୍ରଶ୍ନ କରିଛନ୍ତି।
ଚାଷୀମାନଙ୍କୁ ଅମଳ ପୂର୍ବରୁ ଫସଲ କ୍ଷତିର ଭରଣା ପାଇଁ ୨୦୧୬ରୁ ପିଏମ୍‌ଏଫ୍‌ବିଓ୍ବାଇ ଆରମ୍ଭ କରାଯାଇଛି। ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଫସଲ ବୀମା ବିଳମ୍ବକୁ ନେଇ କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାରଙ୍କୁ ସାକ୍ଷାତ୍‌ କରିଥିଲେ। ଠିକ୍‌ ସମୟରେ ଫସଲ ବୀମା ମିଳୁ ନ ଥିବାରୁ ପରବର୍ତ୍ତୀ ଚାଷ ପାଇଁ କୃଷକମାନେ ନିଜକୁ ପ୍ରସ୍ତୁତ କରିପାରୁନାହାନ୍ତି। ବୀମା ରାଶି ତୁରନ୍ତ ଯୋଗାଇ ଦେବା ପାଇଁ ପଦକ୍ଷେପ ନେବାକୁ ସେ କେନ୍ଦ୍ରମନ୍ତ୍ରୀଙ୍କ ନିକଟରେ ଦାବି କରିଥିଲେ। ଅପରପକ୍ଷେ ଚାଷୀମାନେ କିପରି ସେମାନଙ୍କ ବୀମା ଅର୍ଥ ପାଇବେ ସେନେଇ କୌଣସି ପଦକ୍ଷେପ ନେଉ ନ ଥିବାରୁ ଭାଜପା ରାଜ୍ୟ ସରକାରଙ୍କ ଉପରେ ଦୋଷ ଲଦି ଚାଲିଛି।
ଭାଜପା ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ରାଜ୍ୟ ସରକାରଙ୍କ ଅପାରଗତା ଯୋଗୁ ଚାଷୀମାନେ ଫସଲ ବୀମା ପାଇପାରୁନାହାନ୍ତି। ବୀମା ପାଇବା ପାଇଁ ଯାହାସବୁ କ୍ରାଇଟେରିଆ ରହିଛି ରାଜ୍ୟ ସରକାର ସେସବୁ ପୂରଣ କରିବାରେ ବିଫଳ ହୋଇଛନ୍ତି। ଫଳରେ ଚାଷୀମାନେ ସେମାନଙ୍କ ନ୍ୟାଯ୍ୟ ଦାବିରୁ ବଞ୍ଚତ୍ତ ହୋଇଛନ୍ତି। ରାଜ୍ୟ ସରକାର ନିର୍ଦ୍ଧାରିତ ସମୟରେ ବୀମା ପ୍ରିମିୟମ ରାଶି ପଇଠ କରୁ ନ ଥିବାରୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି। ଚାଷୀମାନେ କିପରି ଠିକ୍‌ ସମୟରେ ସେମାନଙ୍କ ପ୍ରାପ୍ୟ ପାଇପାରିବେ ସେନେଇ କେନ୍ଦ୍ର ସରକାର ଏକ ସଂଶୋଧିତ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି ବୋଲି ହରିଚନ୍ଦନ କହିଛନ୍ତି।
ଉଲ୍ଲେଖଯୋଗ୍ୟ, ବୀମା ରାଶି ମିଳୁ ନ ଥିବାରୁ ପଶ୍ଚିମ ଓଡ଼ିଶାର ବହୁଚାଷୀ ବିଭିନ୍ନ ସମୟରେ ବିକ୍ଷୋଭ ମଧ୍ୟ କରିଛନ୍ତି। ମାତ୍ର ବୀମା ରାଶି ମିଳିପାରୁନାହିଁ। ଅନ୍ୟ ପକ୍ଷରେ ଉଭୟ ରାଜନୈତିକ ଦଳ ଭୋଟ ପାଇଁ ଚାଷୀଙ୍କୁ ବ୍ୟବହାର କରିବାକୁ ପଛାଉ ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri