ମିଳିନି ଟୋକନ, ବିକ୍ରି ହୋଇନି ଧାନ: ବିଦ୍ୟୁତ୍ ବିଲ୍ ବାବଦକୁ ଅଫିସରେ ଧାନ ଗଦା କଲେ ଚାଷୀ

ଭେଡେନ,୨୫।୨(ହୃଷିକେଶ ଖମାରୀ): ବରଗଡ଼ ଜିଲାରେ ଅନେକ ଚାଷୀ ଏପର୍ଯ୍ୟନ୍ତ ଖରିଫରେ ଅମଳ ଧାନ ବିକ୍ରି କରି ପାରି ନାହାନ୍ତି । ଫଳରେ ପରିବାର ଗୁଜୁରାଣ ମେଣ୍ଟାଇବା ସେମାନଙ୍କ ପାଇଁ କଷ୍ଟସାଧ୍ୟ ହୋଇ ପଡିଛି । ଏଭଳି ଏକ ଘଟଣା ମଙ୍ଗଳବାର ସାମ୍ନାକୁ ଆସିଛି । ପାଖରେ ଟଙ୍କା ନଥିବା ଯୋଗୁଁ ଉକ୍ତ ବ୍ଲକର ଜଣେ ଚାଷୀ ରମେଶ ମହାପାତ୍ର ବିଦ୍ୟୁତ ଦେୟ ବାବଦକୁ ୪ବସ୍ତା ଧାନ ସ୍ଥାନୀୟ ବିଦ୍ୟୁତ୍ ବିଭାଗ କାର୍ଯ୍ୟାଳୟରେ ଗଦା କରିଛନ୍ତି।

ରମେଶ ଏବଂ ତାଙ୍କ ଭଉଣୀ ସଂଯୁକ୍ତାଙ୍କ ନାମରେ ଏକର ଚାଷଜମି ରହିଛି। ମାତ୍ର ଉଭୟଙ୍କୁ ଏପର୍ଯ୍ୟନ୍ତ ଧାନବିକ୍ରି ଟୋକନ ମିଳିପାରି ନାହିଁ। ଫଳରେ ପ୍ରାୟ ୪ଶହ ବସ୍ତା ଧାନ ବିକ୍ରି ଅପେକ୍ଷାରେ ରହିଛି। ଅନ୍ୟପକ୍ଷରେ ୨୫ତାରିଖ ସୁଦ୍ଧା ୮ହଜାର ଟଙ୍କା ବିଦ୍ୟୁତ୍ ବିଲ ପୈଠ ନ କଲେ ବିଦ୍ୟୁତ୍ ସଂଯୋଗ ବିଚ୍ଛିନ୍ନ କରିଦେବାକୁ ବିଦ୍ୟୁତ ବିଭାଗରୁ ନୋଟିସ୍ ପାଇବା ପରେ ସେ ଏଭଳି ନିଷ୍ପତ୍ତି ନେଇଥିବା ରମେଶ କହିଛନ୍ତି । ତେବେ ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ଏଲପିଜିକୁ ନେଇ ରାଜ୍ୟ ସରକାରଙ୍କୁ ମୋଦିଙ୍କ ବଡ଼ ନିର୍ଦ୍ଦେଶ, ଏପ୍ରିଲ ୧୩…

ନୂଆଦିଲ୍ଲୀ,୧୪।୪: ମଧ୍ୟପ୍ରାଚ୍ୟର ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପେଟ୍ରୋଲ, ଡିଜେଲ କିମ୍ୱା ଅନ୍ୟାନ୍ୟ ପେଟ୍ରୋଲିୟମ ଉତ୍ପାଦର କୌଣସି ଅଭାବ…

ଦିଗପହଣ୍ଡିରେ ଆମ୍ବେଦକର ଜୟନ୍ତୀ: ସ୍ଵାଧୀନତା ପରବର୍ତ୍ତୀ ସମୟରେ…

ଦିଗପହଣ୍ଡି,୧୪|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) କାର୍ଯ୍ୟାଳୟରେ ମଙ୍ଗଳବାର ସମ୍ବିଧାନ ପ୍ରଣେତା ଡ଼. ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀ…

ନୂଆ ପାଞ୍ଜିରେ ବଡ ଭବିଷ୍ୟବାଣୀ, ୨୦୨୬ରେ ସବୁ ହୋଇଯିବ ଛାରଖାର୍!

ପଣା ସଂକ୍ରାନ୍ତିରୁ ପ୍ରଚଳିତ ହେଲା ନୂଆ ପଂଜିକା । ମୀନ ରାଶିରେ ଚର୍ତୁଗ୍ରହୀ ଯୋଗ ଥିବାରୁ ବର୍ଷ ଆରମ୍ଭରେ ଶୁଭ ଯୋଗ ନାହିଁ । ଅତି ବୃଷ୍ଟି,…

‘ଧରିତ୍ରୀ’ ପ୍ରଭାବ: ପୁଣି ଆଲୋକମୟ ହେଲା ଛତ୍ରପୁର ଶିଶୁ ଉଦ୍ୟାନ

ଛତ୍ରପୁର, ୧୪।୪ (ଦିଲୀପ ସାମଲ): ପଡ଼ିଛି ‘ଧରିତ୍ରୀ’ ପ୍ରଭାବ। ସୋମବାର ଖବର ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ଦେଖାଯାଇଛି। ଗଞ୍ଜାମ ଜିଲ୍ଲାର ସଦର ମହକୁମା…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି):  ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ…

ଥୁଆମୂଳ ରାମପୁରରେ ବାବାସାହେବଙ୍କ ଜୟନ୍ତୀ: ମାନବବାଦୀ ବିଚାରଧାରା…

ଥୁଆମୂଳ ରାମପୁର, ୧୪।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସମ୍ବିଧାନ ପ୍ରଣେତା  ଡଃ. ବାବାସାହେବ ଭୀମରାଓ ଆମ୍ବେଦକରଙ୍କ ୧୩୫ତମ ଜନ୍ମ ଜୟନ୍ତୀ ଅତି…

କାମ ସାରି ବାଇକ୍‌ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍‌, କଚାଡ଼ି ହୋଇ…

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri