ଚାଷୀ ଆଣିଲେ ବଡ଼ ଅଭିଯୋଗ

ବଞ୍ଚୋ,୧୭ା୩(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର କ୍ଷୁଦ୍ରଜଳସେଚନ ଅଧୀନ ପାଇକଚାଟ୍ରା କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ନେଇ ଗୁରୁତର ଅନିୟମିତତା ଅଭିଯୋଗ ସାମ୍ନାକୁ ଆସିଛି। ପାଣି ପଞ୍ଚାୟତ ଗଠନରେ ଅଣଚାଷୀମାନଙ୍କୁ ସମ୍ମିଳିତ କରାଯାଇଥିବା ନେଇ ସ୍ଥାନୀୟ ଚାଷୀ ଓ ଗ୍ରାମବାସୀ ଆନନ୍ଦପୁର ଉପଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି।

ଅଭିଯୋଗରେ ଦର୍ଶାଯାଇଛି ଯେ, ପାଣି ପଞ୍ଚାୟତର କେତେଜଣ ସଦସ୍ୟ ନିଜେ ଚାଷୀ ନୁହନ୍ତି, ତଥାପି ସେମାନେ ନାବାର୍ଡ ମଞ୍ଜୁରୀପ୍ରାପ୍ତ ଟେଣ୍ଡର କାମରେ ଜଡିତ ରହିଛନ୍ତି। ଏହାଦ୍ୱାରା ପ୍ରକଳ୍ପର ଅର୍ଥର ଅପବ୍ୟୟ ହେବା ସହ ଚାଷୀମାନେ ଯଥୋଚିତ ସୁବିଧାରୁ ବଞ୍ଚିତ ହେବାର ଆଶଙ୍କା ପ୍ରକାଶ କରିଛନ୍ତି।

ବେଆଇନ ଭାବେ ଗଠିତ ପାଣି ପଞ୍ଚାୟତକୁ ତୁରନ୍ତ ରଦ୍ଦ କରାଯାଇ ସ୍ଥାନୀୟ କୃଷକମାନଙ୍କ ସମ୍ମତିରେ ନୂତନ ପାଣିପଞ୍ଚାୟତ ଗଠନ କରାଯିବା ଲାଗି ଗୌରାଙ୍ଗ ବାରିକ, ବଟକୃଷ୍ଣ ରାଉତ, ଅନନ୍ତ ଚରଣ ରାଉତ, ପ୍ରତାପ ମାଝିଙ୍କ ସହ ଅନ୍ୟ ଗ୍ରାମବାସୀ ଦାବି କରିଛନ୍ତି।

ଏହି ସମ୍ପର୍କରେ ଜଳସମ୍ପଦ ବିଭାଗର ଅଧିକାରୀ ଦେବେନ୍ଦ୍ର ଜରିଆ ଓ ଆନନ୍ଦପୁର ଉପଜିଲାପାଳ ନୀଳମାଧବ ସୁନାଙ୍କୁ ପଚାରିବାରୁ ଘଟଣାର ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

ଭେଲିଡେସନ ଆକ୍ଟକୁ ବିରୋଧ, ମାର୍ଚ୍ଚ ୨୫କୁ କଳା ଦିବସ ଭାବେ ପାଳିବେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର

ଭଞ୍ଜନଗର,୧୭ା୩(ବାବୁଲା ପ୍ରଧାନ): ଭଞ୍ଜନଗର ଓଡିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଆନୁକୂଲ୍ୟରେ ଭଞ୍ଜନଗରଠାରେ ସଂଘ ସଭାପତି ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

ରାସ୍ତା, ଷ୍ଟ୍ରିଟ୍‌ ଲାଇଟ୍‌ ସମସ୍ୟା ସମାଧାନ ଦାବି

ନନ୍ଦପୁର,୧୭ା୩(ତୁଷାର କାନ୍ତ ମହାନ୍ତି)-ନନ୍ଦପୁର ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକ ସଦର ମହକୁମା ପଞ୍ଚାୟତରେ ଜନଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଦୁର୍ଗାପ୍ରସାଦ ଦୋରା, ସରପଞ୍ଚ…

ସିରିଜ୍‌କୁ ୧-୧ରେ ବରାବର କଲା ନ୍ୟୁଜିଲାଣ୍ଡ

ହାମିଲଟନ,୧୭ା୩: ଡେଭନ କନଓ୍ବେଙ୍କ ଅର୍ଦ୍ଧଶତକୀୟ ପାଳି ବଳରେ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକାକୁ ୬୮ ରନରେ ପରାସ୍ତ କରିଛି। ଏହି ବିଜୟ ସହିତ ନ୍ୟୁଜିଲାଣ୍ଡ…

ବଟେଶ୍ୱରକୁ ସଂଯୋଗ ରାସ୍ତା ନିର୍ମାଣ କାର୍ଯ୍ୟ ବିଳମ୍ବ

ଗଞ୍ଜାମ,୧୭ା୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ବଟେଶ୍ୱର ପୀଠରୁ ୧୬ନଂ. ଜାତୀୟ ରାଜପଥକୁ ସଂଯୋଗ ନିମନ୍ତେ ନିର୍ମାଣଧୀନ ରାସ୍ତା କାର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri