ଧାନ ବିକ୍ରି ପାଇଁ ବଢୁଛି ଚାଷୀ ପଞ୍ଜୀକରଣ, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭।୯: ଚଳିତ ଖରିଫ ଧାନ ବିକ୍ରି ପାଇଁ ରାଜ୍ୟରେ ରେକର୍ଡ ସଂଖ୍ୟକ ଚାଷୀ ନାଁ ପଞ୍ଜୀକରଣ କରିଥିବା ନେଇ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି।

ରବିବାର ସୁଦ୍ଧା ରାଜ୍ୟର ୨୧.୪୨ ଲକ୍ଷ ଚାଷୀ ଧାନ ବିକ୍ରି ପାଇଁ ନାଁ ପଞ୍ଜୀକରଣ କରିଛନ୍ତି। ଗତବର୍ଷ ୧୯ ଲକ୍ଷରୁ ଅଧିକ ଚାଷୀ ନାଁ ପଞ୍ଜୀକରଣ କରିଥିଲେ। ହେଲେ ଚଳିତ ବର୍ଷ ରେକର୍ଡ ସଂଖ୍ୟକ ଚାଷୀ ନାଁ ପଞ୍ଜୀକରଣ କରିଛନ୍ତି।

ଚାଷୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଧାନ ବିକ୍ରି ପାଇଁ ପଞ୍ଜୀକରଣ ଅବଧିକୁ ୭ ଦିନ ପର୍ଯ୍ୟନ୍ତ ବୃଦ୍ଧି କରିଥିଲେ। ହେଲେ ବର୍ତ୍ତମାନ ଆଉ ଅବଧି ବୃଦ୍ଧି କରାଯିବ ନାହିଁ ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି।

Share