ଚାଷୀ ପଞ୍ଜିକରଣ, ନବୀକରଣ ସମସ୍ୟା: ଜିଲାପାଳ ଅଫିସ ସମ୍ମୁଖରେ ଧାରଣା

ବରଗଡ଼ ଅଫିସ,୨୩।୩: ରବି ଧାନ ସଂଗ୍ରହ ପାଇଁ ଚାଷୀ ପଞ୍ଜିକରଣ ଆରମ୍ଭ ହୋଇଛି। ମାତ୍ର କିଛି ଅବ୍ୟବସ୍ଥା ଯୋଗୁ ଚାଷୀଙ୍କୁ ବହୁବିଧ ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି। ଏହାର ପ୍ରତିବାଦରେ ମଙ୍ଗଳବାର ବରଗଡ଼ ବ୍ଲକ ତୋରା ପଞ୍ଚାୟତର ଚାଷୀମାନେ ବିକ୍ଷୋଭ କରିଛନ୍ତି। ସେମାନେ ଶୋଭାଯାତ୍ରାରେ ଆସି ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣାରେ ବସିଛନ୍ତି। ଚାଷୀ ପଞ୍ଜିକରଣ, ନବୀକରଣ ପ୍ରକ୍ରିୟାକୁ ସରଳୀକରଣ କରାଯିବା, ଅନ୍‌ଲାଇନ ବ୍ୟତୀତ ଅଫ୍‌ଲାଇନରେ ରାଜସ୍ବ ଖଜଣା ଆଦାୟ କରିବା, ପତିତ, ଅଟା, ବର୍ଚ୍ଛା ଜମିର ଜଳକର ନିଆଯାଉଥିବା ଯୋଗୁ ଏହି କିସମ ଜମିକୁ ପଞ୍ଜିକରଣ ପ୍ରକ୍ରିୟାରେ ସାମିଲ କରିବା, କେବଳ ରେଜିଷ୍ଟ୍ରି ଦଲିଲ ମାଧ୍ୟମରେ ପଞ୍ଜିକରଣ କରିବା, ପଞ୍ଜିକରଣରେ ଆଧାର କାର୍ଡକୁ ବାଧ୍ୟତାମୂଳକ କରା ନ ଯିବା, ଚକବନ୍ଦୀ ବିଜ୍ଞପ୍ତି ରବ୍ଦ ହୋଇଥିବା ଯୋଗୁ ତୋରା ପଞ୍ଚାୟତର ଜମିଜମାକୁ ଚକବନ୍ଦୀରୁ ରାଜସ୍ବ ବିଭାଗକୁ ହସ୍ତାନ୍ତର ଦାବି କରି ଚାଷୀମାନେ ଏହି ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏଥିରେ ତୋରା ପଞ୍ଚାୟତର ଶତାଧିକ ଚାଷୀ ସାମିଲ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri