ଅଗଷ୍ଟ ୨୦ ପର୍ଯ୍ୟନ୍ତ ଚାଷୀ ପଞ୍ଜିକରଣ: ପ୍ରଚାର ରଥ ଶୁଭାରମ୍ଭ

ଭଞ୍ଜନଗର,୪।୮(ବାବୁଲା ପ୍ରଧାନ)ଷଣ୍ଡିରେ ଖରିଫ ଧାନ ଫସଲ ବିକ୍ରି ପାଇଁ ବର୍ତ୍ତମାନ ଅନଲାଇନ ମାଧ୍ୟମରେ ଚାଷୀ ପଞ୍ଜିକରଣ ଚାଲିଛି। ଏହା ଚଳିତ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଅଧିକରୁ ଅଧିକ ଯୋଗ୍ୟ ଚାଷୀ କିଭଳି ନିଜ ନାମକୁ ନିଜ ଅଞ୍ଚଳର ସୋସାଇଟିରେ ପଞ୍ଜିକରଣ କରିବେ ସେଥିପାଇଁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ତେଣୁ ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପରିସରରୁ ଏକ ସଚେତନତା ରଥ ସୋମବାର ବାହାରିଥିଲା। ଏହାକୁ ଭଞ୍ଜନଗର ଉପଜିଲାପାଳ ଉମା ଶଙ୍କର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ।

ଏହି ଅବସରରେ ସେ ଯୋଗ୍ୟ ଚାଷୀମାନେ କିଭଳି ନାମ ପଞ୍ଜିକରଣ କରିପାରିବେ ସେ ନେଇ କହିଥିଲେ। ରାଜ୍ୟରେ ଖରିଫ ଧାନ ସଂଗ୍ରହ ଆସନ୍ତା ନଭେମ୍ବରରୁ ଆରମ୍ଭ ହୋଇ ମାର୍ଚ୍ଚ ୨୦୨୬ ଯାଏ ଚାଲିବ। ଏହି ଅବଧି ମଧ୍ୟରେ ଗଞ୍ଜାମ ଜିଲାର ଭଞ୍ଜନଗରରେ ମଧ୍ୟ ଖରିଫ ଧାନ କ୍ରୟ କାର୍ଯ୍ୟ ସମ୍ପାଦନ କରାଯିବ। ଏଥିପାଇଁ ଚାଷୀମାନେ ସେମାନଙ୍କର ନିକଟସ୍ଥ ଅନୁମୋଦିତ ପ୍ରାଥମିକ କୃଷି ସମବାୟ ସମିତି, ମହିଳା ସ୍ବୟଂ ସହାୟକ ଗୋଷ୍ଠୀରେ ଆଗୁଆ ପଞ୍ଜିକରଣ କରିବେ। ଏଥିପାଇଁ ସୋମବାର ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଦୁଇଟି ପ୍ରଚାର ରଥ ଶୁଭାରମ୍ଭ ହୋଇଛି। ଉପଜିଲାପାଳ ଉମାଶଙ୍କର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ସବୁଜ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଛନ୍ତି।

ଏହି ରଥ ଉପଖଣ୍ଡର ସମସ୍ତ ବ୍ଲକ ପରିକ୍ରମା କରି ପଞ୍ଜିକରଣ ବାବଦରେ ଚାଷୀ ଭାଇଙ୍କୁ ସଚେତନ କରିବ। ଚାଷୀ ପଞ୍ଜିକରଣ ଗତ ଜୁଲାଇ ୧୯ ତାରିଖରୁ ଆରମ୍ଭ ହୋଇଛି। ମସ୍ତ ଆଗ୍ରହୀ ଚାଷୀ ନିକଟସ୍ଥ ସମିତିରୁ ଗୋଟିଏ ନୂତନ ପଞ୍ଜିକରଣ ଫର୍ମ ସଂଗ୍ରହ କରି ଚଳିତ ମାସ ୨୦ ତାରିଖ ମଧ୍ୟରେ ସମିତି କାର୍ଯ୍ୟାଳୟରେ ଆବେଦନ କରିବେ।

ପଞ୍ଜିକରଣ ପାଇଁ ଇଚ୍ଛୁକ ଚାଷୀମାନେ ସେମାନଙ୍କ ପଞ୍ଜିକରଣ ଫର୍ମ ସହିତ ଆଧାର କାର୍ଡ଼,ମୋବାଇଲ ନମ୍ବର, ଜମି ପ୍ରମାଣପତ୍ର, ଜମି ମାଲିକଙ୍କ ସହମତି ପତ୍ର (ଭାଗଚାଷୀଙ୍କ ପାଇଁ), ରେକର୍ଡ଼ଧାରୀଙ୍କ ଠାରୁ ସହମତି ପତ୍ର (ନିଜ ବ୍ୟତୀତ)ତଥ୍ୟର ନକଲ ଦାଖଲ କରିବା ଆବଶ୍ୟକ । ଚାଷୀ ପଞ୍ଜିକରଣ ସମୟରେ ଆଧାର ଭିତ୍ତିକ ଇ-କେୱାଇସି ଜରୁରୀ ଅଟେ। ନିର୍ଦ୍ଧାରିତ ସମୟର ଯଥେଷ୍ଟ ପୂର୍ବରୁ ଚାଷୀମାନେ ସମିତିରେ ପୂରଣ କରାଯାଇଥିବା ଫର୍ମ ଦାଖଲ କରିବାକୁ ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି । ଖରିଫ ଧାନ ସଂଗ୍ରହ ସଂକ୍ରାନ୍ତିରେ କେଉଁ ମାସ ଓ ପକ୍ଷରେ ଧାନ ବିକ୍ରୟ କରିବେ ତାହା ପଞ୍ଜିକରଣ ଫର୍ମରେ ଉଲ୍ଲେଖ କରିବେ। ଚାଷୀମାନେ ଶେଷ ତାରିଖକୁ ଅପେକ୍ଷା ନକରି ଅନୁମୋଦିତ ଫର୍ମରେ ଦରଖାସ୍ତ ଦାଖଲ କରିବାକୁ ଭାଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଅନୁରୋଧ କରାଯାଇଛି। ଅଧିକରୁ ଅଧିକ କ୍ଷୁଦ୍ର ଓ ନାମମାତ୍ର ଚାଷୀମାନେ ଧାନ ସଂଗ୍ରହ ବ୍ୟବସ୍ଥାରେ ଅନ୍ତର୍ଭୁକ୍ତ ହେବା ସରକାରଙ୍କ ଲକ୍ଷ୍ୟ। ଯଦି କୌଣସି ଅଭିଯୋଗ ଥାଏ ତେବେ ଦେୟମୁକ୍ତ ନମ୍ବର ୧୯୬୭ରେ ସରକାରୀ କାର୍ଯ୍ୟ ସମୟ ମଧ୍ୟରେ ଯୋଗାଯୋଗ କରିପାରିବେ। ଅବଧି ପୂର୍ବରୁ ଚାଷୀ ଭାଇ ମାନେ ପଞ୍ଜୀକରଣ କରିବାକୁ ଆର୍‌ଏମସି ସମ୍ପାଦକ ସୁମନ୍ତ ସାହୁ ଅନୁରୋଧ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

ଭାଦ୍ରବ ମାସରେ ଦାନ କରନ୍ତୁ ଏହି ୫ ଜିନିଷ: ଈଶ୍ୱରଙ୍କ କୃପା ସହ ଖୋଲିଯିବ ଉନ୍ନତିର ରାସ୍ତା!

ଭାଦ୍ରବ ମାସକୁ ପୂଜାପାଠ ଓ ଧାର୍ମିକ ସାଧନା ପାଇଁ ବେଶ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହି ମାସରେ ଜନ୍ମାଷ୍ଟମୀ, ଗଣେଶ ଚତୁର୍ଥୀ ଓ ଅନନ୍ତ ଚତୁର୍ଦ୍ଦଶୀ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri