୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ ବିକିପାରୁନାହାନ୍ତି। ଫଳରେ ଖରିଫ୍‌ ଚାଷ ଲାଗି କରିଥିବା ଧାର ଉଧାର ଶୁଝିପାରୁନାହାନ୍ତି ଏବଂ ଅର୍ଥାଭାବରୁ ରବିଚାଷ ପାଇଁ ତଳି ପକାଇବାକୁ ଧାନବିହନ କ୍ରୟ କରିପାରୁନାହାନ୍ତି। ଏହାକୁ ନେଇ ବିନିକା ବ୍ଲକର ଚାଷୀ ଧର୍ମରାଜ ପଣ୍ଡା, ରିଣ୍ଟୁ ପଣ୍ଡାଙ୍କ ନେତୃତ୍ୱରେ ଶତାଧିକ ଚାଷୀ ଶନିବାର ରାସ୍ତାକୁ ଓହ୍ଲାଇଥିଲେ। ବିନିକା ବ୍ଲକ ପଣ୍ଡକିଟାଲ-ସଂସାମୁରା ରାସ୍ତାର କଉଡ଼ିଆମୁଣ୍ଡା ଛକଠାରେ ଧାନବସ୍ତା ରଖି ସକାଳ ୮ରୁ ରାସ୍ତା ଅବରୋଧ କରିଥିଲେ। ପ୍ରତିବାଦସ୍ୱରୂପ ନିକିତି ବଟକରା ଧରି ଚାଷୀମାନେ ଧାନ କେଜି ୧୦ ଟଙ୍କାରେ ଖୁଚୁରାରେ ବିକ୍ରି କରିବାକୁ ବସିଥିଲେ। ସରକାର ଆମ ଧାନ କିଣ କହି ରାସ୍ତା ଉପରେ ମୁଣ୍ଡିଆ ମାରିବା ଦେଖାଯାଇଥିଲା।
ଚାଷୀଙ୍କ କହିବା ଅନୁଯାୟୀ, ଶଙ୍କରା ପାକ୍ସରେ ଗତ ୯ ତାରିଖରୁ ମଣ୍ଡି ଖୋଲିଥିଲେ ହେଁ ଧାନକିଣାରେ ଅଚଳାବସ୍ଥା ଦେଖାଦେଇଛି। ବ୍ଲକର ବିଭିନ୍ନ ମଣ୍ଡି ନାମକୁମାତ୍ର ଖୋଲିଥିଲେ ହେଁ ଧାନ କିଣାହେଉନାହିଁ।
୧୦ ଟଙ୍କାରେ ଧାନ …
ଅମଳ ସାରି ଧାନ ବିିକ୍ରି କରିବାକୁ ଚାହିଁବସିଥିବାବେଳେ ଟୋକନ ମିଳିନାହିଁ। ଅନନ୍ୟୋପାୟ ହୋଇ ସେମାନେ କମ୍‌ ଦାମ୍‌ରେ ବେପାରୀଙ୍କୁ ଦେଇ ଅଭାବୀ ବିକ୍ରିର ଶିକାର ହେଉଛନ୍ତି। ଅନ୍ୟପଟେ ରବିଧାନ ଲାଗି ତଳି ପକାଇବା ପାଇଁ ସେମାନଙ୍କ ହାତରେ ଅର୍ଥ ନାହିଁ। ଏପରି ସ୍ଥିତିକୁ ହୃଦୟଙ୍ଗମ କରି ସରକାର ଅବିଳମ୍ୱେ ଚାଷୀଙ୍କୁ ଟୋକନ ଉପଲବ୍ଧ କରାଇବା ସହ ଧାନକିଣାରେ ଚାଲିଥିବା ଅଚଳାବସ୍ଥାକୁ ଦୂର କରିବା ଜରୁରୀ ବୋଲି ଚାଷୀମାନେ କହିଛନ୍ତି। ଚାଷୀମାନେ ଆନ୍ଦୋଳନ ଚଳାଇଥିଲେ ହେଁ କୌଣସି ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳକୁ ଆସି ନ ଥିଲେ। ଶେଷରେ ଅପରାହ୍ନ ୩ଟାରେ ଚାଷୀମାନେ ରାସ୍ତା ଅବରୋଧରୁ ହଟିଥିଲେ ହେଁ ଆନ୍ଦୋଳନ ଚାଲିବ ବୋଲି କହିଥିଲେ। ସ୍ଥିତିରେ ପରିବର୍ତ୍ତନ ନ ହେଲେ ଆଗାମୀ ଦିନରେ ଆନ୍ଦୋଳନ ଜୋର୍‌ଦାର କରାଯିବ ବୋଲି ଚାଷୀମାନେ କହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ କ୍ରିକେଟର ନୂଆ ଅଧ୍ୟାୟ: ଦିଲ୍ଲୀ U-19 ଦଳର ଅଧିନାୟକ ହେଲେ ବୀରେନ୍ଦ୍ର ସେହୱାଗଙ୍କ ପୁଅ ଆର୍ଯ୍ୟବୀର

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ସ୍ଫୋରକ ଓପନର ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ଏକ ବଡ଼ ଦାୟିତ୍ୱ ମିଳିଛି।…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?