ଚାଷଜମିକୁ ଯାଉଥିଲେ: ମାଡ଼ି ବସିଲେ ୨ ଭାଲୁ

କୋକସରା,୧୨।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଫରେଷ୍ଟ ସେକ୍ସନ୍‌ ଅଧୀନ କନ୍ଦାବୁଟ୍ରା ଗ୍ରାମରେ ଗୁରୁବାର ଏକ ଭାଲୁ ଆକ୍ରମଣରେ ଜଣେ ଚାଷୀ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ପୂର୍ଣ୍ଣଚନ୍ଦ୍ର ମାଝୀ(୬୦)।

ମିଳିଥିବା ସୂଚନା ମୁତାବକ, ପୂର୍ଣ୍ଣଚନ୍ଦ୍ର ଗାଁ ନିକଟରେ ଥିବା ଚାଷଜମିକୁ ଯାଉଥିଲେ। ସେତିକିବେଳେ ଜଙ୍ଗଲରୁ ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହୋଇଥିବା ଦୁଇଟି ଭାଲୁ କେନାଲ ନିକଟରେ ତାଙ୍କୁ ଅତର୍କିତ ଆକ୍ରମଣ କରିଥିଲେ। ଫଳରେ ସେ ଚିତ୍କାର କରିବାରୁ ସ୍ଥାନୀୟ ଲୋକେ ଶୁଣି ଘଟଣାସ୍ଥଳରେ ପହଞ୍ଚି ଭାଲୁ ହାବୁଡ଼ରୁ ତାଙ୍କୁ ଉଦ୍ଧାର କରିଥିଲେ। ପରେ ପରିବାର ଲୋକେ ୧୦୮ ଆମ୍ବୁଲାନ୍ସରେ କୋକସରା ଡାକ୍ତରଖାନାକୁ ଆଣି ଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଭବାନୀପାଟଣା ଜିଲା ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ତେବେ ପରିବାର ଲୋକେ କୋକସରା ଫରେଷ୍ଟ କର୍ମଚାରୀଙ୍କୁ ଖବର ଦେବା ପରେ ମଧ୍ୟ କୌଣସି କର୍ମଚାରୀ ହସ୍ପିଟାଲରେ ପହଞ୍ଚି ନ ଥିଲେ।

କେତେକ ଖବରଦାତା ଘଟଣା ସମ୍ପର୍କରେ ଜଣାଇବା ନେଇ କୋକସରା ଫରେଷ୍ଟର ରଶ୍ମୀ ରଞ୍ଜିତା ନାଏକଙ୍କୁ ମୋବାଇଲ ଫୋନ୍‌ରେ ଯୋଗାଯୋଗ କରିଥିଲେ। ହେଲେ ସେ ସେ ଫୋନ ଉଠାଇ ନ ଥିଲେ। ପରେ ଖବରଦାତମାନେ କାର୍ଯ୍ୟାଳୟକୁ ଯାଇ ଘଟଣା ସମ୍ପର୍କରେ ଜଣାପଇବା ପରେ ଫରେଷ୍ଟର ତତ୍ପରତା ଦେଖାଇ ଥିଲେ। ପରେ ସେ ଭବାନୀପାଟଣା ଯାଇ ଗୁରୁତର ପୂର୍ଣ୍ଣଚନ୍ଦ୍ରଙ୍କୁ ଭେଟି ସମସ୍ତ ତଥ୍ୟ ସଂଗ୍ରହ କରିଥିଲେ।

ଏପରି କି ସରକାରୀସ୍ତରରେ ଯାହା ବି କ୍ଷତିପୂରଣ ରହିଛି ତାଙ୍କୁ ପ୍ରଦାନ କରାଯିବ ବୋଲି ଫରେଷ୍ଟର ନାଏକ କହିଛନ୍ତି। କୋକସରା ଫରେଷ୍ଟ ବିଟରେ ନିୟୋଜିତ ଥିବା ଫରେଷ୍ଟ ଗାର୍ଡ ମଧ୍ୟ ଘଟଣା ସମୟରେ ଅନୁପସ୍ଥିତ ଥିବା ଜଣାପଡିଛି। ତେବେ ବନ ବିଭାଗ କର୍ମଚାରୀଙ୍କ ଦାୟିତ୍ୱ ହୀନତାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।

ଜଙ୍ଗଲରୁ ଭାଲୁ ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହେଉଥିବା ବେଳେ ଜନସାଧାରଣ ଭୟ ଓ ଆତଙ୍କ ମଧ୍ୟରେ ରହୁଛନ୍ତି। ବନ ବିଭାଗ ଯତ୍ନବାନ ହୋଇ ପେଟ୍ରୋଲିଂ କରିବା ସହ ସଚେତନତା କରିବା ପାଇଁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri