ଧାନ କିଣାରେ ବିଭ୍ରାଟ : ବିଷ ବୋତଲ ଧରି ଧାରଣାରେ ବସିଲେ ଚାଷୀ

ବାସୁଦେବପୁର , ୨୭।୧(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜଗନ୍ନାଥପୁର ପଞ୍ଚାୟତର ବଛାଦା ସେବା ସମବାୟ ସମିତିରେ ଧାନ କିଣାରେ ବିଭ୍ରାଟ ନେଇ ମଙ୍ଗଳବାର ବିଷ ବୋତଲ ଧରି ଧାରଣାରେ ବସିଛନ୍ତି ଚାଷୀ। ସୂଚନା ଅନୁଯାୟୀ ଏହି ସମିତିରେ ୪୦୯ ଜଣ ଚାଷୀ ଧାନ ବିକ୍ରି ପାଇଁ ଅନଲାଇନ ପଞ୍ଜିକରଣ କରିଥିବା ବେଳେ ୨୪୮ ଜଣ ଚାଷୀଙ୍କୁ ଟୋକନ ମିଳିଛି। ସରକାର ଶୂନ୍ୟ କଟଣିଛଟଣୀ ଘୋଷଣା କରିଥିବାବେଳେ ଚାଷୀଙ୍କ ଧାନରୁ କୁଇଣ୍ଟାଲ ପ୍ରତି ୧୨ କେଜି କଟାଯାଉଥିବା, ପ୍ୟାଚ ପଡ଼ିଥିବା ଛିଣ୍ଡା ବସ୍ଥା ଦେବା ଅଭିଯୋଗ କରି ଚାଷୀମାନେ ବିଷ ବୋତଲ ଧରି ସମିତି ଆଗରେ ଧାରଣାରେ ବସିଛନ୍ତି। ଚାଷୀ ଲକ୍ଷ୍ମୀପ୍ରିୟା ରାଉତ, ମହେନ୍ଦ୍ର ଦାସ, ସହଦେ ରାଉତ, ଦିବାକର ପାତ୍ର, ଜୟନ୍ତ ପାତ୍ରଙ୍କ ସହ ଅନ୍ୟ ଚାଷୀମାନେ ଧାରଣାରେ ବସିଛନ୍ତି। ଖବରପାଇ ସୁପର ଭାଇଜିଙ୍ଗ ଅଫିସର ବାବାଜୀ ଚରଣ ମଲ୍ଲିକ, କ୍ୱାଲିଟି କଣ୍ଟ୍ରୋଲ ଅଫିସର ମଧୁ ସ୍ମିତା ସେନାପତି, ବାସୁଦେବପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଚାଷୀଙ୍କୁ ବୁଝାସୁଝା କରୁଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

ପୁଅ ହେବ ତ ଏମିତି… ପାଲିଙ୍କିରେ ମାତା-ପିତାଙ୍କୁ ବସାଇ ୧୫ କିମି ପଦଯାତ୍ରା, ଝୁମରନାଥ ଧାମ ଦର୍ଶନ କରାଇଲେ

ଲକ୍ଷ୍ନୌ,୫।୮: ଉତ୍ତର ପ୍ରଦେଶର ଲଲିତପୁର ଜିଲାରୁ ସାମ୍ନାକୁ ଆସିଛି ଭକ୍ତି, ସେବା ଓ ସଂସ୍କାରର ଏକ ପ୍ରେରଣାଦାୟକ ଚିତ୍ର । ବାର କସ୍ବାର ମୋତିଖେଡ଼ା ଗ୍ରାମର ବାସିନ୍ଦା…

୨୦୨୭ ODI ବିଶ୍ୱକପକୁ ନେଇ ଆସିଲା ବଡ଼ ଅପଡେଟ: କାର୍ଯ୍ୟସୂଚୀ ଘୋଷଣା କଲା ICC

ନୂଆଦିଲ୍ଲୀ,୫।୮: 2027 ODI ବିଶ୍ୱକପର କାର୍ଯ୍ୟସୂଚୀକୁ ନେଇ ଏକ ବଡ଼ ଅପଡେଟ ପ୍ରକାଶ ପାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଟୁର୍ଣ୍ଣାମେଣ୍ଟର ଯୋଗ୍ୟତା ପର୍ଯ୍ୟାୟ ପାଇଁ ତାରିଖ…

ବିଭିନ୍ନ ସରକାରୀ ଅନୁଷ୍ଠାନକୁ ଅଚାନକ ଗସ୍ତ କଲେ ଜିଲାପାଳ, କାର୍ଯ୍ୟପ୍ରଣାଳୀ ଅନୁଧ୍ୟାନ କରି…

ନବରଙ୍ଗପୁର,୫ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାପାଳ ଡ. ମହେଶ୍ୱର ସ୍ବାଇଁ ବୁଧବାର ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ନନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (CHC), ନିସ୍ନାହାଣ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri