ଋଣ ବୋଝ ନେଲା ଚାଷୀଙ୍କ ଜୀବନ

ବରୀ,୯ା୯(ଡି.ଏନ.ଏ.): ସରକାର ଚାଷୀଙ୍କ ବିକାଶ ପାଇଁ ଅନେକ ଯୋଜନା କରୁଛନ୍ତି। ଏ ସବୁ ସତ୍ତ୍ୱେ ଚାଷୀ ଅବହେଳାର ଶିକାର ହୋଇ ଆତ୍ମହତ୍ୟା ଭଳି ଚରମ ପଦକ୍ଷେପ ନେଉଛନ୍ତି। ଯାଜପୁର ଜିଲା ବରୀ ବ୍ଲକ ଅଧୀନ ବୋଦୁଅ ପଞ୍ଚାୟତ କନ୍ତିଆ ଗ୍ରାମରେ ଗୁରୁବାର ଏହିପରି ଏକ ଘଟଣା ଘଟିଛି। ଋଣ ବୋଝ ସହି ନ ପାରି ଚାଷୀ ଯଦୁନାଥ ମଲ୍ଲିକ(୫୫) ଦଉଡି ଦେଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଏନେଇ ଯଦୁନାଥଙ୍କ ପୁଅ ବିଞ୍ଝାରପୁର ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଯାଜପୁର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ତଦନ୍ତ ଆରମ୍ଭ କରିଛି। ଥାନାରେ ଏକ ଅପମୃତ୍ୟୁ ମାମଲା(ନଂ.୩୫/୨୧) ରୁଜୁ ହୋଇଛି।

ଅଭିଯୋଗ ମୁତାବକ, ଯଦୁନାଥ ୩ ବର୍ଷ ହେବ ସ୍ଥାନୀୟ ଲୋକଙ୍କଠାରୁ ହାତ ଉଧାର କରି ଚାଷ କାର୍ଯ୍ୟ କରୁଥିଲେ। ତେବେ ଗତ ବନ୍ୟା ଓ ଚଳିତ ବର୍ଷ ଫସଲରେ କ୍ଷତି ହେବା ଯୋଗୁ ସେ ଧାର ଟଙ୍କା ଶୁଝି ପାରି ନ ଥିଲେ। ଲୋକେ ଟଙ୍କା ମାଗିବାରୁ ସେ ଚିନ୍ତିତ ଥିଲେ। ଶେଷରେ ଅନ୍ୟ ଉପାୟ ନ ପାଇ ଆତ୍ମହତ୍ୟା କରିଥିବା ପରିବାର ଲୋକେ କହିଛନ୍ତି। ଏହି ସମ୍ପର୍କରେ ବିଞ୍ଝାରପୁର ଥାନା ଅଧିକାରୀ ଅମରେନ୍ଦ୍ର ଦାସ କହିଛନ୍ତି, ଅଭିଯୋଗ ମୁତାବକ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ତଦନ୍ତ ଶେଷ ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ।

ଅନ୍ୟପକ୍ଷେ ଯଦୁନାଥଙ୍କ ମୃତ୍ୟୁକୁ ନେଇ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ଜିଲା ପ୍ରଶାସନ ଘଟଣାର ତଦନ୍ତ କରି ତୁରନ୍ତ ମୃତ ଚାଷୀଙ୍କ ପରିବାର ଲୋକଙ୍କୁ ଆର୍ଥତ୍କ ସହାୟତା ଯୋଗାଇ ଦେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାରକା ବସ୍‌ଷ୍ଟାଣ୍ଡରେ ନାହିଁ ବିଶ୍ରାମାଗାର

କାଏମା,୨୬ା୪(ଶିବପ୍ରସାଦ ମହାନ୍ତି): ଜାରକା ବସ୍‌ଷ୍ଟାଣ୍ଡରେ ଯାତ୍ରୀ ବିଶ୍ରାମଗୋର ନିର୍ମାଣ ହୋଇ ପାରୁନାହିଁ। ଫଳରେ ଯାତ୍ରୀମାନେ ଖରାରେ ଆଉଟୁପାଉଟୁ ହେଉଛନ୍ତି। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଯୋଗୁ ଘରଠୁ...

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

ମୋକିମ୍‌ଙ୍କୁ ଟାର୍ଗେଟ୍‌ କଲେ ପ୍ରକାଶ

କଟକ,୨୬ା୪(ଶିଳ୍ପା ପ୍ରିୟଦର୍ଶିନୀ):ଆପରାଧିକ ସାମ୍ରାଜ୍ୟକୁ ସୁରକ୍ଷା ଦେବା ପାଇଁ ମହିଳା କାର୍ଡ ଖେଳିବା ଲଜ୍ଜାଜନକ ବୋଲି କହି ମହମ୍ମଦ ମୋକିମଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ପ୍ରାର୍ଥୀ...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ଏହି ଦିନ ରାୟ ଶୁଣାଇବେ ହାଇକୋର୍ଟ

କଟକ,୨୬ା୪(କାର୍ତ୍ତିକ ସାହୁ):ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ନେଇ ରୁଜୁ ହୋଇଥିବା ମାମଲାର ରାୟ ପ୍ରକାଶ କରି...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ପୁଅଙ୍କ ଲଢ଼େଇ, ବାପାଙ୍କ ଚିନ୍ତା

ବଲାଙ୍ଗୀର,୨୬ା୪(ବୀରେନ୍ଦ୍ର କୁମାର ଝାଙ୍କର):୨୦୨୪ ନିର୍ବାଚନରେ ନିଜ ପୁଅକୁ ପ୍ରାର୍ଥୀ କରି ରାଜ୍ୟର ଅନେକ ବରିଷ୍ଠ ଏବଂ ସଫଳ ରାଜନେତା ଏବେ ଷ୍ଟାର ପ୍ରଚାରକ ପାଲଟିଛନ୍ତି। ବିଶେଷକରି...

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri