ପାତ୍ରପୁର,୬ା୧୨(ଡି.ଏନ.ଏ.): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ଉଲୁମା ଗ୍ରାମର ଜଣେ ଚାଷୀ ରବିବାର କୀଟନାଶକ ପିଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ କୈଳାସ ଶବର (୫୭)। ବାତ୍ୟା ‘ଜଓ୍ବାଦ’ ପ୍ରଭାବରେ ହୋଇଥିବା ଲଗାଣ ବର୍ଷାରେ ଧାନ ଫସଲ ନଷ୍ଟ ଯାଇଥିବାରୁ ଧାରକରଜ କିଭଳି ଶୁଝିବେ ସେହି ଚିନ୍ତାରେ କୈଳାସ ଆତ୍ମହତ୍ୟା କରିଛନ୍ତି ବୋଲି ତାଙ୍କ ସ୍ତ୍ରୀ ପଦ୍ମା ଜରଡ଼ା ଥାନାରେ ଅଭିଯୋଗ କରିଛନ୍ତି। ପଦ୍ମାଙ୍କ କହିବାନୁଯାୟୀ, କୈଳାସ ଧାରକରଜ କରି ୨ ଏକର ଜମିରେ ଧାନ ଚାଷ କରିଥିଲେ। ଧାନ ଭଲ ହୋଇଥିଲା। ଆଉ କିଛି ଦିନ ପରେ ଅମଳ କରି ଧାରକରଜ ଶୁଝା ହୋଇଥାନ୍ତା। ହେଲେ ବର୍ଷାରେ ଧାନଫସଲ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା। ଏଥିରେ ଭାଙ୍ଗିପଡ଼ି କୈଳାସ ଅପରାହ୍ନରେ କୀଟନାଶକ ପିଇ ଦେଇଥିଲେ। ଗୁରୁତର ହୋଇପଡ଼ିବାରୁ ତାଙ୍କୁ ପାତ୍ରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେ କୈଳାସଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଅନ୍ୟପକ୍ଷରେ ପୋଲିସ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚତ୍ ମୃତଦେହ ଜବତ କରି ତଦନ୍ତ ଚଳାଇଛି। ସେହିପରି ପାତ୍ରପୁର ତହସିଲଦାର ଅମିତ୍ କୁମାର ନାୟକ ମେଡିକାଲରେ ପହଞ୍ଚତ୍ ମୃତକଙ୍କ ସ୍ତ୍ରୀଙ୍କୁ ରେଡ୍କ୍ରସ୍ ପାଣ୍ଠିରୁ ୧୦ ହଜାର ଟଙ୍କା ସହାୟତା ପ୍ରଦାନ କରିଛନ୍ତି।
ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼
ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…
ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର
ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…
ଦକ୍ଷିଣ ଓଡ଼ିଶା ଜୋନ-ଏ କ୍ରିକେଟ ଟୁର୍ନାମେଣ୍ଟ: ପୋଡ଼ାମାରିକୁ ହରାଇ ପାଟପୁର ଚାମ୍ପିୟନ
ଦିଗପହଣ୍ଡି,୧୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁରସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଚାଲିଥିବା ଦକ୍ଷିଣ ଓଡ଼ିଶା ଜୋନ-ଏ ଆନ୍ତଃ…
ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…
ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…
ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍ ହେବା ସମୟରେ ଘଟିଲା…
ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…
ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ
ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…
ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ
ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…
୩୬ ଦିନ ଜେଲରୁ ରହିବା ପରେ ଦମ୍ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…
ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

