ଚାଷୀ ଆତ୍ମହତ୍ୟା ଘଟଣା: ମୃତଙ୍କ ପରିବାରଙ୍କୁ ଭେଟି ଆର୍ଥିକ ସହାୟତା ଦେଲେ ବିଧାୟକ

ଛତ୍ରପୁର, ୨୭।୧୨(ସନ୍ତୋଷ ପାଢ଼ୀ): ଅଦିନିଆ ବର୍ଷାରେ ଧାନ ଫସଲ ବ୍ୟାପକ କ୍ଷୟକ୍ଷତି କ୍ଷତି ହେବାରୁ ଗଞ୍ଜାମ ଜ଼ିଲା ଛତ୍ରପୁର ବ୍ଲକ ବଡ଼ମାଧପୁର ପଂଚାୟତ ବରଙ୍ଗ ଗ୍ରାମର ଚାଷୀ ବନମାଳୀ ପେଣ୍ଠେଇ ନିଜ ଘର ପାଇଖାନାରେ ବେକରେ ଦଉଡି ଦେଇ ଆତ୍ମହତ୍ୟା କରିଥିଲେ। ଶୁକ୍ରବାର ଆତ୍ମହତ୍ୟା କରିଥିବା ଚାଷୀଙ୍କ ପରିବାରକୁ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ଭେଟିଛନ୍ତି। ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ନିଜ ହାତ ପାଣ୍ଠିରୁ ୩୦ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି।
ଏଥିସହ ପ୍ରତିକ୍ରିୟା ରଖି ସେ କହିଛନ୍ତି, ସମସ୍ତ ଚାଷୀମାନେ ଧୈର୍ଯ୍ୟ ରଖନ୍ତୁ ସରକାର ଆପଣମାନଙ୍କ ସହ ଅଛନ୍ତି କିଭଳି ଚାଷୀଙ୍କୁ ସହାୟତା ପ୍ରଦାନ କରାଯିବ,ଏଫକ୍ୟୁ ମାନ କୋହଳ କରାଯିବ ଏ ନେଇ ଉଚ୍ଚସ୍ତରୀୟ ଏବଂ ଜିଲାସ୍ତରରେ ଘନ ଘନ ବୈଠକ ହେଉଛି। ଏଣୁ ସେ ସମସ୍ତ ଚାଷୀଙ୍କୁ ନିବେଦନ କରିଛନ୍ତି ଯେ, ଧୈର୍ଯ୍ୟ ରଖନ୍ତୁ ଏହା ସହ କେଉଁ କାରଣ ଯୋଗୁ ଚାଷୀ ଜଣଙ୍କ ମୃତ୍ୟୁବରଣ କଲେ ତାହାର ତଦନ୍ତ କରିବାକୁ ଉପସ୍ଥିତ ଥିବା ପ୍ରସାଶନିକ ଅଧିକାରୀମାନଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ ଏହା ସହ ଉକ୍ତ ପରିବାରକୁ ରାଜ୍ୟ ସରକାରଙ୍କ ତରଫରୁ ସମସ୍ତ ସହାୟତା ପ୍ରଦାନ କରାଯିବ ବୋଲି ଛତ୍ରପୁର ବିଧାୟକ ଗଣମାଧ୍ୟମକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

ଗତ ୨ ବର୍ଷରେ ୧୧ ହଜାର ଇଞ୍ଜିନିୟର ୫ ହଜାର ଡାକ୍ତର ଦେଶ ଛାଡିଛନ୍ତି, କାହିଁକି ପାକିସ୍ତାନର ହେଉଛି ଏମିତି ଅବସ୍ଥା?ଜାଣନ୍ତୁ…

ଇସଲମାବାଦ,୨୭।୧୨: ପାକିସ୍ତାନ ବର୍ତ୍ତମାନ ଇତିହାସରେ ସବୁଠାରୁ ଗୁରୁତର ପ୍ରତିଭା ପ୍ରସ୍ଥାନର ସମ୍ମୁଖୀନ ହେଉଛି। ଆର୍ଥିକ ଦୁର୍ଦ୍ଦଶା, ରାଜନୈତିକ ଅନିଶ୍ଚିତତା ଏବଂ ବୃତ୍ତିଗତ ସୁଯୋଗର ଅଭାବ ଏପରି...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ମ୍ୟାଚ ପୂର୍ବରୁ ପଡ଼ିଆରେ କୋଚ୍‌ଙ୍କୁ ଆସିଲା ହୃଦ୍‌ଘାତ, ଆଉ ତା’ପରେ…

ନୂଆଦିଲ୍ଲୀ,୨୭।୧୨: ବାଂଲାଦେଶ ପ୍ରିମିୟର ଲିଗ ଶୁକ୍ରବାର, ଡିସେମ୍ବର ୨୬ ତାରିଖରେ ଆରମ୍ଭ ହୋଇଥିଲା। ଲିଗର ଦ୍ୱିତୀୟ ଦିନରେ ଆଜି ଏକ ଦୁଃଖଦ ଖବର ପ୍ରକାଶ ପାଇଛି।...

ବର୍ଷା-ଗୁଲୁଆଙ୍କୁ ନେଇ ମୁହଁ ଖୋଲିଲେ ସାଙ୍ଗ, କହୁକହୁ କହିଦେଲେ ଭିତିରି କଥା…

ଭୁବନେଶ୍ୱର,୨୭ା୧୨: ଥମୁନି ୟୁଟ୍ୟୁବର ଦମ୍ପତି ତଥା କମେଡିଆନ ଗୁଲୁଆ-ବର୍ଷାଙ୍କ ବିବାଦ। ତାଙ୍କ ସହ ଅତି ନିକଟତର ଥିବା ଜଣଙ୍କ ପରେ ଜଣେ ବ୍ୟକ୍ତି ମିଡିଆ ସାମ୍ନାକୁ...

ଅଷ୍ଟ୍ରେଲିଆର ପରାଜୟ ଭାରତ ପାଇଁ ଲାଭ, ଜାଣନ୍ତୁ ଇଂଲଣ୍ଡର ବିଜୟ ପରେ କେତେ ବଦଳିଲା ପଏଣ୍ଟ ଟେବୁଲ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ବନାମ ଇଂଲଣ୍ଡ ବକ୍ସିଂ ଡେ ଟେଷ୍ଟ ମାତ୍ର ଦୁଇ ଦିନ ମଧ୍ୟରେ ଶେଷ ହୋଇଥିଲା। ପ୍ରଥମ ଦିନରେ ଅଷ୍ଟ୍ରେଲିଆର ପ୍ରଥମ ଇନିଂସ ୧୫୨...

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri