ଚାଷୀ ଆତ୍ମହତ୍ୟା ଘଟଣା: ମୃତଙ୍କ ପରିବାରଙ୍କୁ ଭେଟି ଆର୍ଥିକ ସହାୟତା ଦେଲେ ବିଧାୟକ

ଛତ୍ରପୁର, ୨୭।୧୨(ସନ୍ତୋଷ ପାଢ଼ୀ): ଅଦିନିଆ ବର୍ଷାରେ ଧାନ ଫସଲ ବ୍ୟାପକ କ୍ଷୟକ୍ଷତି କ୍ଷତି ହେବାରୁ ଗଞ୍ଜାମ ଜ଼ିଲା ଛତ୍ରପୁର ବ୍ଲକ ବଡ଼ମାଧପୁର ପଂଚାୟତ ବରଙ୍ଗ ଗ୍ରାମର ଚାଷୀ ବନମାଳୀ ପେଣ୍ଠେଇ ନିଜ ଘର ପାଇଖାନାରେ ବେକରେ ଦଉଡି ଦେଇ ଆତ୍ମହତ୍ୟା କରିଥିଲେ। ଶୁକ୍ରବାର ଆତ୍ମହତ୍ୟା କରିଥିବା ଚାଷୀଙ୍କ ପରିବାରକୁ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ଭେଟିଛନ୍ତି। ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ନିଜ ହାତ ପାଣ୍ଠିରୁ ୩୦ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି।
ଏଥିସହ ପ୍ରତିକ୍ରିୟା ରଖି ସେ କହିଛନ୍ତି, ସମସ୍ତ ଚାଷୀମାନେ ଧୈର୍ଯ୍ୟ ରଖନ୍ତୁ ସରକାର ଆପଣମାନଙ୍କ ସହ ଅଛନ୍ତି କିଭଳି ଚାଷୀଙ୍କୁ ସହାୟତା ପ୍ରଦାନ କରାଯିବ,ଏଫକ୍ୟୁ ମାନ କୋହଳ କରାଯିବ ଏ ନେଇ ଉଚ୍ଚସ୍ତରୀୟ ଏବଂ ଜିଲାସ୍ତରରେ ଘନ ଘନ ବୈଠକ ହେଉଛି। ଏଣୁ ସେ ସମସ୍ତ ଚାଷୀଙ୍କୁ ନିବେଦନ କରିଛନ୍ତି ଯେ, ଧୈର୍ଯ୍ୟ ରଖନ୍ତୁ ଏହା ସହ କେଉଁ କାରଣ ଯୋଗୁ ଚାଷୀ ଜଣଙ୍କ ମୃତ୍ୟୁବରଣ କଲେ ତାହାର ତଦନ୍ତ କରିବାକୁ ଉପସ୍ଥିତ ଥିବା ପ୍ରସାଶନିକ ଅଧିକାରୀମାନଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ ଏହା ସହ ଉକ୍ତ ପରିବାରକୁ ରାଜ୍ୟ ସରକାରଙ୍କ ତରଫରୁ ସମସ୍ତ ସହାୟତା ପ୍ରଦାନ କରାଯିବ ବୋଲି ଛତ୍ରପୁର ବିଧାୟକ ଗଣମାଧ୍ୟମକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri