ନଦୀପାରବେଳେ ପ୍ରବଳ ଜଳସ୍ରୋତରେ ଭାସିଗଲେ ଚାଷୀ

ଦିଗପହଣ୍ଡି,୮ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ନୂଆଗଡ଼ ଗ୍ରାମ ନିକଟ ଦେଇ ପ୍ରବାହିତ ଘୋଡ଼ାହାଡ ନଦୀର ପ୍ରଖର ଜଳସ୍ରୋତରେ ଭାସି ଜଣେ ଚାଷୀ ମୃତ୍ୟୁବରଣ କରିଛନ୍ତି। ମୃତକ ଜଣକ ହେଲେ ନୂଆଗଡ଼ ଗ୍ରାମର ଅରକ୍ଷିତ ପ୍ରଧାନ (୭୦)। ଅରକ୍ଷିତ ବୁଧବାର ସକାଳ ପ୍ରାୟ ୬ଟାରେ ଚାଷଜମିରେ କାମ କରିବାକୁ ନଦୀ ପାର ହୋଇ ଯାଉଥିବା ବେଳେ ଅସାବଧାନତା କାରଣରୁ ସେ ନଦୀର ପ୍ରଖର ସ୍ରୋତରେ ଭାସି ନିଖୋଜ ହୋଇଯାଇଥିଲେ। ଆଖପାଖରେ ଥିବା ଲୋକେ ତାଙ୍କୁ ନଦୀ ପାଣିରୁ ଉଦ୍ଧାର କରିବାରେ ବିଫଳ ହେବାପରେ ଦିଗପହଣ୍ଡି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ କର୍ମଚାରୀମାନେ ଦୀର୍ଘ ଏକ ଘଣ୍ଟାର ପରିଶ୍ରମ ପରେ ନଦୀଗଣ୍ଡରୁ ତାଙ୍କୁ ଅଚେତ ଅବସ୍ଥାରେ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଅରକ୍ଷିତଙ୍କ ପୁଅ ବାସୁଦେବ ପ୍ରଧାନ ଏନେଇ ଦିଗପହଣ୍ଡି ଥାନାରେ ଏତଲା ଦେବା ପରେ ଥାନା ଅପମୃତ୍ୟୁ ମାମଲା ନଂ.୪୦/୨୫ ଅନୁଯାୟୀ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଥିଲେ। ବ୍ୟବଚ୍ଛେଦ ହେବା ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯାଇଥିଲା। ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଛି।

Dharitri – Odisha’s No.1, Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧୯ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ: ବିଜୟ ସହ ଭାରତର ଅଭିଯାନ ଆରମ୍ଭ

ପୋଖରା, ୩୧ା୧:ସ୍ଥାନୀୟ ପୋଖାରା ରଙ୍ଗଶାଂଳା ଷ୍ଟାଡିୟମରେ ଆୟୋଜକ ନେପାଳ ବିପକ୍ଷରେ ୧-୦ ଗୋଲ୍‌ରେ ବିଜୟ ହାସଲ କରି ଭାରତ ୧୯ ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ…

ଇଶାନଙ୍କ ବିସ୍ଫୋରକ ଶତକ: ୪-୧ରେ ଭାରତର ସିରିଜ ବିଜୟ

ଥିରୁଭାନନ୍ତପୁରମ,୩୧ା୧- ଇଶାନ କିଶନଙ୍କ ବିସ୍ଫୋରକ ଶତକ ଓ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ସହ ଦ୍ରୁତ ୧୩୭ ରନର ଭାଗୀଦାରି ଏବଂ ଅର୍ଶଦୀପଙ୍କ ୫ ଉଇକେଟ ସଫଳତାକୁ ପାଥେୟ…

ମାଗଣାରେ ରୋଗୀଙ୍କୁ ମେଡିକାଲ ନେବାକୁ ନିଆରା ପ୍ରୟାସ: ଅଟୋ ଶୁଭାରମ୍ଭ କଲେ ବିଡିଓ

ବିଷମକଟକ,୩୧।୧ (ପ୍ରସନ୍ନ କୁମାର ପଣ୍ଡା) : ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ହାଟ ମୁନିଗୁଡ଼ା ପଞ୍ଚାୟତରେ ରୋଗୀ ସେବା ଯୋଗାଇଦେବାକ ଏକ ଛୋଟ ପ୍ରୟାସ କରାଯାଇଛି।…

ନଳିନୀ ବିଦ୍ୟା ମନ୍ଦିରରେ ଝାଡ଼ାବାନ୍ତି ଆତଙ୍କ: ଜଣେ ଛାତ୍ରୀ ମୃତ, ୪୦ ଗୁରୁତର

ବିଷମ କଟକ, ୩୧।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ଚାଟିକଣା ପଞ୍ଚାୟତରେ ମଙ୍ଗଳ ବିଭାଗ ଦ୍ୱାରା ପରିଚାଳନିତ ନଳିନୀ ବିଦ୍ୟାମନ୍ଦିରର ହଷ୍ଟେଲରେ ଶୁକ୍ରବାରଠାରୁ…

ଖଣି ଭୁଶୁଡ଼ି ଚାଲିଗଲା ୨୦୦ ଲୋକଙ୍କ ଜୀବନ, ପଶି ରହିଛନ୍ତି ଅନେକ…

ଗୋମା(କଙ୍ଗୋ),୩୧ା୧ପୂର୍ବ କଙ୍ଗୋର କୋଲଟାନ ଖଣି ଅଞ୍ଚଳରେ କେତେକ ଖଣି ଭୁଶୁଡ଼ିପଡ଼ିବାରୁ ଅନୂ୍ୟନ ୨୦୦ ଲୋକଙ୍କ ମୃତ୍ୟୁ ଘଟିଥିବା ଶନିବାର ବିଦ୍ରୋହୀ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏମ୍‌୨୩…

ଦାରିଙ୍ଗବାଡ଼ି ପ୍ରଶଂସାରେ ଶତମୁଖ ବିଦେଶୀ ପର୍ଯ୍ୟଟକ: ସାଇକେଲରେ ବୁଲିଲେ, ଇକୋ ରିଟ୍ରିଟ୍‌ରେ…

ଦାରିଙ୍ଗବାଡି, ୩୧।୧ (ଅରୁଣ ସାହୁ): ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନ କ୍ଷେତ୍ର ମଧ୍ୟରୁ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଟିଏ। ଏଠାକୁ ବୁଲି ଆସିବାକୁ ବିଦେଶୀ ପର୍ଯ୍ୟଟକଙ୍କ ଆଗ୍ରହ ପୁଣି…

ଅନାସ୍ଥା ପରେ ଖାଲି ପଡ଼ିଥିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ: ଉପାଧ୍ୟକ୍ଷ ବିଶ୍ୱନାଥଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ୱ

ଗୁଣପୁର,୩୧।୧(ସଂକେତ ପାତ୍ର)- ଅନାସ୍ଥା ପ୍ରସ୍ତାବ ଗୃହୀତ ହେବା ପରେ ଲକ୍ଷ୍ମୀ ଶବରଙ୍କ ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ ଗତ ୨୨ତାରିଖର ରଦ୍ଦ ହୋଇଥିଲା। ଏହାପରେ…

ଖାଦ୍ୟ ପରିବେଷଣରେ ବିଳମ୍ବ ହେବାରୁ ସଂଘର୍ଷ: ଗଡ଼ିଲା ୨ ମୁଣ୍ଡ

ଗାଜିଆବାଦ,୩୧ା୧: ଗାଜିଆବାଦର ଏକ ଭୋଜନାଳୟରେ ଖାଦ୍ୟ ପରିବେଷଣରେ ବିଳମ୍ବକୁ ନେଇ ବିବାଦ ଦେଖାଦେବା ସହ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri