ନଦୀପାରବେଳେ ପ୍ରବଳ ଜଳସ୍ରୋତରେ ଭାସିଗଲେ ଚାଷୀ

ଦିଗପହଣ୍ଡି,୮ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ନୂଆଗଡ଼ ଗ୍ରାମ ନିକଟ ଦେଇ ପ୍ରବାହିତ ଘୋଡ଼ାହାଡ ନଦୀର ପ୍ରଖର ଜଳସ୍ରୋତରେ ଭାସି ଜଣେ ଚାଷୀ ମୃତ୍ୟୁବରଣ କରିଛନ୍ତି। ମୃତକ ଜଣକ ହେଲେ ନୂଆଗଡ଼ ଗ୍ରାମର ଅରକ୍ଷିତ ପ୍ରଧାନ (୭୦)। ଅରକ୍ଷିତ ବୁଧବାର ସକାଳ ପ୍ରାୟ ୬ଟାରେ ଚାଷଜମିରେ କାମ କରିବାକୁ ନଦୀ ପାର ହୋଇ ଯାଉଥିବା ବେଳେ ଅସାବଧାନତା କାରଣରୁ ସେ ନଦୀର ପ୍ରଖର ସ୍ରୋତରେ ଭାସି ନିଖୋଜ ହୋଇଯାଇଥିଲେ। ଆଖପାଖରେ ଥିବା ଲୋକେ ତାଙ୍କୁ ନଦୀ ପାଣିରୁ ଉଦ୍ଧାର କରିବାରେ ବିଫଳ ହେବାପରେ ଦିଗପହଣ୍ଡି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ କର୍ମଚାରୀମାନେ ଦୀର୍ଘ ଏକ ଘଣ୍ଟାର ପରିଶ୍ରମ ପରେ ନଦୀଗଣ୍ଡରୁ ତାଙ୍କୁ ଅଚେତ ଅବସ୍ଥାରେ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଅରକ୍ଷିତଙ୍କ ପୁଅ ବାସୁଦେବ ପ୍ରଧାନ ଏନେଇ ଦିଗପହଣ୍ଡି ଥାନାରେ ଏତଲା ଦେବା ପରେ ଥାନା ଅପମୃତ୍ୟୁ ମାମଲା ନଂ.୪୦/୨୫ ଅନୁଯାୟୀ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଥିଲେ। ବ୍ୟବଚ୍ଛେଦ ହେବା ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯାଇଥିଲା। ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଛି।

Dharitri – Odisha’s No.1, Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ଗାଜଲବାଡ଼ି ଘାଟିରେ ୨ ଟ୍ୟାଙ୍କର ଫସିବା ଯୋଗୁ ଯାତାୟାତ ଠପ୍: ରାତିସାରା ଘାଟି ରାସ୍ତାରେ ଅଟକି ରହିଲେ ଶହ ଶହ ଯାତ୍ରୀ

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓ ବାଲିଗୁଡ଼ାକୁ ସଂଯୋଗ କରୁଥିବା ୫୯ ନମ୍ବର ଗୋପାଳପୁର-ରାଇପୁର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶନିବାର ବିଳମ୍ବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?