ଶୌଚ ପାଇଁ ଯାଇଥିଲେ ଚାଷୀ, ବୁଦାମୂଳେ ଛକିଥିଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ମହାକାଳପଡ଼ା, ୨୫ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ):ନଦୀକୁ ଶୌଚ ହେବା ପାଇଁ ଯାଇଥିବା ବେଳେ ଜଣେ ଚାଷୀ କୁମ୍ଭୀର ଆକ୍ରମଣର ଶିକାର ହୋଇଛନ୍ତି। ଜୀବନ ବଞ୍ଚାଇବାକୁ ଯାଇ କୁମ୍ଭୀର ସହିତ ପାଣିରେ ୧୦ ମିନିଟ୍‌ ସଂଘର୍ଷ କରି ମଙ୍ଗଳବାର ମୃତ୍ୟୁମୁଖରୁ ବଞ୍ଚତ୍ଛନ୍ତି। ସେ ହେଲେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅରୁଣନଗର ଗ୍ରାମର ପ୍ରଭାତ ମଣ୍ଡଳ (୬୦)।
ପ୍ରଭାତ ରାମଚଣ୍ଡୀ ଗଳିଆ ନଦୀ କୂଳରେ ଚାଷ ଜମିରେ ୨ ଦିନ ତଳେ ଧାନତଳି ପକାଇଥିଲେ। ଏହାକୁ ଦେଖିବାକୁ ଯାଇଥିବା ବେଳେ ଶୌଚ ଲାଗିବାରୁ ନିକଟ ରାମଚଣ୍ଡୀ ଗଳିଆ ନଦୀକୂଳକୁ ଯାଇଥିଲେ। ଏହି ସମୟରେ ବୁଦା ମୂଳେ ଏକ କୁମ୍ଭୀର ହଠାତ୍‌ ତାଙ୍କୁ ଆକ୍ରମଣ କରିଥିଲା। ପ୍ରଭାତ କିଛି ଉପାୟ ନ ପାଇ କୁମ୍ଭୀର ସହ ସଂଘର୍ଷ କରିଥିଲେ। ଜୀବନ ବିକଳରେ ଶେଷରେ ପ୍ରଭାତ ନିଜ ଦୁଇ ଆଙ୍ଗୁଠିକୁ ଜୋରରେ କୁମ୍ଭୀର ଆଖିରେ ଗେଞ୍ଜି ଦେବାରୁ ସେ ଛାଡ଼ି ପାଣିକୁ ଚାଲି ଯାଇଥିଲା। ହେଲେ ପ୍ରଭାତଙ୍କ ହାତ ଓ ଜଂଘରେ ଗଭୀର କ୍ଷତ ଯୋଗୁ ରକ୍ତସ୍ରାବ ହୋଇଥିଲା। କିଛି ଦୂରରେ ଥିବା ଲୋକମାନେ ତାଙ୍କୁ ଉଦ୍ଧାର କରି ମହାକାଳପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ତାଙ୍କ ହାତରେ ୧୦ଟି ଷ୍ଟିଚ ଓ ଜଂଘରେ ୪ଟି ଷ୍ଟିଚ ପଡ଼ିଛି। ତୁରନ୍ତ ବନ ବିଭାଗ ପକ୍ଷରୁ ସରକାରୀ ସହାୟତା ଦେବାକୁ ସ୍ଥାନୀୟ ଲୋକମାନେ ଦାବି କରିଛନ୍ତି। ଏ ସଂକ୍ରାନ୍ତରେ ମହାକାଳପଡ଼ା ରେଞ୍ଜ ଅଧିକାରୀ ଶାନ୍ତନୁ କୁମାର ଦଳାଇଙ୍କୁ ପଚାରିବାରେ ଖବର ମିଳିନାହିଁ। ଆହତ ଚାଷୀ ସମସ୍ତ ରିପୋର୍ଟ ଦାଖଲ କରିବା ପରେ ଆଇନ ଅନୁସାରେ ସରକାରୀ ସହାୟତା ଯୋଗାଇ ଦିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri