ଶୌଚ ପାଇଁ ଯାଇଥିଲେ ଚାଷୀ, ବୁଦାମୂଳେ ଛକିଥିଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ମହାକାଳପଡ଼ା, ୨୫ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ):ନଦୀକୁ ଶୌଚ ହେବା ପାଇଁ ଯାଇଥିବା ବେଳେ ଜଣେ ଚାଷୀ କୁମ୍ଭୀର ଆକ୍ରମଣର ଶିକାର ହୋଇଛନ୍ତି। ଜୀବନ ବଞ୍ଚାଇବାକୁ ଯାଇ କୁମ୍ଭୀର ସହିତ ପାଣିରେ ୧୦ ମିନିଟ୍‌ ସଂଘର୍ଷ କରି ମଙ୍ଗଳବାର ମୃତ୍ୟୁମୁଖରୁ ବଞ୍ଚତ୍ଛନ୍ତି। ସେ ହେଲେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅରୁଣନଗର ଗ୍ରାମର ପ୍ରଭାତ ମଣ୍ଡଳ (୬୦)।
ପ୍ରଭାତ ରାମଚଣ୍ଡୀ ଗଳିଆ ନଦୀ କୂଳରେ ଚାଷ ଜମିରେ ୨ ଦିନ ତଳେ ଧାନତଳି ପକାଇଥିଲେ। ଏହାକୁ ଦେଖିବାକୁ ଯାଇଥିବା ବେଳେ ଶୌଚ ଲାଗିବାରୁ ନିକଟ ରାମଚଣ୍ଡୀ ଗଳିଆ ନଦୀକୂଳକୁ ଯାଇଥିଲେ। ଏହି ସମୟରେ ବୁଦା ମୂଳେ ଏକ କୁମ୍ଭୀର ହଠାତ୍‌ ତାଙ୍କୁ ଆକ୍ରମଣ କରିଥିଲା। ପ୍ରଭାତ କିଛି ଉପାୟ ନ ପାଇ କୁମ୍ଭୀର ସହ ସଂଘର୍ଷ କରିଥିଲେ। ଜୀବନ ବିକଳରେ ଶେଷରେ ପ୍ରଭାତ ନିଜ ଦୁଇ ଆଙ୍ଗୁଠିକୁ ଜୋରରେ କୁମ୍ଭୀର ଆଖିରେ ଗେଞ୍ଜି ଦେବାରୁ ସେ ଛାଡ଼ି ପାଣିକୁ ଚାଲି ଯାଇଥିଲା। ହେଲେ ପ୍ରଭାତଙ୍କ ହାତ ଓ ଜଂଘରେ ଗଭୀର କ୍ଷତ ଯୋଗୁ ରକ୍ତସ୍ରାବ ହୋଇଥିଲା। କିଛି ଦୂରରେ ଥିବା ଲୋକମାନେ ତାଙ୍କୁ ଉଦ୍ଧାର କରି ମହାକାଳପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ତାଙ୍କ ହାତରେ ୧୦ଟି ଷ୍ଟିଚ ଓ ଜଂଘରେ ୪ଟି ଷ୍ଟିଚ ପଡ଼ିଛି। ତୁରନ୍ତ ବନ ବିଭାଗ ପକ୍ଷରୁ ସରକାରୀ ସହାୟତା ଦେବାକୁ ସ୍ଥାନୀୟ ଲୋକମାନେ ଦାବି କରିଛନ୍ତି। ଏ ସଂକ୍ରାନ୍ତରେ ମହାକାଳପଡ଼ା ରେଞ୍ଜ ଅଧିକାରୀ ଶାନ୍ତନୁ କୁମାର ଦଳାଇଙ୍କୁ ପଚାରିବାରେ ଖବର ମିଳିନାହିଁ। ଆହତ ଚାଷୀ ସମସ୍ତ ରିପୋର୍ଟ ଦାଖଲ କରିବା ପରେ ଆଇନ ଅନୁସାରେ ସରକାରୀ ସହାୟତା ଯୋଗାଇ ଦିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁସିର ଦେଶ ଭୁଟାନ

ଭୁଟାନକୁ ଖୁସିର ଦେଶ କୁହାଯାଏ। ଏହି ଦେଶର ଜନସାଧାରଣ ବୌଦ୍ଧଧର୍ମକୁ କେବଳ ଗ୍ରହଣ କରିନାହାନ୍ତି ସେମାନେ ଏହାକୁ ନିଜର ନୀତିଦିନର ବ୍ୟବହାର, କାର୍ଯ୍ୟକଳାପ ଓ ଜୀବନଶୈଳୀରେ ପରିଣତ…

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

ମନର ବିଜୟରେ ଜଗତ ବିଜୟ ସମ୍ଭବ: ସକରାତ୍ମକ ତତ୍ତ୍ୱକୁ ସ୍ବାଗତ କରିବାକୁ ଆହ୍ବାନ

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବ୍ରହ୍ମାକୁମାରୀ ପ୍ରଭୁ ମିଳନ ଭବନ ପକ୍ଷରୁ ସ୍ଥାନୀୟ ପୁଞ୍ଜିକୟାଁ ଛକ ନନ୍ଦିଘୋଷ କଲ୍ୟାଣ ମଣ୍ଡପଠାରେ ଶାନ୍ତି ଶିବିର ପ୍ରବଚନ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍‌

କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର…

୨ ଛାତ୍ରବତ୍ସଳ ଶିକ୍ଷକଙ୍କ ଅବସର: ବିଦ୍ୟାଳୟ ପ୍ରତି ନିଷ୍ଠାକୁ ଭୂୟସୀ ପ୍ରଶଂସା

କେସିଙ୍ଗା,୧।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନୁର୍ଗତ ବାଲସି ଗ୍ରାମ ଅଧିନସ୍ଥ ଜବହାର ଉଚ୍ଚ ବିଦ୍ୟାପୀଠ-କର ଦୁଇଜଣ ଶିକ୍ଷକ ଚାକିରିରୁ ଅବସର ନେଇଛନ୍ତି। ଏହି ଉପଲକ୍ଷେ…

ଛାତ୍ରୀଛାତ୍ରଙ୍କ ପ୍ରେରଣାର ଉତ୍ସ ଥିଲେ ଶଙ୍କର ପ୍ରସାଦ: ସୁପ୍ରଶାସକଙ୍କ ଭାବପୂର୍ଣ୍ଣ ଅବସର

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜର ଅଧ୍ୟକ୍ଷ ମେଜର୍‌ ଡ. ଶଙ୍କର ପ୍ରସାଦ ଅଧିକାରୀଙ୍କୁ ତାଙ୍କର…

କାହିଁ ଆମର ସ୍ବାଭିମାନ

ବେଳେ ବେଳେ ମନେହୁଏ, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଏତେ ବର୍ଷ ପରେ ଆମେ ଓଡ଼ିଶାର ଅଧିବାସୀ ତଥା ଓଡ଼ିଆ ଭାଷାଭାଷୀମାନେ ସାମଗ୍ରିକ ଭାବରେ ଆମ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri