ଜଙ୍ଗଲକୁ ଯାଇ ଘରକୁ ଫେରି ନ ଥିଲେ ଚାଷୀ, ଆଜି ମିଳିଲା ମୃତଦେହ

ରିଆମାଳ,୪ା୬(ବଦ୍ରୀ ନାରାୟଣ ଅଗ୍ରଓ୍ବାଲ): ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଚଢେଇମରା ଗ୍ରାମ ଜଙ୍ଗଲରୁ ଗୁରୁବାର ଜଣେ ବ୍ୟକ୍ତିଙ୍କ କ୍ଷତବିକ୍ଷତ ମୃତଦେହ ଜବତ ହୋଇଛି। ମୃତବ୍ୟକ୍ତି ଜଣକ ଚଢେଇମରା ଗ୍ରାମର ଚାଷୀ ପ୍ରଫୁଲ୍ଲ ବେହେରା(୫୫) ବୋଲି ଜଣାପଡ଼ିଛି। ସେହିପରି ପାରିପାର୍ଶ୍ୱିକ ପରିସ୍ଥତିରୁ ହାତୀ ଆକ୍ରମଣରେ ପ୍ରଫୁଲ୍ଲଙ୍କ ମୃତ୍ୟୁ ଘଟିଥିବା ବନ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି।

ସୂଚନାନୁଯାୟୀ, ଚଢେଇମରା ଗ୍ରାମର ସ୍ବର୍ଗତଃ କଡୁ ବେହେରାଙ୍କ ପୁଅ ପ୍ରଫୁଲ୍ଲ (୫୫)ବୁଧବାର ଅପରାହ୍ନରେ ନିକଟସ୍ଥ ଜଙ୍ଗଲକୁ ଯାଇଥିବା ବେଳେ ଗୁରୁବାର ଘରକୁ ଫେରି ନ ଥିଲେ। ଫଳରେ ପରିବାର ଲୋକେ ବ୍ୟସ୍ତ ବିବ୍ରତ ହୋଇପଡିବା ସହ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ ମଧ୍ୟ ପ୍ରଫୁଲ୍ଲଙ୍କର ସନ୍ଧାନ ମିଳିନଥିଲା।

ଅନ୍ୟପକ୍ଷରେ କିଛିଦିନ ହେଲା ନିକଟସ୍ଥ ଚଢେଇମରା ଜଙ୍ଗଲରେ ବହୁ ସଂଖ୍ୟକ ହାତୀ ବିଚରଣ କରୁଥିବାରୁ କୌଣସି ଅଘଟଣ ଘଟିଥିବା ଆଶଙ୍କା କରିବା ସହ ଏନେଇ ଗ୍ରାମବାସୀ ଓ ବନ ବିଭାଗର ସହାୟତା ଲୋଡ଼ିଥିଲେ। ଗୁରୁବାର ବନ ବିଭାଗ କର୍ମଚାରୀ ଓ ଗ୍ରାମବାସୀ ମିଳିତ ଭାବେ ଉକ୍ତ ଜଙ୍ଗଲ ମଧ୍ୟରେ ଖୋଜାଖୋଜି କରିବାରୁ ସେଠାରେ ପ୍ରଫୁଲ୍ଲଙ୍କର କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଥିଲା। କୁଣ୍ଢେଇଗୋଳା ଫରେଷ୍ଟର ମନ୍ମଥ ବେହେରା ଓ ଅନ୍ୟ ବନ କର୍ମଚାରୀ ଘଟଣାସ୍ଥଳରୁ ପ୍ରଫୁଲ୍ଲଙ୍କ ମୃତଦେହ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ପାଇଁ ପ୍ରକ୍ରିୟା ଆରମ୍ଭ କରିଥିବା ଜଣାପଡ଼ିଛି। ପ୍ରଫୁଲ୍ଲଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ସେଠାରେ ଅଞ୍ଚଳର ଶତାଧିକ ଜନସାଧାରଣ ପହଞ୍ଚିଥିଲେ। ଫଳରେ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତମ ରାଷ୍ଟ୍ର ଗଠନ ପାଇଁ ଉତ୍ତମ ସାହିତ୍ୟ ଚେତନା ଜରୁରୀ

ଭଞ୍ଜନଗର,୨୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଳକ୍ ଶାସନ ପଞ୍ଚାୟତ ଅନ୍ତର୍ଗତ ବଡ଼ଦୋଡଙ୍ଗା ଗ୍ରାମରେ ବୁଧବାର ଏକ କବିତା ଆସର ଏବଂ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି।…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଲେ ସୋନମ ୱାଙ୍ଗଚୁକ୍, ଅନଶନ ସମାପ୍ତ କରିବାକୁ ରଖିଲେ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଛନ୍ତି ସୋନମ ୱାଙ୍ଗଚୁକ୍ । ଅନଶନ ସମାପ୍ତ କରିବା ପାଇଁ କେତେକ ଦାବି ଉପସ୍ଥାପନ କରିଛନ୍ତି । ଆତ୍ମହତ୍ୟା ଦ୍ୱାରା ମୃତ୍ୟୁବରଣ…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

ରାଜନୀତିରେ ହଲଚଲ୍! ସରକାରଙ୍କ ଆଗରେ ୩ ଦାବି ରଖିଲେ ରାହୁଲ, ଜାଣିଲେ….

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପେପର ଲିକ୍ ଏବଂ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ସମ୍ପର୍କରେ ଦିଲ୍ଲୀର ଇନ୍ଦିରା ଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି…

‘ମୋତେ ଘୋଷାଡି ନେଉଥିବା ପୋଲିସ କହିଲା, ଏ ସରକାରକୁ ହଟାନ୍ତୁ’, ରାହୁଲଙ୍କ ବିସ୍ଫୋରକ ବୟାନ

ନୂଆଦିଲ୍ଲୀ,୨୨।୭: ଲୋକ ସଭାର ବିରୋଧୀ ଦଳ ନେତା , କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ନିଟ୍ (NEET) ପରୀକ୍ଷାରେ ପେପର୍ ଲିକ୍, ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ଏବଂ ଶିକ୍ଷା…

CJP ଆନ୍ଦୋଳନରେ ପେଲେଟ୍ ଗନ୍ ଫାୟାରିଂ? ସତ କହିଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଦିଲ୍ଲୀର ଜନ୍ତର-ମନ୍ତରରୁ ସଂସଦ ମାର୍ଚ୍ଚ ପାଇଁ ଆହ୍ୱାନ ଦିଆଯାଇଥିଲା। ଏହି ସମୟରେ ପୋଲିସ ଏବଂ ପ୍ରଦର୍ଶନକାରୀଙ୍କ…

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri