Posted inଜାତୀୟ

କୃଷକଙ୍କ ପକ୍ଷରୁ ଦେଶବ୍ୟାପୀ ୪ ଘଣ୍ଟିଆ ରେଳ ରୋକ ଆନ୍ଦୋଳନ

ନୂଆଦିଲ୍ଲୀ,୧୮ ।୨: କୃଷକ ସଙ୍ଗଠନ ପକ୍ଷରୁ ଗୁରୁବାର ଦେଶବ୍ୟାପୀ ୪ ଘଣ୍ଟିଆ ରୋଳରୋକ ଆନ୍ଦୋଳନ ଡାକରା ଦିଆଯାଇଛି । କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ଏହି ଆନ୍ଦୋଳନ ଡାକରା ଦିଆଯାଇଛି । କିଷାନ ଆନ୍ଦୋଳନ କମିଟି ଗାଜିପୁର ବର୍ଡରରେ ପ୍ରବକ୍ତା ଜଗତାର ସିଂ ବାଜୱା କହିଛନ୍ତି ଏହି ‘ରେଳ ରୋକ’ ଗୁରୁବାର ମଧ୍ୟାହ୍ନ ୧୨ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଚାଲିବ । ଏହାକୁ ଶାନ୍ତିପୂର୍ଣ୍ଣ ଢଙ୍ଗରେ ପାଳନ କରିବାକୁ ନିର୍ଦ୍ଦେଶ ରହିଛି । ଏଥିରେ ଯାତ୍ରୀମାନଙ୍କର ଯେଭଳି କୌଣସି ଅସୁବିଧା ନ ହେବ ସେଥିପ୍ରତି ମଧ୍ୟ ଧ୍ୟାନ ଦିଆଯିବ ବୋଲି ସେ କହିଛନ୍ତି । ସୂଚନାଯୋଗ୍ୟ, କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ବିଭିନ୍ନ ରାଜ୍ୟର କୃଷକ ଗତ ପାଖାପାଖି ୩ ମାସ ହେବ ଦିଲ୍ଲୀର ବିଭିନ୍ନ ସୀମାରେ ଆନ୍ଦୋଳନରେ ବସିଥିବା ବେଳେ ସରକାରଙ୍କ ପକ୍ଷରୁ ଏହାର କୌଣସି ସମାଧାନ ବାହାରି ପାରୁ ନାହିଁ । ଜାନୁୟାରୀ ୨୬ରେ ଏହାକୁ ନେଇ କୃଷକମାନଙ୍କ ପକ୍ଷରୁ ଟ୍ରାକ୍ଟର ରାଲି ବି ବାହାରି ସାରିଛି । ପ୍ରାୟ ୭ ଥର କୃଷକନେତା ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ କୃଷି ଆଇନକୁ ନେଇ କଥା ହୋଇଥିଲେ ମଧ୍ୟ ଏହାର ସମାଧାନ ଏପର୍ଯ୍ୟନ୍ତ ବାହାରି ପାରିନାହିଁ । ଏବେ କୃଷକଙ୍କ ପକ୍ଷରୁ ଦାବି କରାଯାଇଛି ଯେ କେନ୍ଦ୍ର ସରକାର ଏହି ଆଇନକୁ ସମ୍ପୂର୍ଣ୍ଣ ଭାବେ ଉଠାଇ ଦିଅନ୍ତୁ । କିନ୍ତୁ ସରକାର ଏଥିରେ ସହମତି ପ୍ରକାଶ କରୁ ନାହାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିଦେଶୀ ମଦ ଦୋକାନ ଉପରେ ବୋମାମାଡ଼ କରି ଫେରାର ହୋଇଗଲେ ଦୁର୍ବୃତ୍ତ, ପୁରୁଣା କର୍ମଚାରୀଙ୍କ…

କୋଣାର୍କ,୧୧ା୭(ଜ୍ୟୋତିରାଜ ମହାନ୍ତି): କୋଣାର୍କ ବସ୍‌ଷ୍ଟାଣ୍ଡ ନିକଟରେ ନୂତନ କରି ଖୋଲିଥିବା ବିଦେଶୀ ମଦ ଦୋକାନକୁ ଜଣେ ଦୁର୍ବୃତ୍ତ ଶନିବାର ପୂର୍ବାହ୍ନରେ ତିନୋଟି ବୋମାମାଡ଼ କରି ଫେରାର ହୋଇଯାଇଥିବାବେଳେ…

ଗୋଟିଏ ମଫଲର ନେଇ ନ୍ୟୁଜିଲାଣ୍ଡ ଯାଇଛନ୍ତି ମୋଦି: ପଛରେ ରହିଛି ରୋଚକ କାହାଣୀ

ନୂଆଦିଲ୍ଲୀ,୧୧।୭: ପ୍ରଧାନମନ୍ତ୍ରୀ ମୋଦି ନ୍ୟୁଜିଲାଣ୍ଡରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ଆଜି ୪୦ ବର୍ଷ ପରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ନ୍ୟୁଜିଲାଣ୍ଡ ଗସ୍ତ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି: କଡ଼ା ପଦକ୍ଷେପ ନେଲେ ମୁଖ୍ୟମନ୍ତ୍ରୀ, SCERT ନିର୍ଦ୍ଦେଶକଙ୍କୁ ଏଫ୍‌ଆଇଆର୍‌ ଦାୟର କରିବାକୁ କହି…

ଭୁବନେଶ୍ୱର,୧୧ା୭(ସୁନିତ୍‌ ମିଶ୍ର): ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ତ୍ରୁଟି ଘଟଣାକୁ ଗମ୍ଭୀରତାର ସହ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏ ସମ୍ପର୍କରେ…

ଅଷ୍ଟ୍ରେଲିଆରେ ଏକ ହୋଟେଲ ରୁମ୍‌ର ମୂଲ୍ୟ କେତେ? ଗୋଟିଏ ସପ୍ତାହ ରହିଲେ କେତେ ଖର୍ଚ୍ଚ ହୁଏ ଜାଣନ୍ତୁ…

ନୂଆଦିଲ୍ଲୀ/କାନ୍‌ବେରା,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ତିନି-ରାଷ୍ଟ୍ରୀୟ ଗସ୍ତରେ ଅଷ୍ଟ୍ରେଲିଆରେ ପହଞ୍ଚିଥିଲେ। ଯାହା ଦେଶ ବିଷୟରେ ଅଧିକ ଜାଣିବା ପାଇଁ ଇଚ୍ଛାକୁ ବୃଦ୍ଧି କରିଥିଲା। ଅନେକ ଲୋକ…

BCCI ଡାକିଲା ଜରୁରୀ ବୈଠକ; ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା; ରୋହିତ-ବିରାଟ, ଏବଂ ଗମ୍ଭୀର-ଆୟରଙ୍କ ସମ୍ପର୍କରେ ପ୍ରମୁଖ ନିଷ୍ପତ୍ତି ଆଶା କରାଯାଉଛି

ନୂଆଦିଲ୍ଲୀ,୧୧।୭: ଭାରତୀୟ କ୍ରିକେଟରେ ସବୁକିଛି ଠିକ ଅଛି କି? ଏହା ବର୍ତ୍ତମାନ ଏକ ପ୍ରମୁଖ ପ୍ରଶ୍ନ ପାଲଟିଛି। ଭାରତୀୟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ…

ମିଷ୍ଟ୍ରି ଗର୍ଲଙ୍କ ସହ ଭାଇରାଲ ହେଉଛି ଶୁବମନ ଗିଲଙ୍କ ଫଟୋ, କିଏ ସେହି ରହସ୍ୟମୟୀ ଝିଅ? ସାରା ତେନ୍ଦୁଲକରଙ୍କୁ ଦେବେ ଟକ୍କର

ନୂଆଦିଲ୍ଲୀ,୧୧।୭: ଟିମ ଇଣ୍ଡିଆର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲ ୱିମ୍ବଲଡନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ତାଙ୍କୁ ସଚିନ ତେନ୍ଦୁଲକର ଏବଂ ତାଙ୍କ ପରିବାର ସହିତ…

TMCକୁ ଆଉ ଏକ ଝଟକା! ମମତାଙ୍କ ଠାରୁ ଅଲଗା ହେବାକୁ ଯାଉଛନ୍ତି ଅନୁବ୍ରତ ମଣ୍ଡଳ

କୋଲକାତା,୧୧।୭: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ବୋଲି ବିବେଚିତ ଅନୁବ୍ରତ ମଣ୍ଡଳ ଏବେ ତାଙ୍କଠାରୁ ଅଲଗା ହୋଇ ରୀତାବ୍ରତ ବାନାର୍ଜୀଙ୍କ ଶିବିରରେ ଯୋଗ ଦେଇପାରନ୍ତି।…

ମୋଦି ରହୁଥିବା ହୋଟେଲରେ ପଶିଲେ ବିକ୍ଷୋଭକାରୀ, ଆଉ ତା’ପରେ…

ମେଲ୍‌ବୋର୍ନ,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ଅଷ୍ଟ୍ରେଲିଆ ଗସ୍ତରେ ଯାଇ ବୁଧବାର ସେଠାରେ ପହଞ୍ଚତ୍ବାର କିଛି ସମୟ ପରେ ମେଲ୍‌ବୋର୍ନର ଏକ ହୋଟେଲରେ ଜଣେ ଅତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri