Posted inଜାତୀୟ

କୃଷକଙ୍କ ଉପରେ ପୋଲିସର ଲାଠିଚାର୍ଜ

ନୂଆଦିଲ୍ଲୀ,୩।୧: ପ୍ରାୟ ମାସେ ହେବ କୃଷି ଆଇନ ବିରୋଧରେ ଚାଷୀଙ୍କ ଆନ୍ଦୋଳନ ଜାରି ରହିଛି। ରବିବାର ହରିୟାଣା ସୀମାରେ ଚାଷୀ ଏବଂ ପୋଲିସ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ଉଭୟଙ୍କ ମଧ୍ୟରେ ସଂଘର୍ଷ ଏତେ ବଢିଗଲା ଯେ ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ପୋଲିସ ଚାଷୀଙ୍କୁ ଲାଠିଚାର୍ଜ କରିବାକୁ ପଡ଼ିଲା। କେବଳ ଏତିକି ନୁହେଁ, ହରିୟାଣା ପୋଲିସ ସେମାନଙ୍କୁ ଅଟକାଇବା ପାଇଁ ଲୁହବୁହା ଗ୍ୟାସ୍‌ ମଧ୍ୟ ଛାଡିଛି। ରାଜପଥରେ ଚାଷୀ ଓ ପୋଲିସ ମଧ୍ୟରେ ସଂଘର୍ଷ ଫଳରେ ୫ କିଲୋମିଟର ପର୍ଯ୍ୟନ୍ତ ଯାନବାହାନ ଅଟକ ରହିଛି। ହରିୟାଣାର ଧାରୁହେଡା ନିକଟରେ ସମସ୍ତ ଆନ୍ଦୋଳନକାରୀ ଚାଷୀଙ୍କୁ ଅଟକାଇ ଦିଆଯାଇଛି। ଏହି ସମସ୍ତ କୃଷକ ଦିଲ୍ଲୀରେ ଚାଲିଥିବା ଆନ୍ଦୋଳନକୁ ସମର୍ଥନ କରିବାକୁ ଯାଇଥିଲେ। ସେମାନେ ହରିୟାଣା ଦେଇ ଦିଲ୍ଲୀରେ ପହଞ୍ଚିବାକୁ ଚାହୁଁଥିଲେ। କିନ୍ତୁ ହରିୟାଣା ପୋଲିସ ସେମାନଙ୍କୁ ଅଟକାଇଛି। ଏହାପୂର୍ବରୁ ଗୁରୁବାର ଦିନ ରାଜସ୍ଥାନର ଏକ କୃଷକ ଦଳ ଶାହାଜାହାନପୁରରେ ରାଜସ୍ଥାନ-ହରିୟାଣା ସୀମାରେ ପ୍ରବେଶ କରିବାକୁ ଚେଷ୍ଟା କରିଥିଲେ। ପ୍ରାୟ ଡର୍ଜନରୁ ଊର୍ଦ୍ଧ୍ୱ ଟ୍ରାକ୍ଟର ବ୍ୟାରିକେଡିଂ ଭାଙ୍ଗି ହରିୟାଣାରେ ପ୍ରବେଶ କରି ଦିଲ୍ଲୀ ଅଭିମୁଖେ ଯାତ୍ରା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ୟନାମରେ ଆକାଉଣ୍ଟ ଖୋଲି ଠକେଇ: ୭ଦିନରେ ଧରାପଡ଼ିଲେଣି ୯ଅଭିଯୁକ୍ତ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଗତ ୧୩ ତାରିଖରୁ ପୋଲିସ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶକ୍ରମେ ସାଇବର କବଚ ଅଭିଯାନ ଚାଲିଛି। ତେବେ ଏହି ଅଭିଯାନକୁ ବରଗଡ଼ ଜିଲା ପୋଲିସ୍‌ ଜୋରଦାର୍‌…

ବିଚ୍‌ ରାସ୍ତାରେ ପଡ଼ିଛି ନବଜାତ ଶିଶୁର ମୃତଦେହ, ଜନ୍ମ ପରେ…

ରାୟଗଡ଼ା,୨୦ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ ପୁଣି ଦେଖିବାକୁ ମିଳିଛି ଏକ ହୃଦୟ ବିଦାରକ ଦୃଶ୍ୟ। ସହରର ଗୋଦାବରୀଶ ନଗର ତଥା ରାୟଗଡ଼ା କଲେଜ ପଛ ପାର୍ଶ୍ୱ ବିଚ୍‌…

ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ଛତ୍ରପୁର,୨୦ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ଛତ୍ରପୁର ଥାନା ଅଧୀନ ରିକାପଲ୍ଲୀ ଗେଟ୍‌ ପାଖରେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି।…

୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯିବା ଘଟଣା: ତଦନ୍ତ ଆରମ୍ଭ କଲା ଯୋଗାଣ ବିଭାଗ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନକିଣାରେ ଫଲ୍ସ ଏଣ୍ଟ୍ରି ଜଣାପଡ଼ିଛି। ୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯାଇଥିବା ଘଟଣା ଜଣାପଡ଼ିବା ପରେ ବରଗଡ଼ ଜିଲା…

ଏଇ ଭାରତରେ

ଆନ୍ଧ୍ରପ୍ରଦେଶ ଅନନ୍ତପୁର ଜିଲାର ମରୁଡ଼ିପ୍ରବଣ ଅଞ୍ଚଳରେ ଭାରତୀୟ ବନ ସେବା ଅଧିକାରୀ(ଆଇଏଫ୍‌ଏସ୍‌) ବିନିତ କୁମାର ଓ ତାଙ୍କ ସ୍ତ୍ରୀ ତଥା ବନ୍ୟପ୍ରାଣୀ ସଂରକ୍ଷକ ରୂପା ଯାଦବ ଜଳାଶୟ…

ଅପରେସନ୍ ବ୍ଲାକ୍‌ ଫରେଷ୍ଟ-୨: ଅଣ୍ଟା ଭିଡ଼ିଛନ୍ତି ୨ହଜାରରୁ ଊର୍ଦ୍ଧ୍ୱ ଯବାନ

ମାଲକାନଗିରି,୨୦।୨: ମାଓବାଦୀଙ୍କ ବିରୋଧରେ ସୁରକ୍ଷାବଳକୁ ମିଳିଛି ଏକ ବଡ଼ ସଫଳତା। ‘ଅପରେସନ୍ ବ୍ଲାକ୍ ଫରେଷ୍ଟ-୨’ରେ ଟଳିଛନ୍ତି ୫ ଜଣ ଦୁର୍ଦ୍ଦାନ୍ତ ମାଓବାଦୀ। ଛତିଶଗଡ଼ ଓ ତେଲଙ୍ଗାନା ସୀମାନ୍ତ…

ଶବ୍ଦଘାତକର ଯୁଗଯନ୍ତ୍ରଣା

ଡାକବାଜି,, ଡିଜେ, ବାଣ ଆଦି ଶବ୍ଦ ପ୍ରଦୂଷଣ ସୃଷ୍ଟିକାରୀ ଉପାଦାନ ଏବେ କେବଳ ଆଉ ପାର୍ବଣ ପାଳନ ମଧ୍ୟରେ ସୀମିତ ରହିନାହିଁ। ସହର ବଜାରରୁ ଆରମ୍ଭ କରି…

ପ୍ଲାଷ୍ଟିକମୟ ପୃଥିବୀ

ପୃଥିବୀ ସମ ଏକ ସୁନ୍ଦର ଗ୍ରହ ନାହିଁ କହିଲେ ଅତ୍ୟୁକ୍ତି ହେବନାହିଁ, ଯେଉଁଠାରେ ଆମେ ଜନ୍ମ ଗ୍ରହଣ କରି ନିଜକୁ ଭାଗ୍ୟବାନ ମନେକରୁ। କାରଣ ପୃଥିବୀ ଆମକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri