ଶ୍ରାବଣରେ ବୈଶାଖୀ ଖରା, ଧାନ ବୁଣି ଚିନ୍ତାରେ ଚାଷୀ

ବୁଗୁଡ଼ା,୮ା୭(କାଳୀଚରଣ ଦାଶ): ଅକ୍ଷୟ ତୃତୀୟାରୁ ଧାନ ବୁଣି ଚାଷୀ ତଳି ପକା ଆରମ୍ଭ କରିଥିବା ବେଳେ ଏ ମଧ୍ୟରେ ତିନି ମାସ ବିତି ଯାଇଥିଲେ ସୁଦ୍ଧା ବର୍ଷାର ଦେଖା ମିଳୁ ନ ଥିବା ଯୋଗୁ ବୁଗୁଡ଼ା ଅଞ୍ଚଳରେ ଚାଷ କାର୍ଯ୍ୟ ଅଟକି ରହିଥିବା ଜଣାଯାଇଛି। ଦୀର୍ଘଦିନ ହେଲା ତଳି ପକାଇ ରହିଥିଲେ ହେଁ ବୃଷ୍ଟିପାତର ଅଭାବ ହେତୁ ଚାଷଜମି ଓଦା ହୋଇ ପାରୁନି କି ଚାଷ କାର୍ଯ୍ୟ ଆରମ୍ଭ ହୋଇପାରୁନି। ଚାଷୀ ଚାତକ ଭଳି ଚାହିଁ ରହିଛି ବର୍ଷାକୁ। ମଝିରେ ମଝିରେ ବୁଗୁଡ଼ା ଅଞ୍ଚଳର କେତେକ ସ୍ଥାନରେ ସ୍ବଳ୍ପ ବୃଷ୍ଟିପାତ ଯୋଗୁ ତଳି ମରୁଡ଼ିରୁ ସାମାନ୍ୟ ଆଶ୍ବସ୍ତି ମିଳିଥିଲେ ସୁଦ୍ଧା କେତେକ ସ୍ଥାନରେ ତଳି ମରୁଡ଼ି ପରିସ୍ଥିତି ସୃଷ୍ଟି ହୋଇଛି। ଚାଷ କାର୍ଯ୍ୟ ଆରମ୍ଭର ଅନିଶ୍ଚିତତା ହେତୁ ଚାଷୀଙ୍କୁ ଚିନ୍ତା ଘାରୁଛି। ବୁଗୁଡ଼ା ଅଞ୍ଚଳର ମୋଟ୍‌ ୧୦,୩୩୦ ହେକ୍ଟର ଚାଷଜମି ମଧ୍ୟରୁ ୫,୫୪୫ ହେକ୍ଟର ଜମି ପାଇଁ କେନାଲ ଯୋଗେ ଜଳସେଚନର ସୁବିଧା ରହିଥିଲେ ହେଁ ପାଣିର ଅଭାବ ଯୋଗୁ ସେଠାରେ ମଧ୍ୟ ଚାଷକାମ ଆଗେଇ ପାରୁନି। ଏ ବର୍ଷ ଜୁନ୍‌ ମାସରେ ୩ ଦିନର ହାରାହାରି ବୃଷ୍ଟିପାତ ୨୧ ମିଲିମିଟର ରହିଥିବା ବେଳେ ଜୁଲାଇ ମାସରେ ୨ ଦିନର ହାରାହାରି ବୃଷ୍ଟିପାତ ୩୦ ମିମି ରହିଥିବା ସରକାରୀ ସୂତ୍ରରୁ ଜଣାଯାଇଛି। ଆଷାଢ଼ ଯାଇ ଶ୍ରାବଣ ହେଲାଣି ତଥାପି ବର୍ଷାର ଦେଖାନାହିଁ। ଧାରା ଶ୍ରାବଣରେ ଝରି ବର୍ଷା ହେବା ବଦଳରେ ହେଉଛି ଟାଇଁଟାଇଁ ମୁଣ୍ଡ ଫଟା ଖରା। ଅଣଜଳସେଚିତ ଅଞ୍ଚଳର ଯେଉଁ କେତେକ ଚାଷୀ ପାଣିପାଗ ବିଭାଗର ଭରସାରେ ପକାଇଥିବା ତଳିର ଅବସ୍ଥା ବିଗିଡ଼ିବାକୁ ବସିଲାଣି। ତେବେ ବୁଗୁଡ଼ା ଅଞ୍ଚଳରେ ବୃଷ୍ଟିପାତର ଅନିଶ୍ଚିତତା ଯୋଗୁ ଚାଷୀଙ୍କ ଖରିଫ ଧାନଫସଲ ଅମଳକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଆମ ପୋଲିସ-ଆମ ସାଥୀ ଅଭିଯାନ: ସାଇବର ସୁରକ୍ଷା ନେଇ ସଚେତନତା

ରାଇକିଆ,୧୩।୮: କନ୍ଧମାଳ ଜିଲା ପୋଲିସର ‘ଆମ ପୋଲିସ-ଆମ ସାଥୀ’ ଅଭିଯାନ ପକ୍ଷରୁ ରାଇକିଆ ବ୍ଲକ ସୁଗଡ଼ାବାଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ ହୋଇଛି। ଥାନା ଅଧିକାରୀ…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri