ଚାଷୀଙ୍କୁ ବିହନ ନ ବାଣ୍ଟି ନଷ୍ଟ ହେଉଛି

ଖଇରପୁଟ,୧୧ା୮(ଡି.ଏନ୍‌.ଏ.):ମାଲକାନଗିରି ଜିଲାର କୁଡୁମୁଲୁଗୁମ୍ମା, କୋରକୋଣ୍ଡା ଏବଂ ଚିତ୍ରକୋଣ୍ଡାର ସ୍ବାଭିମାନ ଅଞ୍ଚଳରେ ୫୮ଟି ଗ୍ରାମରେ ଆଦିମ ଜନଜାତି ଡିଡାଇ ସମ୍ପ୍ରଦାୟର ଲୋକେ ବସବାସ କରୁଛନ୍ତି। ଏହି ସମ୍ପଦାୟର ୨୦ ହଜାରରୁ ଊଦ୍ଧର୍‌ବ ଲୋକଙ୍କ ବିକାଶ ଲାଗି ଡିଡାଇ ଉନ୍ନୟନ ସଂସ୍ଥା ଗଠିତ ହୋଇଛି। ଏହି ସମ୍ପ୍ରଦାୟର ଲୋକ ଚାଷ ଉପରେ ନିର୍ଭର କରୁଥିବାରୁ ସେମାନଙ୍କୁ ଉନ୍ନତ କିସମର ବିହନ ଯୋଗାଇବାକୁ ସରକାର ବ୍ୟବସ୍ଥା କରିଛନ୍ତି। ହେଲେ ଚାଷୀଙ୍କୁ ବିହନ ବଣ୍ଟନରେ ବ୍ୟାପକ ଅନିୟମିତା ହେଉଛି। ଏପରି କି ଚାଷୀଙ୍କ ଉଦ୍ଦେଶ୍ୟରେ ଆସୁଥିବା ବିହନକୁ ନ ବାଣ୍ଟି ନଷ୍ଟ କରାଯାଉଥିବା ସ୍ଥାନୀୟଅଞ୍ଚଳର ଚାଷୀ ରାମ ପାଙ୍ଗି, ମନୋ ବିଶୋୟୀ ପ୍ରମୁଖ ଅଭିଯୋଗ କରିଛନ୍ତି।
ଡିଡାଇ ସମ୍ପ୍ରଦାୟର ଲୋକମାନେ ମୁଖ୍ୟତଃ ଧାନ, ମାଣ୍ଡିଆ, ଅଦା, ହଳଦୀ, ସୁଆଁ, କନ୍ଦମୂଳ ଆଦି ଖାଦ୍ୟଶସ୍ୟ ଉତ୍ପାଦନ କରି ବଜାରରେ ବିକି ଚଳିଥାନ୍ତି। ଏମାନଙ୍କ ଉନ୍ନତି ନିମନ୍ତେ ଡିଡାଇ ଉନ୍ନୟନ ସଂସ୍ଥାର ଏକ କାର୍ଯ୍ୟାଳୟ କୁଡୁମୁଲୁଗୁମ୍ମାରେ କାର୍ଯ୍ୟ କରୁଛି। ଏହି ସଂସ୍ଥା ଡିଡାଇ ଅଧିବାସୀ ବସବାସ କରୁଥିବା ଗ୍ରାମକୁ ରାସ୍ତାଘାଟ ସହ ଏମାନଙ୍କ ବିକାଶ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛି। ଏହି ଆଦିମ ଜନଜାତିଙ୍କ ପାଇଁ ଓଡ଼ିଶା ବିକାଶ ନିର୍ବାହ ପ୍ରକଳ୍ପ(ଓପିଲିପି) ମାଧ୍ୟମରେ ୫୮ଟି ଗ୍ରାମରେ ଗ୍ରାମ୍ୟ ଉନ୍ନୟନ ସମିତି (ଭିଡିସି) କାର୍ଯ୍ୟ କରୁଛି। ହେଲେ ପ୍ରକଳ୍ପ କର୍ତ୍ତୃପକ୍ଷଙ୍କ ଉଦାସୀନତା ଯୋଗୁ ଏହି ଜନଜାତିର ଲୋକେ ଅବହେଳିତ ହୋଇ ରହିଛନ୍ତି। ଏପରି କି ଅଦା ହଳଦୀ, କନ୍ଦମୂଳ ଇତ୍ୟାଦି ବିହନ ଡିଡାଇ ଲୋକଙ୍କୁ ପ୍ରଦାନ କରା ନ ଯାଇ ଏଣେତେଣେ ଫିଙ୍ଗିବା ପରି ପକାଇ ରଖାଯାଉଛି। ଯନ୍ତ୍ରୀ ଘାଟରେ ପ୍ରାୟ ୧୪୦ ପ୍ୟାକେଟ ଅଦା, ହଳଦୀ ବିହନ ଗ୍ରାମବାସୀଙ୍କୁ ବାଣ୍ଟିବା ପାଇଁ ମାସେ ତଳୁ ରଖାଯାଇଛି। ଘାଟରେ ପଡ଼ିରହିଥିବାରୁ ଏହା ନଷ୍ଟ ହେବାକୁ ବସିଲାଣି। ତେବେ ଲୋକଦେଖାଣିଆ ଭାବେ ନାକାମାମୁଡି ଏବଂ ଅଣ୍ଡ୍ରାପାଲି ପଞ୍ଚାୟତର କେତେକ ଗ୍ରାମରେ ଅଳ୍ପ କେତେଜଣ ବ୍ୟକ୍ତିଙ୍କୁ ଏହି ବିହନ ବଣ୍ଟନ କରାଯାଇଥିବା ଜଣାପଡ଼ିଛି। ଜଣକୁ ୨/୩ କୁଇଣ୍ଟାଲ ବିହନ ଦେବାକୁ ପ୍ରଶାସନିକ ନିର୍ଦ୍ଦେଶ ଥିବା ବେଳେ ୩ ଜଣଙ୍କୁ ମାତ୍ର ଗୋଟିଏ ବସ୍ତାରେ ଅଦା, ହଳଦୀ ବିହନ ପ୍ରଦାନ କରାଯାଇଛି। ଏ ସମ୍ପର୍କରେ ଡିଡାଇର ସ୍ବତନ୍ତ୍ର ଅଧିକାରୀ ତଥା ମାଥିଲି ବିଡିଓ ଆଶିଷ କୁମାର ଭୋଇ କିଛି ଜାଣି ନ ଥିବା କହୁଛନ୍ତି। ଏହାର ଉଚ୍ଚସ୍ତରୀୟ ତଦନ୍ତ କରିବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

୨୦୨୭ ଯାଏ ୪ ରାଶିଙ୍କୁ ବିଶେଷ କୃପା କରିବେ ଶନି; କ୍ୟାରିୟର-ବିବାହ ଠାରୁ ଧନଲାଭରେ ମିଳିବ ଫାଇଦା…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ଗୋଚରକୁ ସବୁଠାରୁ ପ୍ରଭାବଶାଳୀ ବୋଲି ମାନାଯାଏ, କାରଣ ସେ ପ୍ରାୟ ଅଢ଼େଇ ବର୍ଷ ପରେ ରାଶି ପରିବର୍ତ୍ତନ କରିଥାନ୍ତି। ଧୀର ଗତିରେ ଚାଲୁଥିବା…

ସେପ୍ଟେମ୍ୱରରେ ଚମକିବ ୫ ରାଶିର ଭାଗ୍ୟ: ୪ ଗ୍ରହଙ୍କ ଚଳନରେ ପ୍ରଚୁର ଧନଲାଭ, ଚାକିରିରେ ମିଳିବ ବଡ଼ ଅଫର୍‌…

ସେପ୍ଟେମ୍ୱର ୨୦୨୬ରେ ସୂର୍ଯ୍ୟ, ମଙ୍ଗଳ, ବୁଧ ଏବଂ ଶୁକ୍ର ଗ୍ରହ ରାଶି ପରିବର୍ତ୍ତନ (ଗୋଚର) କରିବାକୁ ଯାଉଛନ୍ତି। ଏହି ଗ୍ରହମାନଙ୍କ ଗୋଚର ଯୋଗୁଁ ଅନେକ ଶୁଭ ରାଜଯୋଗ…

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri