ଚକଡ଼ା ପୋକକୁ ନେଇ ଚିନ୍ତାରେ ଚାଷୀ

ନୀଳଗିରି,9ା୧୦(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡର ପ୍ରାୟ ୩୦୦ ଏକରରୁ ଊଦ୍ଧର୍‌ବ ଜମିରେ ଚକଡ଼ା ପୋକ ଲାଗି ଧାନ ଫସଲ ନଷ୍ଟ ହୋଇଛି। ଅମଳ ପୂର୍ବରୁ ଏଭଳି ଅବସ୍ଥା ଦେଖି ଚାଷୀ ଚିନ୍ତାରେ ପଡ଼ିଛନ୍ତି।
ବ୍ଲକ ସିଆଡ଼ିମାଳ ପଞ୍ଚାୟତର ଜଗନ୍ନାଥପୁର, ଗୋକୁଳପାଣି, ଶିଆଡ଼ିମାଳ, ମଲ୍ୟାଣି, ଖରଡ଼ିହା, ବାଉଁଶନକ୍ଷଳ, ନିଜଗଡ, ନରଣପୁର, ବରହମପୁର ଓ ନୀଳଗିରି ଉପଖଣ୍ଡ ଅଧୀନ ଔପଦା ବ୍ଲକ ଢୋଲପୁର ଗ୍ରାମରେ ଚକଡ଼ା ପୋକ ଲାଗି ବ୍ୟାପକ କ୍ଷୟକ୍ଷତି ହୋଇଛି। ଏ ସମ୍ପର୍କରେ କୃଷି ବିଭାଗକୁ ଅବଗତ କରାଯାଇଥିଲେ ମଧ୍ୟ ବିଭାଗୀୟ କର୍ମଚାରୀଙ୍କ ଦେଖା ମିଳୁ ନ ଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଚାଷୀ ଧାନ ଗଛ ଧରି ଦୋକାନରୁ ବିଷ ନେଇ ବଞ୍ଚତ୍ଥିବା କ୍ଷେତକୁ ବଞ୍ଚାଇବାକୁ ଚେଷ୍ଟା କରୁଥିବା ଦେଖିବାକୁ ମିଳୁଛି। ଏ ସମ୍ପର୍କରେ ନୀଳଗିରି ଜିଲା କୃଷି ଅଧିକାରୀ ବଳରାମ ସୁବୁଦ୍ଧିଙ୍କୁ ପଚାରିବାରୁ ଚକଡ଼ା ପୋକ କବଳରୁ ରକ୍ଷା ପାଇବା ପାଇଁ ଚାଷୀମାନଙ୍କୁ ଉପାୟ ବତାଇ ଦିଆଯାଇଛି। ଅତ୍ୟଧିକ ଖରା ଓ ଗୁଳିଗୁଳି କାରଣରୁ ଏଭଳି ସ୍ଥିତି ଉପୁଜିଛି, କ୍ଷତିଗ୍ରସ୍ତ ଚାଷୀଙ୍କ ପାଇଁ ସରକାର ଯାହା ନିଷ୍ପତ୍ତି ନେବେ ସେହି ଅନୁସାରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକରେ ଘରକୁ ଫେରୁଥିଲେ ୨ ଜଣ ଯୁବକ, ବାଟରେ ଘଟିଲା ବଡ଼ ଅଘଟଣ, ଘଟଣାସ୍ଥଳରେ…

ଥୁଆମୂଳ ରାମପୁର, ୧୧ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ଅକାଳ ବିୟୋଗ…

ଡୁଡୁକା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୧।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ଏମ୍‌ଜିଏନଆରଇଜିଏସ୍‌ କାମରେ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହେଉଛି। ପଞ୍ଚାୟତ ସ୍ତରରେ ହେଉଥିବା କାମ ସଂକ୍ରାନ୍ତରେ ଏମ୍‌ଜିଏନଆରଇଜିଏସ୍‌ କାମ ସାଇଟ୍‌ର…

ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ରଖୁଥିଲେ ଶାରୀରିକ ସମ୍ପର୍କ, ଥାନାରେ ପହଞ୍ଚିଲା ପ୍ରେମିକା

ଦେବଗଡ,୧୧।୨(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ପ୍ରେମିକା ସହିତ ଶାରୀରିକ ସମ୍ପର୍କ ସ୍ଥାପନ ପରେ ପ୍ରତାରଣା ଅଭିଯୋଗରେ ପ୍ରେମିକଙ୍କୁ ଗିରଫ କରି ମଙ୍ଗଳବାର ଦେବଗଡ…

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ବିବାଦ ଘନେଇଲା,ତହସିଲଦାରଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୧୦। ୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଥିବା ଇଣ୍ଡିଆନ୍ ଓଭରସିଜ ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ଗ୍ରାମର ଦୁଇ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

୧୭ରେ ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘ ନିର୍ବାଚନ: ନାମାଙ୍କନ କଲେ ୩୬ ପ୍ରାର୍ଥୀ…

ଛତ୍ରପୁର,୧୦ା୧୦ (ଦିଲୀପ ସାମଲ)-ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘର କର୍ମକର୍ତ୍ତା ନିର୍ବାଚନ ଫେବୃଆରୀ ୧୭ ତାରିଖରେ ଅନୁଷ୍ଠିତ ହେବ। ସଂଘର ବିଭିନ୍ନ ପଦ ପଦବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri