ମଜୁରି ବୃଦ୍ଧି ଯୋଗୁ ଚାଷୀ ଅଣନିଃଶ୍ୱାସୀ

ପଟ୍ଟାମୁଣ୍ଡାଇ,୧୭ା୬ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ନିଅଣ୍ଟିଆ ବର୍ଷା ଏବଂ ଚାଷଖର୍ଚ୍ଚ ବୃଦ୍ଧିକୁ ନେଇ ଚାଷୀ ଚିନ୍ତାରେ ପଡ଼ିଛନ୍ତି। ଏପରି କି ଅନେକ ଚାଷୀ ଚାଷକାର୍ଯ୍ୟରୁ ନିଜକୁ ଦୂରେଇ ନେଲେଣି। ଗୋଟିଏ ପଟେ ପ୍ରାକୃତିକ ବିପର୍ଯ୍ୟୟ, ଅନ୍ୟପକ୍ଷେ ଚାଷ କାର୍ଯ୍ୟରେ ହେଉଥିବା ଖର୍ଚ୍ଚ ସେମାନଙ୍କ ଆର୍ଥତ୍କ ମେରୁଦଣ୍ଡକୁ ଦୋହଲାଇ ଦେଉଛି। ଚାଷ ପ୍ରତି ଚାଷୀମାନଙ୍କ ଆଗ୍ରହ ଆଉ ସେଭଳି ଦେଖାଯାଉ ନ ଥିବା ବେଳେ ଚଳିତବର୍ଷ ଭାଜପା ସରକାର ପ୍ରଥମ କ୍ୟାବିନେଟ୍‌ ବୈଠକରେ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି)କୁ କୁଇଣ୍ଟାଲ ପିଛା ୩୧୦୦ ଟଙ୍କାକୁ ବୃଦ୍ଧି କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝି ସୂଚନା ଦେବା ପରେ କୃଷକମାନଙ୍କ ମଧ୍ୟରେ ଆଗ୍ରହ ଦେଖାଦେଇଛି। ହେଲେ ଚଳିତବର୍ଷ ମୌସୁମୀ ଆସିବାରେ ବିଳମ୍ବ ଯୋଗୁ ବର୍ଷା ଅଭାବରୁ ଧାନବୁଣା କିମ୍ବା ତଳିପକା କାମ ହୋଇ ପାରୁ ନ ଥିବା ବେଳେ ମଜୁରି ବୃଦ୍ଧି ଯୋଗୁ ଚାଷୀମାନେ ବେଳକୁ ବେଳ ଅଣନିଃଶ୍ୱାସୀ ହୋଇ ଯାଉଛନ୍ତି ବୋଲି ଚାଷୀମାନେ ମତ ପ୍ରକାଶ କରିଛନ୍ତି।
କୃଷକ ନେତା ରଞ୍ଜିତ ପ୍ରଧାନ କହିଛନ୍ତି, ଖରିଫ ଋତୁରେ ଭଲ ବର୍ଷା ହେବା ସହ କେନାଲରେ ପାଣି ଆସିଲେ ଚାଷୀମାନେ ଅକ୍ଷୟତୃତୀୟାଠାରୁ ଧାନ ବୁଣିବା ଓ ତଳି ପକାଇବା କାମ ଆରମ୍ଭ କରିଥାନ୍ତି। ମାତ୍ର ଚଳିତ ଆଷାଢ଼ ମାସରେ ଭଲ ବର୍ଷା ନ ହେବାରୁ ଧାନବୁଣା କି ତଳିପକା କାମ ଆରମ୍ଭ ହୋଇନାହିଁ। ଏଥିସହ କେନାଲରେ ଏ ପର୍ଯ୍ୟନ୍ତ ପାଣି ଆସୁ ନ ଥିବାରୁ ଏହା ଉପରେ ନିର୍ଭରଶୀଳ ଚାଷଜମି ମଧ୍ୟ ସେପରି ପଡ଼ିଛି। ମୋଟାମୋଟି ଭାବେ ମୌସୁମୀ ଧାନଚାଷକୁ ପ୍ରଭାବିତ କରିବା ନେଇ ଚାଷୀମାନଙ୍କ ମଧ୍ୟରେ ଆଶଙ୍କା ପ୍ରକାଶ ପାଇଛି। କୃଷି କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ, ପଟ୍ଟାମୁଣ୍ଡାଇ ଅଞ୍ଚଳରେ ୨୦୨୩ରେ ପାଖାପାଖି ୧୨ ହଜାର ହେକ୍ଟର ଜମିରେ ଧାନ ଚାଷ ହୋଇଥିଲା। ଚଳିତବର୍ଷ ୧୦,୪୦୦ ହେକ୍ଟର ଜମିରେ ଖରିଫ ଫସଲ ହେବା ଲକ୍ଷ୍ୟ ରଖାଯାଇଛି। ୨୦୦ ହେକ୍ଟର ଜମିରେ ଧାନ ବୁଣା ହେବ। ୭୦୦ ହେକ୍ଟର ଜମିରେ ତଳି ପଡ଼ିବାକୁ ଥିବାବେଳେ ପାଣି ଯୋଗୁ ଚାଷ କାମରେ ବାଧା ଉପୁଜିଛି ବୋଲି ପଟ୍ଟାମୁଣ୍ଡାଇ କୃଷି ବିଭାଗ ଅତିରିକ୍ତ କୃଷି ଅଧିକାରୀ ଶରତ ନାୟକ କହିଛନ୍ତି। କୃଷକ ପ୍ରଦୀପ ନାୟକ, ସନ୍ତୋଷ ଭୋଳ, ପାରେଶ୍ୱର ସେଠୀ, ଅଭୟ ବଳ, ସୁଧୀର ଦାସ, ଭିକାରୀ ବାଇ ପ୍ରମୁଖ କହିଛନ୍ତି ପଟ୍ଟାମୁଣ୍ଡାଇ ଅଞ୍ଚଳରେ ୭୦ ପ୍ରତିଶତରୁ ଊଦ୍ଧର୍‌ବ ଲୋକେ ଚାଷ ଉପରେ ନିର୍ଭର କରନ୍ତି। ପ୍ରତିବର୍ଷ ବ୍ଲକର ବିଭିନ୍ନ ରାଜସ୍ବ ମୌଜାରେ ପ୍ରାୟତଃ ହଜାର ହଜାର ହେକ୍ଟର ଜମିରେ ଖରିଫ ଫସଲ ହୋଇଥାଏ। କିନ୍ତୁ ଚଳିତବର୍ଷ ବର୍ଷା ହେବାରେ ବିଳମ୍ବ, କେନାଲରେ ପାଣି ନ ଆସିବା ଓ କିସମ ପରିବର୍ତ୍ତନ ହେବା କାରଣରୁ ୧,୬୦୦ ହେକ୍ଟର ଜମିରେ ଆଉ ଧାନଚାଷ ହେବ ନାହିଁ ବୋଲି ଆକଳନ କରାଯାଇଛି। ଅଧିକାଂଶ ଗ୍ରାମରେ ଜଳସେଚନର ସୁବିଧା ହୋଇ ନ ଥିବାରୁ ଚାଷ ପାଇଁ ବର୍ଷା ଜଳ ଉପରେ ଚାଷୀ ନିର୍ଭର କରିବାକୁ ପଡୁଛି। ଚଳିତବର୍ଷ ମୌସୁମୀଜନିତ ଭଲ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଥିଲା। ଏହାକୁ ଦୃଷ୍ଟିରେ ରଖି ବହୁ ଚାଷୀ ଚାଷ ପାଇଁ ମନ ବଳାଇଥିଲେ। ହେଲେ ଜୁ୍‌ନ୍‌ ଶେଷ ହେବାକୁ ବସିଥିଲେ ମଧ୍ୟ ମୌସୁମୀ ବର୍ଷା ହୋଇପାରିନାହଁି। ସାଧାରଣତଃ ରଜପର୍ବ ପରେ ଚାଷୀ ଚାଷ କାର୍ଯ୍ୟ ଆରମ୍ଭ କରିଥାନ୍ତି। ହେଲେ ଚଳିତବର୍ଷ ବର୍ଷା ଅଭାବରୁ ଅଧିକାଂଶ ଜମି ହଳ ହୋଇ ପଡିଛି। ଅପରପକ୍ଷେ କେତେଜଣ ଚାଷୀ କାଳବୈଶାଖୀ ଜନିତ ବର୍ଷା ପରେ ଜମିରେ ଧାନ ବୁଣିଥିଲାବେଳେ ତାହା ଏବେ ବର୍ଷା ଅଭାବରୁ ଭୂଇଁରୁ ଉଠି ପାରୁନାହିଁ। ଯଦି ଆସନ୍ତା ସପ୍ତାହ ମଧ୍ୟରେ ବର୍ଷା ନ ହୁଏ, ତେବେ ତାହା ସମ୍ପୂର୍ଣ୍ଣ ନଷ୍ଟ ହୋଇଯିବ ବୋଲି ସେ କହିଛନ୍ତି। ବର୍ତ୍ତମାନ ଧାନବୁଣା ଓ ରୁଆ ସମୟ ହୋଇଥିଲେ ମଧ୍ୟ ମୌସୁମୀ ନ ଆସିବା ନେଇ ଖରିଫ ଫସଲ ପ୍ରଭାବିତ ହେବା ଆଶଙ୍କା ଦେଖାଦେଇଛି। ଜୁନ୍‌ ଆରମ୍ଭରୁ ଧାନଚାଷ ପାଇଁ ଯେତିକି ବର୍ଷା ଦରକାର ତାହା ହୋଇନାହିଁ। ଚଳିତ ମାସରେ ଆବଶ୍ୟକ ବର୍ଷା ନ ହେଲେ ବେଳକୁ ବେଳ ପରିସ୍ଥିତି ସଙ୍ଗିନ ହେବାକୁ ଯାଉଛି। ମଜୁରି ବୃଦ୍ଧି ଏବଂ କୃଷି ଶ୍ରମିକ ମିଳୁ ନ ଥିବାରୁ ଚାଷ ବେଳକୁ ବେଳ ମହଙ୍ଗା ହେବାରେ ଲାଗିଛି। ଫଳରେ ଅନେକ ଚାଷୀ ଅଳ୍ପ ବହୁତ ଜମିରେ ନିଜ ଗୁଜରାଣ ମେଣ୍ଟେଇବା ପାଇଁ ଚାଷ କରି ବାକି ପଡିଆ ଛାଡି ଦେଉଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ୨୦୧୪-୧୫ରେ ଧାନ ଉତ୍ପାଦନ ପାଇଁ ଏକର ପିଛା ୩୦୦୦ ଟଙ୍କା ଖର୍ଚ୍ଚ ହେଉଥିବା ବେଳେ ୨୦୨୩-୨୪ରେ ଏହା ୧୪ ହଜାର ଉପର ଟଙ୍କାକୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନଷ୍ଟ ହୋଇଯାଇଥିବା ପାଓ୍ବାରପ୍ଲାଣ୍ଟକୁ ନେଇ ଏମିତି ଧମକ ଦେଲା ଇରାନ ସାରା ବିଶ୍ୱ ସ୍ତବ୍ଧ

ତେହରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବେ ଅଧିକ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଇରାନ କହିଛି ଯେ ଯଦି ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏହାର ଶକ୍ତି କେନ୍ଦ୍ର ଉପରେ…

ଷ୍ଟ୍ରେଟ ଅଫ ହର୍ମୁଜକୁ ନେଇ ଟ୍ରମ୍ପଙ୍କ ପରେ ଏବେ ଧମକ ଦେଲେଣି ସ୍କଟ ବେସେଣ୍ଟ , କହିଲେ ‘ଇରାନର ଦୁର୍ଗ…’

ଓ୍ବାଶିଂଟନ,୨୩।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଆହୁରି ବୃଦ୍ଧି ପାଇଛି। ଆମେରିକା ଏବଂ ଇରାନ ମଧ୍ୟରେ ବିବାଦ ଏବେ ଖୋଲାଖୋଲି ଭାବରେ ପ୍ରକାଶ ପାଇବାକୁ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ତିନି ଚିରଞ୍ଜୀବୀଙ୍କ ବିଚାର

ଶହୀଦ ଭଗତ ସିଂ, ସୁଖଦେବ ଓ ଶିବରାମ ରାଜଗୁରୁଙ୍କ ଅପରାଧଜନିତ ବିଚାରକୁ କଦାପି ବିଚାର କୁହାଯାଇ ପାରିବ ନାହିଁ। ତାହା ଅନ୍ୟାୟ, ଅବିବେକିତା ଓ ଅସଭ୍ୟତାର ଏକ…

ପରମାଣୁ ଅସ୍ତ୍ର ଛାୟାରୁ ମୁକ୍ତି

ବର୍ତ୍ତମାନର ବିଶ୍ୱରେ ଲାଗିରହିଛି ତିନୋଟି ମହାସମର। ତନ୍ମଧ୍ୟରୁ ରୁଷିଆ-ୟୁକ୍ରେନ୍‌ ଏବଂ ଇସ୍ରାଏଲ-ପାଲେଷ୍ଟାଇନ୍‌ ଯୁଦ୍ଧ ବର୍ଷ ବର୍ଷ ଧରି ଚାଲିଥିଲା ବେଳେ ନିକଟରେ ଆରମ୍ଭ ହୋଇଛି ଅତୀବ ଭୟଙ୍କର…

ଚର୍ଚ୍ଚାରେ କଣ୍ଠଶିଳ୍ପୀ ଦିପ୍ତିରେଖା: ପ୍ରଧାନମନ୍ତ୍ରୀ ମୋଦି ଶେୟାର କଲେ…

ଭୁବନେଶ୍ୱର,୨୩ା୩(ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଦୀପ୍ତିରେଖା ପାଢୀଙ୍କ ଭକ୍ତିମୟ ଭଜନ ‘ଦୁର୍ଗତି ନାଶିନୀ ମା’ର ଭିଡ଼ିଓ ଲିଙ୍କ୍‌କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ…

ଭାରତ ଦେବ ୟୁଆନ୍‌

ଇରାନ୍‌ ସହିତ ଆମେରିକା ଓ ଇସ୍ରାଏଲ ଯୁଦ୍ଧ ଚତୁର୍ଥ ସପ୍ତାହରେ ପହଞ୍ଚିଛି। ସଦ୍ୟ ଘଟଣା ଦେଖିଲେ ଗୋଟିଏ ପଟେ ନତାଞ୍ଜ ଆଣବିକ କେନ୍ଦ୍ର ଉପରେ ଆମେରିକା ଓ…

ବାସନ୍ତୀକ ନବରାତ୍ର ପୂଜା: ସ୍କନ୍ଧମାତା ବେଶରେ ମା’ ସମଲେଶ୍ବରୀ

ବରଗଡ଼,୨୩।୩,(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ପଞ୍ଚମ ଦିବସ ସୋମବାରରେ ଦେବୀ ସ୍କନ୍ଧମାତା ବେଶରେ ଦର୍ଶନ ଦେଇଛନ୍ତି ।…

ମଣ୍ଡଳ କାରାଗାରରେ ପୋଲିସର ବଡ଼ ଧରଣର ଚଢ଼ାଉ: ଆପତ୍ତିଜନକ…

ସମ୍ବଲପୁର,୨୩।୩(ପ୍ରମୋଦ ବହିଦାର): ସମ୍ବଲପୁର ମଣ୍ଡଳ କାରାଗାରରେ ସୋମବାର ଭୋର ସମୟରେ ଉପଜିଲାପାଳ ଡା. ପୁଷ୍ପାଞ୍ଜଳି ପଣ୍ଡାଙ୍କ ଉପସ୍ତିତିରେ ଏକ ଅତର୍କିତ ଚଢ଼ାଉ କରାଯାଇଛି। ସକାଳ ପ୍ରାୟ ୫ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri