ମଣ୍ଡିରେ ଅବ୍ୟବସ୍ଥା ନେଇ ଚାଷୀ ଅସନ୍ତୋଷ

ଚମ୍ପୁଆ, ୨୫।୨(ଡି.ଏନ.ଏ.)-ଧାନ ମଣ୍ଡିରେ ବ୍ୟାପକ ଅବ୍ୟବସ୍ଥାକୁ ନେଇ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ବଢିବାରେ ଲାଗିଛି। ମଣ୍ଡି ଅଧିକାରୀଙ୍କ ସହ ଯୁକ୍ତିତର୍କ ହେବାପରେ ଚାଷୀମାନେ ବୁଧବାର ରାଜରାସ୍ତାରେ ଧାନବସ୍ତା ରଖି ଅବରୋଧ କରିଥିବା ବେଳେ ପୋଲିସ ଓ ଯୋଗାଣ ବିଭାଗ ପହଞ୍ଚିବାପରେ ରାସ୍ତାଅବରୋଧ ହଟିଥିଲା।
ଖବର ଅନୁସାରେ ଚମ୍ପୁଆ ଲ୍ୟାମ୍ପ ଅଧୀନରେ ଥିବା ରଜିଆ ଧାନ ମଣ୍ଡିରେ ଆଜି ଲ୍ୟାମ୍ପ ପକ୍ଷରୁ ଚାଷୀଙ୍କଠାରୁ ଧାନ କିଣା ଯାଉଥିଲା। ମାତ୍ର ଚାଷୀଙ୍କଠାରୁ ଟୋକନ ଅନୁସାରେ ପରିମାଣ ଅନୁଯାୟୀ ଧାନ କିଣିବାକୁ ମଣ୍ଡି କର୍ତ୍ତୃପକ୍ଷ ମନାକରିବା, ସିରିୟଲ ଅନୁସାରେ ଧାନ କିଣୁ ନ ଥିବା, ପୂର୍ବରୁ ୨୦ ତାରିଖ ପର୍ଯ୍ୟନ୍ତ ସମୟ ଥିବା ଟୋକନରେ ଧାନ ନ କିଣିବା, ଝାଡଖଣ୍ଡ ଓ ମୟୂରଭଞ୍ଜ ଅଞ୍ଚଳର ଧାନ କିଣୁଥିବା, ଟୋକନରେ ୩୦ କୁଇଣ୍ଟାଲ ଧାନ ବିକ୍ରି ବ୍ୟବସ୍ଥା ଥିବା ବେଳେ ୧୫ କୁଇଣ୍ଟାଲ କିଣା ହେବା। ଏପରିକି ଚିହ୍ନାମୁହଁ ଦେଖି ଅଗ୍ରାଧିକାର ଦେବା ଆଦିକୁ ଅଭିଯୋଗ କରି ଚାଷୀମାନେ ଧାନବସ୍ତା ଗୁଡିକୁ ଜାତୀୟ ରାଜପଥ ଉପରେ ରଖି ରାସ୍ତା ଅବରୋଧ କରିଥିଲେ। ସକାଳ ୧୦ଟାରୁ ଏହି ରାସ୍ତା ଅବରୋଧ ହୋଇଥିବା ବେଳେ ୨ଘଣ୍ଟା ପରେ ପୋଲିସ ଓ ବିଭାଗୀୟ ଅଧିକାରୀ ପହଞ୍ଚି ଚାଷୀଙ୍କୁ ବୁଝାଇବା ପରେ ଅବରୋଧ ହଟିଥିଲା। ଏନେଇ ଲ୍ୟାମ୍ପ ଏମଡି ବିଭୂତି ଗିରି କହିଛନ୍ତି, ସରକାର ଦେଇଥିବା ଧାର୍ଯ୍ୟ ଅନୁସାରେ ଧାନ କିଣା ହେଉଛି ମାତ୍ର ଯେଉଁ ଚାଷୀଙ୍କ ଟୋକନ ଅବଧି ସରିଯାଇଛି ତାଙ୍କ ଠାରୁ ଧାନ କିଣାଯାଇପାରୁ ନାହଁି। ଗତ କାଲି ଆସିଥିବା ଏମଏଏସ ଅନୁସାରେ ମିଳିଥିବା ଟାର୍ଗଟେ ଅନୁଯାୟୀ ଆମେ ଧାନ କ୍ରୟ କରୁଛୁ। ଯେଉଁମାନେ ରେଜିଷ୍ଟେଶନ କରିଥିଲେ ଆମେ ତାଙ୍କ ଧାନ କ୍ରୟ କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?