ଶୀତଳ ଭଣ୍ଡାର ନ ଥିବାରୁ ଚାଷୀ ହତାଶ

ପଟ୍ଟାମୁଣ୍ଡାଇ,୩ା୪(ସ୍ବ.ପ୍ର.): ରାଜ୍ୟର ପ୍ରମୁଖ ଜିଲା ଭାବେ କେନ୍ଦ୍ରାପଡ଼ାର ସ୍ବତନ୍ତ୍ର ପରିଚୟ ରହିଛି । ଏକଦା ମନ୍ତ୍ରୀପଡ଼ା ଭାବେ ପରିଚିତ କେନ୍ଦ୍ରାପଡ଼ା ଆଜି ବି ଶିଳ୍ପବିହୀନ। ଜିଲାର ଶତକଡା ୭୦ ଭାଗ ଲୋକ କୃଷି ଉପରେ ନିର୍ଭର କରି ଜୀବିକା ନିର୍ବାହ କରନ୍ତି। ଶିକ୍ଷିତ ଯୁବତୀଯୁବକମାନେ ନିଯୁକ୍ତି ଅଭାବରୁ ବେକାର ହୋଇ ବସିଥିବାବେଳେ କାମଧନ୍ଦା ନ ପାଇ ଶ୍ରମିକ ଶ୍ରେଣୀର ଲୋକମାନେ ଦାଦନ ଖଟିବା ପାଇଁ ରାଜ୍ୟ ବାହାରକୁ ଯାଉଛନ୍ତି। ଅଧିକନ୍ତୁ ଯେଉଁମାନେ କୃଷି ଉପରେ ଭରସା କରି ନିଜର ଆଗାମୀ ଭବିଷ୍ୟତ ଓ ତେଲଲୁଣର ସଂସାରକୁ ଗଢିବା ପାଇଁ ସ୍ବପ୍ନ ଦେଖୁଛନ୍ତି ସେମାନେ ମଧ୍ୟ ବହୁ ସମୟରେ ହତାଶ ହେଉଛନ୍ତି। କୃଷି ସାମଗ୍ରୀର ଉଚିତ ଦର ମିଳୁ ନ ଥିବାବେଳେ ଶୀତଳଭଣ୍ଡାର ଅଭାବରୁ ଅଧିକାଂଶ ସମୟରେ ଉପତ୍ାଦିତ ସାମଗ୍ରୀ ନଷ୍ଟ ହେଉଛି। ଅର୍ଥକରୀ ଫସଲ ଭାବେ ପରିଚିତ ପନିପରିବା ରକ୍ଷଣାବେକ୍ଷଣ ଅଭାବରୁ ପଚି ନଷ୍ଟ ହେଉଛି। କିଛିଦିନ ହେବ ଅଦିନିଆ ବର୍ଷା କାରଣରୁ ପନିପରିବା ଫସଲ ପଚିଯିବା ଭୟରେ ଚାଷୀମାନେ ତୋଳି କମ୍‌ ମୂଲ୍ୟରେ ବିକ୍ରି କରିବା ପାଇଁ ବାଧ୍ୟ ହୋଇଛନ୍ତି ବୋଲି ଅଭିଯୋଗ ହୋଇଛି।
ସୁବିଧା ନ ଥିବାରୁ କଷ୍ଟଲବ୍ଧ ଫସଲକୁ ମଧ୍ୟ ରକ୍ଷା କରାଯାଇପାରୁନାହିଁ ବୋଲି କୃଷକ ନେତା ବିଜୟ ଦାସ, ସୁରେନ୍ଦ୍ର ପରିଡା, ସୁଶାନ୍ତ ସାମଲ, ଭାସ୍କର ରାଉତ, କୁଞ୍ଜବିହାରୀ ନାୟକ ପ୍ରମୁଖ କହିଛନ୍ତି। ସେହିପରି ନରେନ୍ଦ୍ର ଧଳ, ହିମାଂଶୁ ବିଶ୍ୱାଳ, ଚିତ୍ତରଞନ ମଲ୍ଲିକ ପ୍ରମୁଖ କୁହନ୍ତି, ପଟ୍ଟାମୁଣ୍ଡାଇ ବ୍ଲକର ଧୋୟାଞ୍ଚଳରେ ଥିବା ଅଣ୍ଢରା, ଅମୃତମଣୋହୀ, ବଲୁରିଆ, ପେଣ୍ଠପାଳ, ତରଡିପାଳ, ସିଂହଗାଁ, ନୀଳକଣ୍ଠପୁର, ଡାମରପୁର, ବାଲିପାଟଣା, ବାଛରା, ଶ୍ରୀରାମପୁର, ବଳଭଦ୍ରପୁର ଆଦି ପଞ୍ଚାୟତ ଓ ଭେଡ଼ା ଅଞ୍ଚଳରେ ଥିବା ନରସିଂହପୁର, ଡିହାପଡା, ମୂଳବସନ୍ତ, ଗଙ୍ଗାରାମପୁର, ସାନଜରିଆ, ଦିହୁଡିପୁର, ବଡପଡା, ବଡମୋହନପୁର, ଖଡିଅଣ୍ଟା ଆଦି ପଞ୍ଚାୟତ ଏବଂ ପୌରାଞ୍ଚଳ ବାଲିପଡା, କଷଣଅଣ୍ଟା, ଷଣ୍ଢପଲ୍ଲୀ, ତନୁପୁର, କାକୁଡିପଲ୍ଲୀ, ଅଳଭା ଆଦି ଧୋୟାଞ୍ଚଳରେ ବହୁଳ ଭାବେ ପନିପରିବା ଫସଲ କରାଯାଇଥାଏ। ଏହି ଫସଲକୁ ପଟ୍ଟାମୁଣ୍ଡାଇ ସମେତ ଆଖପାଖ ବିଭିନ୍ନ ହାଟ ବଜାରରେ ବିକ୍ରି କରାଯାଇଥାଏ। ଚାଷୀମାନେ ବହୁ କଷ୍ଟରେ ଚଢ଼ା ଦାମରେ ମଞ୍ଜି, ଚାରା, ପୋକମରା ଔଷଧ, ରାସାୟନିକ ସାର ବ୍ୟବହାର କରି ପନିପରିବା ଫସଲ କରିଥାନ୍ତି। ଏପରି କି ଜଳସେଚନ ସୁବିଧା ନ ଥିବା ଅଞ୍ଚଳରେ ତେଣ୍ଡାରେ ବହୁ ପରିଶ୍ରମ କରି ଜମିକୁ ଜଳସେଚିତ କରିବା ସହିତ ଆଳୁ, ବାଇଗଣ, ଟମାଟୋ, ପୋଟଳ, କଖାରୁ, ଭେଣ୍ଡି, ପିଆଜ ଓ ରସୁଣ ଆଦି ଫସଲ କରିଥାନ୍ତି। ହେଲେ ଶୀତଳଭଣ୍ଡାର ନ ଥିବାରୁ ଚାଷୀମାନେ ଉଚିତ ମୂଲ୍ୟରେ ପନିପରିବା ବିକ୍ରି କରିବାରୁ ବଞ୍ଚତ୍ତ ହେଉଥିବା ଅଭିଯୋଗ ହୋଇଛି। ଏଥିପାଇଁ କେନ୍ଦ୍ରାପଡ଼ା ଓ ପଟ୍ଟାମୁଣ୍ଡାଇଠାରେ ୨ଟି ଶୀତଳଭଣ୍ଡାର ଖୋଲିବା ପାଇଁ କୃଷକମାନଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କ ନିକଟରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

RSS ମୁଖ୍ୟ ପଦ ଛାଡ଼ିବା ନେଇ ମୋହନ ଭାଗବତଙ୍କ ବଡ଼ ବୟାନ, କହୁ କହୁ କହିଦେଲେ…

ମୁମ୍ବାଇ,୮।୨: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)ର ମୁଖ୍ୟ ମୋହନ ଭାଗବତ ରବିବାର ମୁମ୍ବାଇରେ ଆୟୋଜିତ ସଂଘର ଶତବାର୍ଷିକୀ ଉତ୍ସବରେ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବୟସ ବଢ଼ିବା…

ବସ୍‌ ଇଞ୍ଜିନ୍‌ରୁ ବାହାରିଲା ନିଆଁ, ଡ୍ରାଇଭର ନେଲେ ଏମିତି ପଦକ୍ଷେପ

ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍‌ରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ରେ ବସିଥିବା ଯାତ୍ରୀମାନେ ଭୟଭୀତ…

ବିଲ୍‌ କରିବା ଆଶାରେ ଶୀଘ୍ର ଶେଷ କରୁଛନ୍ତି କାମ: ଠିକ୍‌ ଢଙ୍ଗରେ ଲାଗୁନି ଷ୍ଟ୍ରିଟ୍‌ ଲାଇଟ 

ଧର୍ମଶାଳା,୨।୮(ଶିବ ପ୍ରଶାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ବିଭିନ୍ନ ଗାଁରେ ଅନ୍ଧକାର ଦୂର କରିବା ନିମନ୍ତେ ବ୍ଲକ ପ୍ରଶାସନ ପକ୍ଷରୁ ସୋଲାର ଷ୍ଟ୍ରିଟ୍‌ ଲାଇଟ ଲଗାଯିବା…

ମା’ ତାରାତାରିଣୀଙ୍କ ହୁଣ୍ଡିରୁ ମିଳିଲା କୁନି ପୁଅର ଚିଠି; ଦୁଃଖ ଶୁଣିବାକୁ ମା’ଙ୍କ ପାଖେ ଆକୁଳ ନିବେଦନ

ପୁରୁଷୋତ୍ତମପୁର,୮।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡିରୁ ମିଳିଥିବା ଏକ ଚିଠି ଏବେ ଶ୍ରଦ୍ଧାଳୁଙ୍କ ମନକୁ ଆନ୍ଦୋଳିତ କରିଛି। ଜଣେ କୁନି…

୩ ମାସରୁ ଅଧିକ ହେବ ବନ୍ଦ ପଡ଼ିଛି ରକ୍ତଭଣ୍ଡାର, ରୋଗୀସେବା ବ୍ୟାହତ

ବଲାଙ୍ଗୀର/କଣ୍ଟାବାଞ୍ଜି,୮ା୨(ସୁନିଲ କୁମାର ମହାନ୍ତି/ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗତ ୨୦୦୯ରେ ବିଜୁ ପଟ୍ଟନାୟକ ରକ୍ତଭଣ୍ଡାର ସ୍ଥାପିତ ହୋଇଥିଲା। ଏହି ରକ୍ତଭଣ୍ଡାରକୁ ତତ୍କାଳୀନ…

VIDEO: ଟସ୍‌ ଛାଡି ହଠାତ୍‌ କୁଆଡେ ଚାଲିଗଲେ କ୍ୟାପଟେନ ସୂର୍ଯ୍ୟକୁମାର? ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୮।୨: ଭାରତୀୟ କ୍ରିକେଟରେ, ଖେଳାଳିମାନଙ୍କ ମଧ୍ୟରେ ସମ୍ପର୍କ ପ୍ରାୟତଃ ବିଜୟ ଏବଂ ପରାଜୟକୁ ଅତିକ୍ରମ କରିଯାଏ। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ସମାନ ଦୃଶ୍ୟ ଦେଖାଯାଇଥିଲା, ଯେତେବେଳେ ଅଧିନାୟକ…

ଭକ୍ତମୟ ହୋଇଛି କାଳୀଜାଈଙ୍କ ପୀଠ, ଜମୁଛି ଶହଶହ ଭକ୍ତଙ୍କ ଭିଡ଼

କୃଷ୍ଣପ୍ରସାଦ,୮।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ଚିଲିକାର ଅଧିଷ୍ଠାତ୍ରୀ ଦେବୀ ମା’ ‎କାଳୀଜାଈଙ୍କ ପୀଠ ପାଲଟିଛି ଭକ୍ତମୟ । ମା’ଙ୍କ ଆଶିଷ ଲାଭ କରିବା ପାଇଁ ବହୁ ଦୂରଦୂରାନ୍ତରରୁ…

ସୁପ୍ରିମକୋର୍ଟଙ୍କୁ ଧନ୍ୟବାଦ ଜଣାଇଲେ ଅନୁରାଗ ଠାକୁର, ୯ ବର୍ଷର ବିଳମ୍ବ ଉପରେ ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୮।୨: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଏବଂ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI)ର ପୂର୍ବତନ ଅଧ୍ୟକ୍ଷ ଅନୁରାଗ ଠାକୁର, ବିସିସିଆଇରେ ପଦରେ ଲାଗିଥିବା ପ୍ରତିବନ୍ଧକ ଉଠାଇବା ନିଷ୍ପତ୍ତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri