ଶୀତଳ ଭଣ୍ଡାର ନ ଥିବାରୁ ଚାଷୀ ହତାଶ

ପଟ୍ଟାମୁଣ୍ଡାଇ,୩ା୪(ସ୍ବ.ପ୍ର.): ରାଜ୍ୟର ପ୍ରମୁଖ ଜିଲା ଭାବେ କେନ୍ଦ୍ରାପଡ଼ାର ସ୍ବତନ୍ତ୍ର ପରିଚୟ ରହିଛି । ଏକଦା ମନ୍ତ୍ରୀପଡ଼ା ଭାବେ ପରିଚିତ କେନ୍ଦ୍ରାପଡ଼ା ଆଜି ବି ଶିଳ୍ପବିହୀନ। ଜିଲାର ଶତକଡା ୭୦ ଭାଗ ଲୋକ କୃଷି ଉପରେ ନିର୍ଭର କରି ଜୀବିକା ନିର୍ବାହ କରନ୍ତି। ଶିକ୍ଷିତ ଯୁବତୀଯୁବକମାନେ ନିଯୁକ୍ତି ଅଭାବରୁ ବେକାର ହୋଇ ବସିଥିବାବେଳେ କାମଧନ୍ଦା ନ ପାଇ ଶ୍ରମିକ ଶ୍ରେଣୀର ଲୋକମାନେ ଦାଦନ ଖଟିବା ପାଇଁ ରାଜ୍ୟ ବାହାରକୁ ଯାଉଛନ୍ତି। ଅଧିକନ୍ତୁ ଯେଉଁମାନେ କୃଷି ଉପରେ ଭରସା କରି ନିଜର ଆଗାମୀ ଭବିଷ୍ୟତ ଓ ତେଲଲୁଣର ସଂସାରକୁ ଗଢିବା ପାଇଁ ସ୍ବପ୍ନ ଦେଖୁଛନ୍ତି ସେମାନେ ମଧ୍ୟ ବହୁ ସମୟରେ ହତାଶ ହେଉଛନ୍ତି। କୃଷି ସାମଗ୍ରୀର ଉଚିତ ଦର ମିଳୁ ନ ଥିବାବେଳେ ଶୀତଳଭଣ୍ଡାର ଅଭାବରୁ ଅଧିକାଂଶ ସମୟରେ ଉପତ୍ାଦିତ ସାମଗ୍ରୀ ନଷ୍ଟ ହେଉଛି। ଅର୍ଥକରୀ ଫସଲ ଭାବେ ପରିଚିତ ପନିପରିବା ରକ୍ଷଣାବେକ୍ଷଣ ଅଭାବରୁ ପଚି ନଷ୍ଟ ହେଉଛି। କିଛିଦିନ ହେବ ଅଦିନିଆ ବର୍ଷା କାରଣରୁ ପନିପରିବା ଫସଲ ପଚିଯିବା ଭୟରେ ଚାଷୀମାନେ ତୋଳି କମ୍‌ ମୂଲ୍ୟରେ ବିକ୍ରି କରିବା ପାଇଁ ବାଧ୍ୟ ହୋଇଛନ୍ତି ବୋଲି ଅଭିଯୋଗ ହୋଇଛି।
ସୁବିଧା ନ ଥିବାରୁ କଷ୍ଟଲବ୍ଧ ଫସଲକୁ ମଧ୍ୟ ରକ୍ଷା କରାଯାଇପାରୁନାହିଁ ବୋଲି କୃଷକ ନେତା ବିଜୟ ଦାସ, ସୁରେନ୍ଦ୍ର ପରିଡା, ସୁଶାନ୍ତ ସାମଲ, ଭାସ୍କର ରାଉତ, କୁଞ୍ଜବିହାରୀ ନାୟକ ପ୍ରମୁଖ କହିଛନ୍ତି। ସେହିପରି ନରେନ୍ଦ୍ର ଧଳ, ହିମାଂଶୁ ବିଶ୍ୱାଳ, ଚିତ୍ତରଞନ ମଲ୍ଲିକ ପ୍ରମୁଖ କୁହନ୍ତି, ପଟ୍ଟାମୁଣ୍ଡାଇ ବ୍ଲକର ଧୋୟାଞ୍ଚଳରେ ଥିବା ଅଣ୍ଢରା, ଅମୃତମଣୋହୀ, ବଲୁରିଆ, ପେଣ୍ଠପାଳ, ତରଡିପାଳ, ସିଂହଗାଁ, ନୀଳକଣ୍ଠପୁର, ଡାମରପୁର, ବାଲିପାଟଣା, ବାଛରା, ଶ୍ରୀରାମପୁର, ବଳଭଦ୍ରପୁର ଆଦି ପଞ୍ଚାୟତ ଓ ଭେଡ଼ା ଅଞ୍ଚଳରେ ଥିବା ନରସିଂହପୁର, ଡିହାପଡା, ମୂଳବସନ୍ତ, ଗଙ୍ଗାରାମପୁର, ସାନଜରିଆ, ଦିହୁଡିପୁର, ବଡପଡା, ବଡମୋହନପୁର, ଖଡିଅଣ୍ଟା ଆଦି ପଞ୍ଚାୟତ ଏବଂ ପୌରାଞ୍ଚଳ ବାଲିପଡା, କଷଣଅଣ୍ଟା, ଷଣ୍ଢପଲ୍ଲୀ, ତନୁପୁର, କାକୁଡିପଲ୍ଲୀ, ଅଳଭା ଆଦି ଧୋୟାଞ୍ଚଳରେ ବହୁଳ ଭାବେ ପନିପରିବା ଫସଲ କରାଯାଇଥାଏ। ଏହି ଫସଲକୁ ପଟ୍ଟାମୁଣ୍ଡାଇ ସମେତ ଆଖପାଖ ବିଭିନ୍ନ ହାଟ ବଜାରରେ ବିକ୍ରି କରାଯାଇଥାଏ। ଚାଷୀମାନେ ବହୁ କଷ୍ଟରେ ଚଢ଼ା ଦାମରେ ମଞ୍ଜି, ଚାରା, ପୋକମରା ଔଷଧ, ରାସାୟନିକ ସାର ବ୍ୟବହାର କରି ପନିପରିବା ଫସଲ କରିଥାନ୍ତି। ଏପରି କି ଜଳସେଚନ ସୁବିଧା ନ ଥିବା ଅଞ୍ଚଳରେ ତେଣ୍ଡାରେ ବହୁ ପରିଶ୍ରମ କରି ଜମିକୁ ଜଳସେଚିତ କରିବା ସହିତ ଆଳୁ, ବାଇଗଣ, ଟମାଟୋ, ପୋଟଳ, କଖାରୁ, ଭେଣ୍ଡି, ପିଆଜ ଓ ରସୁଣ ଆଦି ଫସଲ କରିଥାନ୍ତି। ହେଲେ ଶୀତଳଭଣ୍ଡାର ନ ଥିବାରୁ ଚାଷୀମାନେ ଉଚିତ ମୂଲ୍ୟରେ ପନିପରିବା ବିକ୍ରି କରିବାରୁ ବଞ୍ଚତ୍ତ ହେଉଥିବା ଅଭିଯୋଗ ହୋଇଛି। ଏଥିପାଇଁ କେନ୍ଦ୍ରାପଡ଼ା ଓ ପଟ୍ଟାମୁଣ୍ଡାଇଠାରେ ୨ଟି ଶୀତଳଭଣ୍ଡାର ଖୋଲିବା ପାଇଁ କୃଷକମାନଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କ ନିକଟରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?