ସମ୍ଭାବ୍ୟ ବାତ୍ୟା ପାଇଁ ଚାଷୀ ତରତର

ବାଲିଆପାଳ, ୬ା୫(ସ୍ବ.ପ୍ର.) ସମ୍ଭାବ୍ୟ ବାତ୍ୟା ଲାଗି ଠିକ୍‌ ପୂର୍ବାନୁମାନ ହୋଇ ନ ଥିଲେ ମଧ୍ୟ ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକବାସୀ ଭୟଭୀତ ହୋଇପଡିଛନ୍ତି। ଏହି ସମୟରେ ବାରମ୍ବାର ବାତ୍ୟା ତାଣ୍ଡବ ବାଲିଆପାଳ ଅଞ୍ଚଳରେ ଧନଜୀବନ ନଷ୍ଟ କରୁଛି। ବିଶେଷ କରି ଚାଷୀମାନେ ବ୍ୟତିବ୍ୟସ୍ତ ହୋଇପଡିଛନ୍ତି। ସମ୍ଭାବ୍ୟ ବାତ୍ୟା ପାଇଁ ସରକାରୀ ସ୍ତରରେ ବାରମ୍ବାର ଘୋଷଣା ପରେ ଜନସାଧାରଣ ସୁରକ୍ଷା ଲାଗି ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ବିଶେଷ କରି ସମୁଦ୍ର ଉପକୂଳବର୍ତ୍ତୀ ଗ୍ରାମବାସୀ ଏବେଠାରୁ ସଜାଗ ହେଲେଣି।

ବାତ୍ୟା ଗତିପଥରେ ଓଡ଼ିଶା ଉପକୂଳ ଅଞ୍ଚଳରେ ବେଶୀ କ୍ଷତିଗ୍ରସ୍ତ ହେବାର ଆଶଙ୍କାକୁ ଲକ୍ଷ୍ୟ କରି ସରକାରଙ୍କ ପକ୍ଷରୁ ପ୍ରଚାର ଓ ପ୍ରସାର ଜୋରଦାର କରାଯାଇଛି। ପ୍ରତିବର୍ଷ ଏହି ସମୟରେ ବାତ୍ୟା, ଲଘୁଚାପ, ଜୁଆର ପାଣି ଆସୁଥିବାରୁ ସାଧାରଣ ଲୋକ ମଧ୍ୟ ଜୋରଦାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଫନି, ହୁଡ଼ହୁଡ଼, ୟାସ୍‌ ଭଳି ବାତ୍ୟାକୁ ସାମ୍ନା କରିଥିବା ଲୋକେ ଆସନ୍ନ ବାତ୍ୟାକୁ ନେଇ ଚିନ୍ତିତ ରହିଛନ୍ତି। ୟାସ୍‌ ବାତ୍ୟାରେ ପବନର ବେଗ ସାଙ୍ଗକୁ ଲୁଣା ପାଣି ମାଡ଼ି ଆସିବା ଫଳରେ ଅନେକ ଚାଷ ନଷ୍ଟ ସହିତ ବହୁ ଘର ମଧ୍ୟ ଭାଙ୍ଗିଯାଇଥିଲା। ତେଣୁ ବାତ୍ୟା ଆସିବା ଆଗରୁ ଚାଷୀ ତାର ପ୍ରସ୍ତୁତି ଆରମ୍ଭ କରିଦେଇଛି। ଅଦିନିଆ ଧାନ ଏବେ ପୁରା ଅମଳ ସମୟ ହୋଇ ନ ଥିଲେ ମଧ୍ୟ ବାତ୍ୟା ଭୟରେ ଅଧା ପାଚିଲା ଧାନକୁ କାଟି ସୁରକ୍ଷିତ ରଖିବା ପାଇଁ ଉଦ୍ୟମ ଆରମ୍ଭ କରିଛନ୍ତି। ସମୁଦ୍ରରେ ମାଛଧରା ବନ୍ଦ ରହିଥିବାରୁ ମତ୍ସ୍ୟଜୀବୀମାନେ ସେମାନଙ୍କର ଡଙ୍ଗାକୁ ଉଚ୍ଚ ସ୍ଥାନରେ ରଖିଛନ୍ତି। ତେବେ ପ୍ରଶାସନ ପକ୍ଷରୁ ସମ୍ଭାବ୍ୟ ବାତ୍ୟାକୁ ନେଇ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଥିଲେ ମଧ୍ୟ ଗଣମାଧ୍ୟମକୁ କୌଣସି ସୂଚନା ଦେଇନାହାନ୍ତି ବାଲିଆପାଳ ତହସିଲଦାର। ତେବେ ବାରମ୍ବାର ବାତ୍ୟାକୁ ସାମ୍ନା କରିଥିବା ବାଲିଆପାଳବାସୀ ଭୟଭୀତ ଥିଲେ ମଧ୍ୟ ମୁକାବିଲା ପାଇଁ ପ୍ରସ୍ତୁତ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

ଶିକ୍ଷୟିତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହ୍ୱଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ଶନିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri