ବିହନ ବୁଣି ବର୍ଷାକୁ ଚାହିଁଛନ୍ତି ଚାଷୀ

କେନ୍ଦ୍ରାପଡ଼ା,୩୦ା୬(ଜଗନ୍ନାଥ ଧଳ): ଚଳିତବର୍ଷ ଅନିୟମିତ ବୃଷ୍ଟିପାତ ଯୋଗୁ ଚାଷୀକୁଳ ହତାଶ ହୋଇପଡିଛନ୍ତି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ଜୁନ୍‌ ଦ୍ୱିତୀୟ ସପ୍ତାହରେ ମୌସୁମୀ ଓଡ଼ିଶାରେ ପହଞ୍ଚତ୍ଛିି। ଜୁନ ପ୍ରଥମ ସପ୍ତାହରେ ମୌସୁମୀର ଆଗମନ ଜାଣି ଚାଷୀମାନଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଥିଲା। ମାତ୍ର ଆଉ ଦିନକ ପରେ ଜୁଲାଇ ଚାଲିବ। ଏପର୍ଯ୍ୟନ୍ତ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବର୍ଷା ହେଉନାହଁି। ଦିନବେଳା କଳାହାଣ୍ଡିଆ ମେଘ ଉଠାଉଛି, ପରେ ଉଭେଇ ଯାଉଛି। ଅକ୍ଷୟତୃତୀୟାରେ ମା’ ଲକ୍ଷ୍ମୀ ଠାକୁରାଣୀଙ୍କୁ ପୂଜାର୍ଚ୍ଚନା କରି ଜମିରେ ଚାଷ ଅନୁକୂଳ କରାଯିବା ସହ ହଳ କରାଯାଇ କ୍ଷେତରେ ତଳିପକା କାମ ଆରମ୍ଭ ହୋଇଥିଲା। ରଜ ଉତ୍ସବ ପାଳନ ପରେ ଚାଷୀ ଚାଷ କାର୍ଯ୍ୟରେ ଲାଗିପଡ଼େ। ମାତ୍ର ଚଳିତବର୍ଷ ବର୍ଷା ଦେଖା ନ ଥିବା ବେଳେ ପଟ୍ଟାମୁଣ୍ଡାଇ ମୁଖ୍ୟ କେନାଲ ଓ ଏଥିରୁ ବାହାରି ଥିବା ଶାଖା କେନାଲଗୁଡ଼ିକରୁ ବର୍ଷାଋତୁ ପରଠାରୁ ପାଣି ଛଡ଼ା ଯାଇନାହିଁ। ଏବେ ବିଲ ବେଉଷଣ ହୋଇ ଧାନବୁଣା ଓ ରୁଆ ଲାଗି ତଳିପକା କାମ ଚାଲିଛି। ହେଲେ ତଳି ପକାଇବାକୁ ଆବଶ୍ୟକ ପାଣି ମିଳୁନାହିଁ। ବର୍ଷାର ଲୁଚକାଳି ଖେଳ ଏବେ ଚାଷୀମାନଙ୍କ ମଧ୍ୟରେ ନିରାଶାଭାବ ସୃଷ୍ଟି କରିଛି। ଗତ ସପ୍ତାହରୁ ଅଞ୍ଚଳରେ ମେଘୁଆ ପାଗ ଲାଗି ରହିବା ସହ ଦିନେ ଦୁଇ ଦିନ ଅନ୍ତରରେ ହେଉଥିବା ବର୍ଷା ଚାଷୀ ମନରେ କିଛି ମାତ୍ରାରେ ଆଶା ସଞ୍ଚାର କରୁଥିଲା। ଜୁନ ମାସ ଶେଷ ହେଲାଣି, ମାତ୍ର ମୌସୁମୀ ବର୍ଷା ସେଭଳି ହେଉନାହିଁ। ଜଳବାୟୁର ଏଭଳି ପରିବର୍ତ୍ତନ ଏବେ ଚାଷୀକୁଳ ପାଇଁ କାଳ ସାଜିଛି। ବର୍ଷା ଅଭାବରୁ ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଅଧାରୁ ଅଧିକ ଜମିରେ ଗଜା ମରୁଡ଼ିର ପଦଧ୍ୱନି ଶୁଣିବାକୁ ମିଳିଲାଣି। ଜମିରେ ପାଣି ନ ଥିବାରୁ କେଉଁଠି ତଳି ପଡ଼ିପାରୁନାହିଁ ତ ଆଉ କେଉଁଠି ଧାନବୁଣା ସାରି ବର୍ଷାକୁ ଚାଷୀ ଚାହିଁ ରହିଛି। କୂଅରୁ ମୋଟରରେ ବିଲକୁ ପାଣି ମଡ଼ାଇ ଚାଷୀ ତଳି ପକାଉଛନ୍ତି।
କୃଷକ ନେତା ବିଜୟ ଦାସ କହିଛନ୍ତି, ଚଳିତବର୍ଷ ରାଜ୍ୟକୁ ଠିକ୍‌ ସମୟରେ ମୌସୁମୀ ଆସିଥିବାରୁ ଚାଷୀକୁଳରେ ଆନନ୍ଦ ପ୍ରକାଶ ପାଇଥିଲା। ରାଜ୍ୟରେ ମୌସୁମୀ ପ୍ରବେଶ ପରେ ଅଞ୍ଚଳରେ ଝିପିଝିପି ବର୍ଷା ହୋଇଯାଇଥିବାରୁ ଚାଷୀମାନେ ଚାଷକାର୍ଯ୍ୟ ପାଇଁ ତତ୍ପରତା ପ୍ରକାଶ କରି ଧାନତଳି ପକାଇବାକୁ ପ୍ରସ୍ତୁତି ଆରମ୍ଭ କରିଥିଲେ। ଏହି ମୌସୁମୀ ବର୍ଷାରେ ଅନେକ ଚାଷୀ ଜମିରେ ତଳିଘେରା ପ୍ରସ୍ତୁତି କରିଛନ୍ତି। ମାତ୍ର ଏବେ ବର୍ଷାର ଲୁଚକାଳି ଖେଳ ଯୋଗୁ ଚାଷୀ ମହଲରେ ଚିନ୍ତା ପ୍ରକାଶ ପାଇଛି। ପୋଖରୀ, ଗଡ଼ିଆ ପାଖରେ ଥିବା ଜମିରେ ମୋଟର ଲଗାଇ ପାଣି ମଡ଼ାଇ ଚାଷୀ ତଳି ପକାଉଛନ୍ତି। ପ୍ରତ୍ୟେକ ବର୍ଷ ରଜ ପୂର୍ବରୁ ତଳିଗୁଡ଼ିକ ୫ ଇଞ୍ଚ ବଢ଼ି ଯାଇଥାଏ। ମାତ୍ର ଏବେ ଜୁନ ମାସ ଶେଷ ହେବାକୁ ବସିଲାଣି। ପାଣି ଅଭାବରୁ ଭୂଇଁରୁ ଧାନଗଜା ବାହାରି ପାରୁନି। ବୁଣାଧାନରେ ଏତେ ବେଳକୁ ଲଙ୍ଗଳମରା ଓ ପ୍ରଥମ ପିଡ଼ିଆ ମରାଯିବା କଥା। କିନ୍ତୁ ପାଣି ନ ଥିବାରୁ ତଳି ଅନେକ ସ୍ଥାନରେ ପାଚି ଯାଇଥିବା ଦେଖିବାକୁ ମିଳିଛି। ଶୁଖିଲା ଚାଷ ହୋଇଥିବା ଜମିରେ ପାଣି ଅଭାବରୁ ଘାସ ମାଡ଼ି ଯାଇଛି। ଆଗକୁ ଯଦି ଠିକ୍‌ ଭାବେ ବର୍ଷା ନ ହୁଏ, ତେବେ ଫସଲହାନି ହେବାର ଏକ ପ୍ରକାରର ସୁନିଶ୍ଚିତ। ଅପରପକ୍ଷରେ ପଟ୍ଟାମୁଣ୍ଡାଇ କେନାଲ ଓ ଏହାର ଶାଖା କେନାଲରେ ପାଣି ଆସିବା ବିଳମ୍ବ ହେଉଛି। କେନାଲ ଗଛ, ଘାସ, ଲତା ଓ ଦଳରେ ପୋତି ହୋଇ ପଡ଼ିଛି। ଫଳରେ କେନାଲରେ ପାଣି ଆସିଲେ ବିଲରେ ପହଞ୍ଚତ୍ବାକୁ ନେଇ ଆଶଙ୍କା ପ୍ରକାଶ ପାଇଛି। ଏହି ଅଞ୍ଚଳର କେତେକ ସ୍ଥାନରେ ଉଠାଜଳସେଚନ ପ୍ରକଳ୍ପ ରହିଛି। ଉଠାଜଳସେଚନ ପ୍ରକଳ୍ପଗୁଡ଼ିକ ଅନେକ ସ୍ଥାନରେ ଅଚଳ ଅବସ୍ଥାରେ ପଡ଼ିରହିଥିଲେ ମଧ୍ୟ ବିଭାଗୀୟ ଅଧିକାରୀମାନେ ସେଗୁଡିକୁ ସଚଳ କରିବା ପାଇଁ ତତ୍ପରତା ପ୍ରକାଶ କରୁନାହାନ୍ତି। ପର୍ଯ୍ୟାପ୍ତ ଜଳସେଚନର ସୁବିଧା ନ ଥିବାରୁ ଚାଷୀମାନେ ଅନେକ ସ୍ଥାନରେ ପାରମ୍ପରିକ ଧାନଚାଷ କରିବାକୁ ଏକ ପ୍ରକାର ବାଧ୍ୟ ହେଉଛନ୍ତି। କୃଷି ବିଭାଗ ଓ କୃଷକମାନଙ୍କ ମଧ୍ୟରେ ଅନେକ ସମୟରେ ସମନ୍ବୟର ଅଭାବ ପରିଲକ୍ଷିତ ହେଉଛି। ଚାଷୀମାନେ ଠିକ୍‌ ସମୟରେ ଆବଶ୍ୟକ କରୁଥିବା ବିହନ ଓ ରାସାୟନିକ ସାର ପାଇ ପାରୁନାହାନ୍ତି। କୃଷି କ୍ଷେତ୍ର ପାଇଁ ସରକାରଙ୍କ ପକ୍ଷରୁ ପ୍ରସ୍ତୁତ ନୂଆ ନୂଆ ଯୋଜନା ଓ କୃଷି ପ୍ରଣାଳୀ ସମ୍ପର୍କରେ କୃଷକମାନେ ଜାଣି ପାରୁନାହାନ୍ତି। କୃଷି ବିଭାଗ ପକ୍ଷରୁ ଚାଷୀମାନଙ୍କ ମଧ୍ୟରେ ଆଧୁନିକ ଚାଷ ପ୍ରଣାଳୀ ସମ୍ପର୍କରେ ସଚେତନ କରିବା ଲାଗି ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଉଛି। ମାତ୍ର ବ୍ଲକ କୃଷି କାର୍ଯ୍ୟାଳୟରେ ଆବଶ୍ୟକ କୃଷି କର୍ମଚାରୀମାନଙ୍କର ଅଭାବ ରହିଥିବାରୁ ଏହା ବିଶେଷ ଭାବେ ଫଳପ୍ରଦ ହୋଇପାରୁନାହିଁ। କୃଷିର ବିକାଶ ଲାଗି ସରକାର ପଦକ୍ଷେପ ନେବା ପାଇଁ ଚାଷୀ ସୁଶାନ୍ତ ସାମଲ, ପ୍ରଭାକର ସେଠୀ, ରଞ୍ଜିତ ପ୍ରଧାନ, ପ୍ରଦୀପ ନାୟକ, ସନ୍ତୋଷ ଭଳ, ପାରେଶ୍ୱର ସେଠୀ, ଅଭୟ ବଳ, ସୁଧୀର ଦାସ, ଭିକାରୀ ବାଇ ପ୍ରମୁଖ ଦାବି କରିଛନ୍ତି। ଏ ସମ୍ପର୍କରେ ପଟ୍ଟାମୁଣ୍ଡାଇ କୃଷି ବିଭାଗ ଅତିରିକ୍ତ କୃଷି ଅଧିକାରୀ ଶରତ ନାୟକଙ୍କୁ ପଚାରିବାରେ ଚଳିତ ଋତୁରେ ୧୦,୪୦୦ ହେକ୍ଟର ଜମିରେ ଖରିଫ ଫସଲ ହେବା ଲକ୍ଷ୍ୟ ରଖାଯାଇଛି। ୨୦୦ ହେକ୍ଟର ଜମିରେ ଧାନ ବୁଣା ହେବ। ୭୦୦ହେକ୍ଟର ଜମିରେ ତଳି ପଡ଼ିବାକୁ ଥିବାବେଳେ ୮୦ ହେକ୍ଟର ଜମିରେ ତଳି ପଡ଼ିଛି। କିନ୍ତୁ ପାଣି ଯୋଗୁ ଚାଷ କାମରେ ବାଧା ଉପୁଜଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri