ଧାନଜମିରେ କୁମ୍ଭୀର ଦେଖି ଚାଷୀ ଛାନିଆ

ଦିଗପହଣ୍ଡି,୧୨ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ତଲାସିଙ୍ଗୀ ଗ୍ରାମର ସିମାଞ୍ଚଳ ପାଣିଗ୍ରାହୀଙ୍କ ଧାନଜମିରୁ ଶନିବାର ଅପରାହ୍ନରେ ଦିଗପହଣ୍ଡି ବନବିଭାଗ ଓ ପୋଲିସ କର୍ମଚାରୀଙ୍କ ମିଳିତ ଉଦ୍ୟମରେ ଏକ କୁମ୍ଭୀର ଉଦ୍ଧାର କରାଯାଇଛି। କୁମ୍ଭୀରଟି ନିକଟସ୍ଥ ଘୋଡ଼ାହାଡ଼ ଡ୍ୟାମରୁ କେନାଲ ପାଣିରେ ଭାସି ଆସିଥିବା ଦିଗପହଣ୍ଡି ରେଞ୍ଜର ପ୍ରମୋଦ ଖଡ଼ଗରାୟ କହିଛନ୍ତି। ଉଦ୍ଧାର କୁମ୍ଭୀରଟିର ଲମ୍ବ ପ୍ରାୟ ୬ ଫୁଟ ଏବଂ ବୟସ ପ୍ରାୟ ୪ ବର୍ଷ ହେବ ବୋଲି ସେ କହିଛନ୍ତି। ଗ୍ରାମର କିଛି ଚାଷୀ ଜମିରେ କାମ କରି ଫେରୁଥିବା ବେଳେ କୁମ୍ଭୀର ଟିକୁ ଦେଖି ଭୟଭୀତ ହୋଇଯାଇଥିଲେ। ଖବର ପ୍ରଚାରିତ ହେବା ପରେ ଗ୍ରାମର ବହୁ ସଂଖ୍ୟକ ଲୋକ କୁମ୍ଭୀର ଦେଖିବାକୁ ଘଟଣାସ୍ଥଳରେ ପହଞ୍ଚିଥିଲେ। ପଞ୍ଚାୟତ ସମିତିସଭ୍ୟ ଅରୁଣ ଗୌଡ଼ ଏନେଇ ଜଣାଇବା ପରେ ଦିଗପହଣ୍ଡି ଥାନା ଆଇଆଇସି ବସନ୍ତ କୁମାର ସେଠୀ ସଦଳବଳ ଘଟଣାସ୍ଥଳରେ ପହଞ୍ଚି ଭିଡ଼ ନିୟନ୍ତ୍ରଣ କରିଥିଲେ। ପରେ ରେଞ୍ଜରଙ୍କ ନିର୍ଦ୍ଦେଶକ୍ରମେ ଦିଗପହଣ୍ଡି ବନବିଭାଗ କାର୍ଯ୍ୟାଳୟର ବନରକ୍ଷୀ ସୁଜାତା ରଥ, ମୁରଲୀଧର ନାୟକଙ୍କ ସହ ବନବିଭାଗ ପାରା କର୍ମଚାରୀ ପହଞ୍ଚି ସାମାଜିକକର୍ମୀ କିଶୋର ଶୁକ୍ଳଙ୍କ ସହାୟତାରେ କୁମ୍ଭୀରଟିକୁ କାବୁ କରି ଗ୍ରାମର ମଠ ଛକକୁ ଆଣିଥିଲେ। ରେଞ୍ଜରଙ୍କ ପରାମର୍ଶ କ୍ରମେ ଘୋଡ଼ାହାଡ଼ ଡ୍ୟାମ୍‌ରେ ଛାଡ଼ି ଦେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

ପୋଖରୀରେ ବୁଡ଼ି ଚାଲିଗଲା ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ଜୀବନ, ଗାଁରେ ଶୋକ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ଶ୍ରେଣୀରେ ପଢୁୁଥିବା ଖଲିଙ୍ଗି…

ଜୁଆଆଡ୍ଡା ପରିଚାଳନାକୁ ନେଇ ୨ ଗୋଷ୍ଠୀଙ୍କ ମଧ୍ୟରେ ଉତ୍ତେଜନା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ପଞ୍ଚାୟତ କାଣ୍ଡସର ଗାଁ ନିକଟରେ ଦୀର୍ଘ ଦିନ ହେଲା ଚାଲିଥିବା ଜୁଆଆଡ୍ଡା ପରିଚାଳନାକୁ କେନ୍ଦ୍ରକରି ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?